< ଯିହୋଶୂୟ 11 >
1 ଏଥିଉତ୍ତାରେ ହାସୋରର ରାଜା ଯାବୀନ୍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍ ଓ ଶିମ୍ରୋଣର ରାଜା ଓ ଅକ୍ଷଫର ରାଜା ନିକଟକୁ,
Xasor padşahı Yavin bunu eşidəndə Madon padşahı Yovava, Şimron padşahına, Akşaf padşahına,
2 ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,
şimalda – dağlıq yerlərdəki, Kinneretin cənubunda olan Aravadakı, yamaclı-düzənlikli bölgədəki və qərbdə yerləşən Nafot-Dordakı padşahlara,
3 ଅର୍ଥାତ୍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପା ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।
şərqdə və qərbdə yaşayan Kənanlılara və Emorlulara, Xetlilərə, Perizlilərə, dağlıqda yaşayan Yevuslulara, Xermon dağının aşağısındakı Mispa diyarında yaşayan Xivlilərə xəbər göndərdi.
4 ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।
Bunlar özləri ilə birgə bütün orduları dəniz sahilindəki qum kimi böyük xalq olaraq çoxlu at və döyüş arabaları ilə gəldilər.
5 ପୁଣି ଏସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।
Bütün bu padşahlar birləşdilər və İsraillilərlə vuruşmaq üçün gəlib Merom suları yanında birgə ordugah qurdular.
6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।”
Rəbb Yeşuaya dedi: «Onlardan qorxma, çünki sabah bu vaxt hamısını İsraillilərin qarşısında öldürüb təslim edəcəyəm, onların atlarının ayaq vətərini kəsəcəksən, döyüş arabalarına od vurub yandıracaqsan».
7 ପୁଣି ଯିହୋଶୂୟ ଓ ସମସ୍ତ ଯୋଦ୍ଧା ମେରୋମ୍ ଜଳାଶୟ ନିକଟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ଆସି ସେମାନଙ୍କୁ ଆକ୍ରମଣ କଲେ।
Yeşua və onunla birgə bütün döyüşçülər Merom suları yanında qəflətən düşmənlərin üstünə çıxdılar və onlara hücum etdilər.
8 ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।
Rəbb onları İsraillilərə təslim edib qırdırdı. İsraillilər böyük Sidona və Misrefot-Mayimə qədər, şərq tərəfdəki Mispa vadisinə qədər düşmənləri qovub heç kim sağ qalmayana qədər hamısını qırdılar.
9 ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।
Yeşua Rəbbin ona dediyi kimi onlarla rəftar etdi; atlarının ayaq vətərini kəsdi və döyüş arabalarına od vurub yandırdı.
10 ସେହି ସମୟରେ ଯିହୋଶୂୟ ଫେରିଆସି ହାସୋର ହସ୍ତଗତ କଲେ ଓ ତହିଁର ରାଜାକୁ ଖଡ୍ଗରେ ଆଘାତ କଲେ; ପୂର୍ବକାଳରେ ହାସୋର ସେହି ସବୁ ରାଜ୍ୟର ମସ୍ତକ ଥିଲା।
O vaxt Yeşua geri qayıdıb Xasoru aldı və onun padşahını qılıncla öldürdü. Xasor əvvəlcə bütün bu ölkələrin başı idi.
11 ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ।
Orada olan bütün adamları qılıncdan keçirib tamamilə məhv etdilər, nəfəs çəkən bir nəfər də qalmadı. Sonra Xasora od vurdu.
12 ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
Rəbbin qulu Musanın əmr etdiyi kimi Yeşua bu padşahların bütün şəhərlərini və bütün padşahları tutub hamısını qılıncdan keçirərək tamamilə məhv etdi.
13 ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।
Ancaq Yeşuanın yandırdığı Xasordan başqa təpəciklər üstündə olan şəhərlərdən heç birini İsraillilər yandırmadılar.
14 ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।
İsrail övladları bu şəhərlərin bütün əmlakını və heyvanlarını qarət etdilər. Hamısını həlak edənədək qılıncdan keçirib məhv etdilər, nəfəsi çəkən bir adam belə, qalmadı.
15 ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ।
Rəbbin qulu Musaya əmr etdiyini Musa da Yeşuaya əmr etdi və Yeşua da belə etdi. Rəbb Musaya nə əmr etmişdisə, hamısını yerinə yetirdi.
16 ଏହିରୂପେ ଯିହୋଶୂୟ ସେହି ସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;
Yeşua Seirə çıxan Xalaq dağından, Xermon dağı altında, Livan vadisindəki Baal-Qada qədər bütün bu diyarı – dağları,
17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।
bütün Negevi, bütün Qoşen diyarını, yamaclı-düzənlikli bölgəni, Aravanı və İsrailin dağlıq və yamaclı-düzənlikli bölgəsini aldı. Onların bütün padşahlarını tutdu və vurub öldürdü.
18 ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।
Yeşua uzun müddət bu padşahlarla vuruşdu.
19 ଗିବୀୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।
Giveonun əhalisi olan Xivlilərdən başqa İsrail övladları ilə sülh bağlayan başqa bir şəhər yox idi. Bütün yerlər döyüşlə alınmışdı.
20 କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।
Çünki Rəbbin Musaya əmr etdiyi kimi İsraillilər onları rəhm etmədən tamamilə məhv etdilər. Beləliklə, İsraillilərə qarşı döyüşə çıxmağa onların ürəyini sərtləşdirən Rəbbin Özü idi.
21 ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।
O vaxt Yeşua gedib dağlıq Xevronda, Devirdə, Anavda, bütün Yəhudanın dağlıq bölgəsində və bütün İsrailin dağlıq bölgəsində olan Anaqlıları qırıb məhv etdi. Yeşua onları şəhərləri ilə birgə tamamilə yerlə yeksan etdi.
22 ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍ ଓ ଅସ୍ଦୋଦରେ କେହି କେହି ରହିଲେ।
İsrail övladlarının torpağında Anaqlılar qalmadı, onlar ancaq Qəzzədə, Qatda və Aşdodda qaldı.
23 ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।
Rəbbin Musaya dediyi kimi Yeşua bütün ölkəni aldı. Yeşua oranı İsraillilərə, hər qəbiləyə irs olaraq öz payını verdi. Ölkə müharibədən əmin-amanlığa çıxdı.