< ଯିହୋଶୂୟ 14 >
1 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,
イスラエルの子孫がカナンの地にて取しその產業の地は左のごとし即ち祭司エレアザル、ヌンの子ヨシユアおよびイスラエルの子孫の支派の族長等これを彼らに分ち
2 ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।
ヱホバがモーセによりて命じたまひしごとく產業の籤によりて之を九の支派および半の支派に與ふ
3 କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।
其はヨルダンの彼旁にてモーセ已にかの二の支派と半の支派とに產業を與へたればなり但しレビ人には之が中に產業を與へざりき
4 ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।
是はヨセフの子孫マナセ、エフライムの二の支派と成たるに因て然りレビ人には此地において何の分をも與へず唯その住べき邑々およびその家畜と貨財を置べき郊地を與へしのみ
5 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।
イスラエルの子孫ヱホバのモーセに命じたまひしごとく行ひてその地を分てり
6 ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।
茲にユダの子孫ギルガルにてヨシユアの許に至りケニズ人ヱフンネの子カレブ、ヨシユアに言けるはヱホバ、カデシバルネアにて我と汝との事につきて神の人モーセに告たまひし事あり汝これを知る
7 ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।
ヱホバの僕モーセが此地を窺はせんとて我をカデシバルネアより遣はしし時に我は四十歳なりき其時我は心に思ふまにまに彼に復命したり
8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।
我とともに上り往しわが兄弟等は民の心を挫くことを爲たりしが我は全く我神ヱホバに從へり
9 ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ‘ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।’
その日モーセ誓ひて言けらく汝の足の踐たる地は必ず永く汝と汝の子孫の產業となるべし汝まったく我神ヱホバに從がひたればなりと
10 ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।
ヱホバこの言をモーセに語りたまひし時より已來イスラエルが荒野に歩みたる此四十五年の間かく其のたまひし如く我を生存らへさせたまへり視よ我は今日すでに八十五歳なるが
11 ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।
今日もなほモーセの我を遣はしたりし日のごとく健剛なり我が今の力はかの時の力のごとくにして出入し戰闘をなすに堪ふ
12 ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”
然ば彼日ヱホバの語りたまひし此山を我に與へよ汝も彼日聞たる如く彼處にはアナキ人をりその邑々は大にして堅固なり然ながらヱホバわれとともに在して我つひにヱホバの宣ひしごとく彼らを逐はらふことを得んと
13 ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।
ヨシユア、ヱフンネの子カレブを祝しヘブロンをこれに與へて產業となさしむ
14 ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନୁଗତ ହୋଇଥିଲେ।
是をもてヘブロンは今日までケニズ人ヱフンネの子カレブの產業となりをる是は彼まつたくイスラエルの神ヱホバに從がひたればなり
15 ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।
ヘブロンの名は元はキリアテアルバと曰ふアルバはアナキ人の中の最も大なる人なりき茲にいたりてその地に戰爭やみぬ