< ଯିହୋଶୂୟ 10 >
1 ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।
Baada ya haya Adoni-Sedeki mfalme wa Yerusalemu alisikia kuwa Yoshua alikuwa ameteka mji wa Ai na kuuangamiza kabisa, tena alikuwa ameua mfalme wake, kama alivyofanya huko Yeriko na mfalme wake, tena ya kuwa watu wa Gibeoni walikuwa wamefanya mapatano ya amani na Waisraeli, na walikuwa wakiishi karibu yao.
2 କାରଣ ଗିବୀୟୋନ୍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।
Yeye na watu wake wakataharuki mno kwa kuwa Gibeoni ulikuwa mji mkubwa kama mmojawapo ya miji ya kifalme; ulikuwa mkubwa kuliko Ai, nao watu wake wote walikuwa mashujaa wa vita.
3 ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା,
Hivyo Adoni-Sedeki mfalme wa Yerusalemu akaomba msaada kwa Hohamu mfalme wa Hebroni, Piramu mfalme wa Yarmuthi, Yafia mfalme wa Lakishi, na Debiri mfalme wa Egloni.
4 “ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।”
Akawaambia, “Njooni mnisaidie kuipiga Gibeoni, kwa sababu imefanya mapatano ya amani na Yoshua na Waisraeli.”
5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
Ndipo hao wafalme watano wa Waamori, ambao ni wafalme wa Yerusalemu, Hebroni, Yarmuthi, Lakishi na Egloni, wakaunganisha majeshi yao. Wakapanda na vikosi vyao vyote, nao wakajipanga dhidi ya Gibeoni na kuishambulia.
6 ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, “ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।”
Nao Wagibeoni wakatuma ujumbe kwa Yoshua kwenye kambi ya Gilgali na kumwambia, “Usiwatelekeze watumishi wako. Panda haraka uje kwetu kutuokoa! Tusaidie, kwa sababu wafalme wote wa Waamori wakaao kwenye nchi ya vilima wameunganisha majeshi yao pamoja dhidi yetu.”
7 ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ।
Basi Yoshua akaondoka Gilgali pamoja na jeshi lake lote, wakiwepo watu wote mashujaa wa vita.
8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”
Bwana akamwambia Yoshua, “Usiwaogope watu hao, nimewatia mkononi mwako. Hakuna yeyote atakayeweza kushindana nawe.”
9 ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ।
Baada ya Yoshua kutembea usiku kucha kutoka Gilgali, akawashambulia ghafula.
10 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
Bwana akawafadhaisha mbele ya Waisraeli, nao wakawashinda kwa ushindi mkuu huko Gibeoni. Israeli wakawafukuza kuelekea njia iendayo Beth-Horoni wakiwaua mpaka kufikia njia iendayo Azeka na Makeda.
11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
Walipokuwa wakikimbia mbele ya Israeli kwenye barabara iteremkayo kutoka Beth-Horoni hadi Azeka, Bwana akawavumishia mawe makubwa ya mvua kutoka mbinguni, na wengi wao wakauawa na hayo mawe kuliko wale waliouawa kwa upanga wa Waisraeli.
12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳଭୂମିରେ (ସ୍ତବ୍ଧ ହୁଅ)।”
Katika siku ile ambayo Bwana aliwapeana Waamori kwa Israeli, Yoshua akanena na Bwana akiwa mbele ya Waisraeli akasema: “Wewe jua, simama juu ya Gibeoni, wewe mwezi, tulia juu ya Bonde la Aiyaloni.”
13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।
Hivyo jua likasimama, nao mwezi ukatulia, hadi taifa hilo lilipokwisha kujilipizia kisasi kwa adui wake, kama ilivyoandikwa katika Kitabu cha Yashari. Jua likasimama kimya katikati ya mbingu, likachelewa kuzama muda wa siku moja nzima.
14 ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Haijakuwepo siku nyingine kama hiyo kabla au baada, siku ambayo Bwana alimsikiliza mwanadamu. Hakika Bwana alikuwa akiwapigania Israeli.
15 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ନେଉଟି ଆସିଲେ।
Ndipo Yoshua akarudi kambini huko Gilgali pamoja na Israeli yote.
16 ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।
Basi wale wafalme watano wakawa wamekimbia kujificha kwenye pango huko Makeda.
17 ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
Yoshua alipoambiwa kuwa wafalme hao watano wamekutwa wakiwa wamejificha ndani ya pango huko Makeda,
18 ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।
akasema, “Vingirisheni mawe makubwa kwenye mdomo wa hilo pango, tena wekeni walinzi wa kulilinda.
19 ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Lakini msiwaache! Wafuatieni adui zenu, washambulieni kutoka nyuma, wala msiwaache wafike kwenye miji yao, kwa kuwa Bwana Mungu wenu amewatia mkononi mwenu.”
20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀର-ବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।
Hivyo Yoshua pamoja na Waisraeli wakawaangamiza kabisa karibu wote, lakini wachache waliosalia walifika kwenye miji yao yenye maboma.
21 ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।
Basi jeshi lote likarudi salama kwa Yoshua huko kambini Makeda, na hakuna yeyote aliyetoa neno kinyume cha Waisraeli.
22 ଏଥିଉତ୍ତାରେ ଯିହୋଶୂୟ କହିଲେ, “ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।”
Ndipo Yoshua akasema, “Haya fungueni mdomo wa pango, mniletee hao wafalme watano.”
23 ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ।
Kwa hiyo wakawatoa hao wafalme watano nje ya pango: wafalme wa Yerusalemu, Hebroni, Yarmuthi, Lakishi na Egloni.
24 ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, “ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।
Walipokuwa wamewaleta hawa wafalme kwa Yoshua, akawaita watu wote wa Israeli, na kuwaambia majemadari wa vita waliokwenda pamoja naye, “Njooni hapa mweke nyayo zenu juu ya shingo za hawa wafalme.” Basi wakaja wakaweka nyayo zao shingoni.
25 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।”
Yoshua akawaambia, “Msiogope, wala msivunjike moyo. Kuweni hodari na wenye ushujaa. Hili ndilo Bwana atakalowatendea adui zenu wote mnaokwenda kupigana nao.”
26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।
Ndipo Yoshua akawapiga na kuwaua wale wafalme na kuwatundika juu ya miti mitano, nao wakaachwa wakiningʼinia juu ya ile miti hadi jioni.
27 ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।
Wakati wa kuzama jua Yoshua akaamuru, nao wakawashusha kutoka kwenye ile miti na kuwatupa kwenye lile pango ambalo walikuwa wamejificha. Kwenye mdomo wa lile pango wakaweka mawe makubwa, ambayo yapo hadi leo.
28 ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।
Siku ile Yoshua akateka Makeda. Akamuua kila mmoja katika ule mji, pamoja na mfalme wake kwa upanga. Hakubakiza mtu yeyote. Akamfanyia mfalme wa Makeda kama vile alivyokuwa amemfanyia mfalme wa Yeriko.
29 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;
Ndipo Yoshua akaondoka Makeda akiwa pamoja na Israeli yote mpaka mji wa Libna na kuushambulia.
30 ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ।
Bwana pia akautia huo mji wa Libna pamoja na mfalme wake mikononi mwa Israeli. Yoshua akaangamiza ule mji na kila mtu aliyekuwa ndani yake kwa upanga. Hakubakiza huko mtu yeyote. Akamfanyia mfalme wa Libna kama alivyokuwa amemfanyia mfalme wa Yeriko.
31 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍ନାରୁ ଲାଖୀଶ୍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
Kisha Yoshua akaondoka Libna kwenda Lakishi akiwa pamoja na Israeli yote; wakajipanga dhidi yake na kuushambulia.
32 ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ।
Bwana akautia Lakishi mikononi mwa Israeli, Yoshua akauteka siku ya pili. Yoshua akauangamiza mji na kila kilichokuwa ndani yake kwa upanga, kama tu vile alivyokuwa ameufanyia mji wa Libna.
33 ସେସମୟରେ ଗେଷରର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।
Wakati huo huo, Horamu mfalme wa Gezeri alikuwa amepanda ili kusaidia Lakishi, lakini Yoshua akamshinda pamoja na jeshi lake, hadi hapakubakia mtu yeyote.
34 ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍ରୁ ଇଗ୍ଲୋନ୍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
Ndipo Yoshua akaondoka Lakishi kwenda Egloni akiwa pamoja na Israeli yote; wakajipanga dhidi yake na kuushambulia.
35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।
Wakauteka mji huo siku ile ile, wakaupiga kwa upanga na kumwangamiza kila mmoja aliyekuwa ndani yake, kama vile walivyokuwa wameufanyia Lakishi.
36 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;
Kisha Yoshua akapanda kutoka Egloni kwenda Hebroni akiwa pamoja na Israeli yote na kuushambulia.
37 ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
Wakauteka mji na kuupiga kwa upanga, pamoja na mfalme wake, vijiji vyake na kila mmoja aliyekuwa ndani yake. Hawakubakiza mtu yeyote. Kama vile huko Egloni, waliuangamiza kabisa pamoja na kila mmoja aliyekuwa ndani yake.
38 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।
Ndipo Yoshua na Israeli wote wakageuka na kuushambulia Debiri.
39 ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।
Wakauteka mji, mfalme wake na vijiji vyake, na kuupiga kwa upanga. Kila mmoja aliyekuwa ndani yake wakamwangamiza kabisa. Hawakubakiza mtu yeyote. Wakaufanyia Debiri na mfalme wake kama vile walivyokuwa wameifanyia miji ya Libna na Hebroni na wafalme wao.
40 ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
Hivyo Yoshua akalishinda eneo hilo lote, ikiwa ni pamoja na nchi ya vilima, na Negebu, na sehemu ya magharibi chini ya vilima, materemko ya milima, pamoja na wafalme wake wote. Hakubakiza mtu yeyote. Akaangamiza kabisa kila kitu chenye pumzi, kama vile Bwana, Mungu wa Israeli, alivyokuwa ameamuru.
41 ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।
Yoshua akawashinda kuanzia Kadesh-Barnea hadi Gaza na kutoka eneo lote la Gosheni hadi Gibeoni.
42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Wafalme hawa wote pamoja na nchi zao Yoshua aliwashinda kwa wakati mmoja, kwa sababu Bwana, Mungu wa Israeli, aliwapigania Israeli.
43 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ଫେରି ଆସିଲେ।
Ndipo Yoshua akarudi pamoja na Israeli yote kwenye kambi huko Gilgali.