< ଯିହୋଶୂୟ 13 >

1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।
Iosue senex provectaeque aetatis erat et dixit Dominus ad eum senuisti et longevus es terraque latissima derelicta est quae necdum est sorte divisa
2 ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
omnis videlicet Galilea Philisthim et universa Gesuri
3 ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;
a fluvio turbido qui inrigat Aegyptum usque ad terminos Accaron contra aquilonem terra Chanaan quae in quinque regulos Philisthim dividitur Gazeos Azotios Ascalonitas Gettheos et Accaronitas
4 ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।
ad meridiem vero sunt Evei omnis terra Chanaan et Maara Sidoniorum usque Afeca et terminos Amorrei
5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।
eiusque confinia Libani quoque regio contra orientem a Baalgad sub monte Hermon donec ingrediaris Emath
6 ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।
omnium qui habitant in monte a Libano usque ad aquas Masrefoth universique Sidonii ego sum qui delebo eos a facie filiorum Israhel veniat ergo in parte hereditatis Israhel sicut praecepi tibi
7 ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରିଦିଅ।”
et nunc divide terram in possessionem novem tribubus et dimidiae tribui Manasse
8 ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
cum qua Ruben et Gad possederunt terram quam tradidit eis Moses famulus Domini trans fluenta Iordanis ad orientalem plagam
9 ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
ab Aroer quae sita est in ripa torrentis Arnon et in vallis medio universaque campestria Medaba usque Dibon
10 ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍‍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
et cunctas civitates Seon regis Amorrei qui regnavit in Esebon usque ad terminos filiorum Ammon
11 ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
et Galaad ac terminum Gesuri et Machathi omnemque montem Hermon et universam Basan usque Saleca
12 ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।
omne regnum Og in Basan qui regnavit in Astharoth et Edraim ipse fuit de reliquiis Rafaim percussitque eos Moses atque delevit
13 ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।
nolueruntque disperdere filii Israhel Gesuri et Machathi et habitaverunt in medio Israhel usque in praesentem diem
14 କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।
tribui autem Levi non dedit possessionem sed sacrificia et victimae Domini Dei Israhel ipsa est eius hereditas sicut locutus est illi
15 ପୁଣି ମୋଶା ରୁବେନ୍‍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।
dedit ergo Moses possessionem tribui filiorum Ruben iuxta cognationes suas
16 ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;
fuitque terminus eorum ab Aroer quae sita est in ripa torrentis Arnon et in valle eiusdem torrentis media universam planitiem quae ducit Medaba
17 ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,
et Esebon cunctosque viculos earum qui sunt in campestribus Dibon quoque et Bamothbaal et oppidum Baalmaon
18 ଯହସ ଓ କଦେମୋତ୍‍ ଓ ମେଫାତ୍‍
Iessa et Cedmoth et Mepheeth
19 ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର
Cariathaim et Sebama et Sarathasar in monte convallis
20 ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍ଗା ଓ ବେଥ୍-ଯିଶିମୋତ, ତହିଁର ଏହି ସମସ୍ତ ନଗର।
Bethpheor et Asedothphasga et Bethaisimoth
21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।
omnes urbes campestres universaque regna Seon regis Amorrei qui regnavit in Esebon quem percussit Moses cum principibus Madian Eveum et Recem et Sur et Ur et Rabee duces Seon habitatores terrae
22 ଇସ୍ରାଏଲ-ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।
et Balaam filium Beor ariolum occiderunt filii Israhel gladio cum ceteris interfectis
23 ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
factusque est terminus filiorum Ruben Iordanis fluvius haec est possessio Rubenitarum per cognationes suas urbium et viculorum
24 ଆଉ ମୋଶା ଗାଦ୍‍ ବଂଶୀୟ ଗାଦ୍‍-ସନ୍ତାନମାନକୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।
deditque Moses tribui Gad et filiis eius per cognationes suas possessionem cuius haec divisio est
25 ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।
terminus Iazer et omnes civitates Galaad dimidiamque partem terrae filiorum Ammon usque ad Aroer quae est contra Rabba
26 ପୁଣି ହିଷ୍‍ବୋନଠାରୁ ରାମତ୍‍-ମିସ୍ପେ ଓ ବଟନୀମ୍‍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ
et ab Esebon usque Ramoth Masphe et Batanim et a Manaim usque ad terminos Dabir
27 ଓ ତଳଭୂମିରେ ବେଥ୍-ହାରମ୍‍ ଓ ବେଥ୍-ନିମ୍ରା ଓ ସୁକ୍କୋତ ଓ ସାଫୋନ୍‍ ଓ ହିଷ୍‍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍‍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।
in valle quoque Betharaam et Bethnemra et Soccoth et Saphon reliquam partem regni Seon regis Esebon huius quoque Iordanis finis est usque ad extremam partem maris Chenereth trans Iordanem ad orientalem plagam
28 ଗାଦ୍‍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
haec est possessio filiorum Gad per familias suas civitates et villae earum
29 ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା।
dedit et dimidiae tribui Manasse filiisque eius iuxta cognationes suas possessionem
30 ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍‍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର
cuius hoc principium est a Manaim universam Basan et cuncta regna Og regis Basan omnesque vicos Air qui sunt in Basan sexaginta oppida
31 ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।
et dimidiam partem Galaad Astharoth et Edrai urbes regni Og in Basan filiis Machir filii Manasse dimidiae parti filiorum Machir iuxta cognationes suas
32 ଯର୍ଦ୍ଦନ-ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ-ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରିଦେଲେ।
hanc possessionem divisit Moses in campestribus Moab trans Iordanem contra Hiericho ad orientalem plagam
33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି।
tribui autem Levi non dedit possessionem quoniam Dominus Deus Israhel ipse est possessio eius ut locutus est illi

< ଯିହୋଶୂୟ 13 >