< ଯିହୋଶୂୟ 10 >
1 ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।
Now when Adoni-Zedek, king of Jerusalem, heard that Joshua had captured Ai and had completely destroyed it (just as he had done to Jericho and its king), he also heard how the people of Gibeon had made peace with Israel and were living among them.
2 କାରଣ ଗିବୀୟୋନ୍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।
The people of Jerusalem were very afraid because Gibeon was a large city, like one of the royal cities. It was larger than Ai, and all its men were mighty warriors.
3 ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା,
So Adoni-Zedek, king of Jerusalem, sent a message to Hoham, king of Hebron, to Piram, king of Jarmuth, to Japhia, king of Lachish, and to Debir, king of Eglon:
4 “ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।”
“Come up to me and help me. Let us attack Gibeon because they have made peace with Joshua and with the people of Israel.”
5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
The five kings of the Amorites, the king of Jerusalem, the king of Hebron, the king of Jarmuth, the king of Lachish, and the king of Eglon came up, they and all their armies. They set up their positions against Gibeon, and they attacked it.
6 ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, “ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।”
The people of Gibeon sent a message to Joshua and to the army at Gilgal. They said, “Hurry! Do not withdraw your hands from your servants. Come up to us quickly and save us. Help us, for all the kings of the Amorites who live in the hill country have gathered together to attack us.”
7 ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ।
Joshua went up from Gilgal, he and all the men of war with him, and all the fighting men.
8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”
Yahweh said to Joshua, “Do not be afraid of them. I have given them into your hand. Not one of them will be able to stop your attack.”
9 ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ।
Joshua came upon them suddenly, having marched all night from Gilgal.
10 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
Yahweh confused the enemy before Israel, and Israel killed them with a great slaughter at Gibeon and pursued them on the road going up to Beth Horon, and they killed them on the road to Azekah and Makkedah.
11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
As they ran away from Israel, down the hill from Beth Horon, Yahweh threw large stones down from heaven upon them all the way to Azekah, and they died. There were more who died because of the hailstones than who were killed with the sword by the men of Israel.
12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳଭୂମିରେ (ସ୍ତବ୍ଧ ହୁଅ)।”
Then Joshua spoke to Yahweh on the day Yahweh gave the men of Israel victory over the Amorites. This is what Joshua said to Yahweh before Israel, “Sun, be still at Gibeon, and moon, in the Valley of Aijalon.”
13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।
The sun stood still, and the moon stopped moving until the nation took vengeance on their enemies. Is this not written in the Book of Jashar? The sun stayed in the middle of the sky; it did not go down for about a whole day.
14 ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
There has been no other day like it before or after it, when Yahweh obeyed the voice of a human being. For Yahweh was waging war on behalf of Israel.
15 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ନେଉଟି ଆସିଲେ।
Joshua and all Israel with him returned to the camp at Gilgal.
16 ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।
Now the five kings had escaped and hidden themselves in the cave at Makkedah.
17 ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
It was told to Joshua, “They have been found!—the five kings hidden in the cave at Makkedah!”
18 ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।
Joshua said, “Roll large stones against the mouth of the cave and place soldiers there to guard them.
19 ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Do not stay yourselves. Pursue your enemies and attack them from the rear. Do not permit them to enter into their cities, because Yahweh your God has given them into your hand.”
20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀର-ବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।
Joshua and the sons of Israel had finished slaughtering them with a very great slaughter, until they were almost completely destroyed; only a few survivors who escaped reached the fortified cities.
21 ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।
Then the whole army returned in peace to Joshua at the camp at Makkedah. No one dared to say one word against any of the people of Israel.
22 ଏଥିଉତ୍ତାରେ ଯିହୋଶୂୟ କହିଲେ, “ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।”
Then Joshua said, “Open the mouth of the cave and out of the cave bring to me these five kings.”
23 ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ।
They did as he said. They brought to him these five kings from the cave—the king of Jerusalem, the king of Hebron, the king of Jarmuth, the king of Lachish, and the king of Eglon.
24 ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, “ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।
When they brought the kings to Joshua, he summoned every man of Israel. He said to the commanders of the soldiers who had gone into battle with him, “Put your feet on their necks.” So they came up and put their feet on their necks.
25 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।”
Then he said to them, “Do not be afraid and do not be dismayed. Be strong and courageous. This is what Yahweh will do to all your enemies you are going to fight.”
26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।
Then Joshua attacked and killed the kings. He hung them on five trees. They hung on the trees until evening.
27 ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।
When it was sunset, Joshua gave orders, and they took them down from the trees and threw them into the cave where they had hidden themselves. They put large stones over the mouth of the cave. Those stones remain there to this very day.
28 ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।
In this way, Joshua captured Makkedah on that day and killed everyone there with the sword, including its king. He completely destroyed everyone in it. He left no survivor in it. He did to the king of Makkedah just as he had done to the king of Jericho.
29 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;
Joshua and all Israel passed on from Makkedah to Libnah. He went into battle against Libnah.
30 ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ।
Yahweh also gave it into the hand of Israel—along with their king. Joshua struck it with the edge of the sword and every person in it. He left no survivor in it. He did to its king just as he had done to the king of Jericho.
31 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍ନାରୁ ଲାଖୀଶ୍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
Then Joshua and all Israel with him passed on from Libnah to Lachish. He camped by it and waged war against it.
32 ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ।
Yahweh gave Lachish into the hand of Israel. Joshua captured it on the second day and struck it with the edge of the sword, and every person in it, just as he had done to Libnah.
33 ସେସମୟରେ ଗେଷରର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।
Then Horam, king of Gezer, came up to help Lachish. Joshua attacked him and his army until there was not even one survivor left.
34 ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍ରୁ ଇଗ୍ଲୋନ୍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
Then Joshua and all Israel passed on from Lachish to Eglon. They camped by it and waged war against it,
35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।
and captured it that same day. They struck it with the edge of the sword and they completely destroyed everyone in it, as Joshua had done to Lachish.
36 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;
Then Joshua and all Israel passed on from Eglon to Hebron. They waged war against it.
37 ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
They captured it and struck it with the edge of the sword, and its king and its villages, and everyone in it. They left no survivor it, as they had done to Eglon, they totally destroyed it and every person in it.
38 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।
Then Joshua turned, and all the army of Israel with him, and they passed on to Debir and waged war against it.
39 ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।
They captured it, its king and all its nearby villages. They struck them with the edge of the sword and completely destroyed every person in it. They left no survivor. They did to Debir and its king as they had done to Libnah and its king and to Hebron.
40 ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
Joshua conquered all the land, the hill country, the Negev, the lowlands, and the foothills. Of all their kings he left not one survivor. He completely destroyed every living thing, just as Yahweh, the God of Israel, had commanded.
41 ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।
Joshua struck them from Kadesh Barnea to Gaza, and all the country of Goshen to Gibeon.
42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Joshua captured all these kings and their land at one time because Yahweh, the God of Israel, fought for Israel.
43 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ଫେରି ଆସିଲେ।
Then Joshua, and all Israel with him, returned to the camp at Gilgal.