< ଯିହୋଶୂୟ 15 >
1 ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସୀନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।
Die einzelnen Geschlechter des Stammes der Judäer aber erhielten ihren Anteil nach der Grenze Edoms hin, südwärts nach der Steppe Zin hin, im äußersten Süden.
2 ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ
Und zwar läuft ihre Südgrenze vom Ende des Salzmeers - von der nach Süden gewendeten Spitze - aus
3 ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟି ଦେଇ ସୀନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।
und setzt sich fort bis südlich von der Skorpionenstiege hinüber nach Zin und zieht sich südlich von Kades Barnea aufwärts hinüber nach Hezron; sodann zieht sie sich aufwärts nach Adar und wendet sich herum nach Karka.
4 ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
Sodann zieht sie sich hinüber nach Azmon und setzt sich fort bis zum Bach Ägyptens, bis die grenze am Meere endigt; das soll eure Südgrenze sein.
5 ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା
Die Ostgrenze aber bildet das Salzmeer bis zur Mündung des Jordan. Und die Grenze nach Norden zu läuft aus von der Spitze des Meers, von der Mündung des Jordan.
6 ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।
Sodann zieht sich die Grenze aufwärts nach Beth Hogla und hinüber bis nördlich von Beth Araba. Weiter zieht sich die Grenze aufwärts zum Steine Bohans, des Sohnes Rubens.
7 ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ ନିକଟରେ ଥିଲା।
Sodann zieht sich die Grenze aufwärts nach Debir vom Thak Achor her und wendet sich nordwärts nach dem Gilgal, welches der Stiege von Adummim gegenüberliegt, die sich südwärts vom Bache befindet. Sodann zieht sich die Grenze hinüber nach dem Wasser von En Semes und läuft weiter bis zur Quelle Rogel.
8 ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତ ଶୃଙ୍ଗ ପର୍ଯ୍ୟନ୍ତ ଗଲା।
Sodann zieht sich die Grenze aufwärts ins Thal Ben Hinnom südlich vom Bergrücken der Jebusiter, das ist Jerusalem. Sodann zieht sich die Grenze aufwärts auf den Gipfel des Bergs, der westlich vor dem Thale hinnom und am nördlichen Ende der Ebene Rephaim liegt.
9 ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।
Vom Gipfel des Bergs aber biegt die Grenze um zur Quelle des Wassers von Nephtoah und läuft weiter zu den Städten des Bergs Ephron; sodann biegt die Grenz um nach Baala, das ist Kirjath Jearim.
10 ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।
Von Baala aber wendet sich die Grenze westwärts zum Berge Seir, zieht sich hinüber bis nördlich vom Bergrücken von Har Jearim, das ist Kesalon, zieht sich hinab nach Beth Semes und hinüber nach Thimna.
11 ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
Sodann läuft die Grenze nordwärts weiter bis zum Bergrücken von Ekron und die grenze biegt um nach Sichron, zieht sich hinüber nach dem Berge Baala, läuft weiter bis Jabneel, und so endet die Grenze am Meere.
12 ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।
Die westgrenze aber bildet durchweg das große Meer. Das ist die Grenze der verschiedenen Geschlechter der Judäer ringsum.
13 ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।
Kaleb aber, dem Sohne Jephunnes, gab er Anteil unter den Judäern gemäß dem Befehle Jahwes an Josua, nämlich die Stadt Arbas, des Vaters Enaks, das ist Hebron.
14 ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
Und Kaleb vertrieb von dort die drei Söhne Enaks, Sesai, Ahiman und Thalmai, die Sprößlinge Enaks.
15 ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା।
Von da zog er gegen die Bewohner von Debir; Debir aber hieß früher Kirjath Sepher.
16 ସେହି ସମୟରେ କାଲେବ କହିଲେ, “ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି।”
Und Kaleb verhieß: Wer Kirjath Sepher bezwingt und es einnimmt, dem will ich meine Tochter Achsa zum Weibe geben!
17 ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।
Da nahm es Othniel, der Sohn des Kenas, der Bruder Kalebs, ein, und er gab ihm seine Tochter Achsa zum Weibe.
18 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”
Als sie ihm nun zugeführt wurde, reizte sie ihn an, er möge von ihrem Vater ein Feld verlangen. Sie glitt vom Esel herab, so daß Kaleb sie fragte: Was ist dir?
19 ତହୁଁ ସେ କହିଲା, “ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ।” ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
Sie erwiderte: Gieb mir doch ein Abschiedsgeschenk! Denn du hast mich nach dem Südlande vergeben; so gieb mir den Wasserbrunnen! Da gab ihr Kaleb Brunnen in der Höhe und Brunnen in der Niederung.
20 ଯିହୁଦା ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।
Das ist der Erbbesitz der verschiedenen Geschlechter des Stammes der Judäer.
21 ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା-ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍ସେଲ ଓ ଏଦର ଓ ଯାଗୁର
Es waren aber die Städte am Rande des Stammes der Judäer gegen die Grenze Edoms hin im Südlande: Kabzeel, Eder, Jagur,
22 ଓ କୀନା ଓ ଦୀମୋନା ଓ ଅଦାଦା
Kina, Dimona, Adada,
23 ଓ କେଦଶ୍ ଓ ହାସୋର ଓ ଯିତ୍ନନ୍;
Kedes, Hazor und Ithnam;
24 ସୀଫ୍ ଓ ଟେଲମ୍ ଓ ବାଲୋତ୍
Siph, Telem, Bealoth,
25 ଓ ହାସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାସୋର
Hazor, Hadatta und Kerijoth Hezron, das ist Hazor;
26 ଅମାମ୍ ଓ ଶେମା ଓ ମୋଲାଦା
Amam, Sema, Molada,
27 ଓ ହତ୍ସର-ଗଦ୍ଦା ଓ ହିଷ୍ମୋନ୍ ଓ ବେଥ୍-ପେଲଟ
Hazar, Gadda, Hesmon, Beth Peleth,
28 ଓ ହତ୍ସର-ଶୁୟାଲ୍ ଓ ବେର୍ଶେବା ଓ ବିଷିୟୋଥିୟା;
Hazar Sual, Beerseba und die zugehörigen Ortschaften;
29 ବାଲା ଓ ଇୟୀମ୍ ଓ ଏତ୍ସମ୍;
Baala, Ijim, Ezem,
30 ଇଲତୋଲଦ୍ ଓ କସୀଲ ଓ ହର୍ମା
Eltholad, Kesil, Horma,
31 ଓ ସିକ୍ଲଗ୍ ଓ ମଦ୍ମନ୍ନା ଓ ସନ୍ସନ୍ନା
Ziklag, Madmanna, Sansanna,
32 ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଅଣତିରିଶ ନଗର।
Lebaoth, Silhim und En Rimmon, ingesamt neunundzwanzig Städte mit den zugehörigen Dörfern.
33 ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍ନା
In der Niederung: Esthaol, Zorea, Asna,
34 ଓ ସାନୋହ ଓ ଐନ୍-ଗନ୍ନୀମ୍ ଓ ତପୂହ ଓ ଐନମ୍;
Sanoah und En Gannim, Thappuah und Enam,
35 ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା
Jarmuth und Adullam, Socho, Aseka,
36 ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର।
Saaraim, Adithaim, Gedera und Gederothaim - vierzehn Städte mit den zugehörigen Dörfern.
37 ସନାନ୍ ଓ ହଦାଶା ଓ ମିଗ୍ଦଲଗାଦ
Ferner Zenan, Hadasa, Migdal Gad,
38 ଓ ଦିଲୀୟନ୍ ଓ ମିସ୍ପେ ଓ ଯକ୍ତେଲ;
Dilean, Mizpe und Joktheel;
39 ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍;
Lachis, Bozkat, Eglon,
40 କେବ୍ବୋନ୍ ଓ ଲହମମ ଓ କିତୀଶ୍
Kabbon, Lahmas, Kithlis
41 ଓ ଗଦେରୋତ୍, ବେଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।
und Gederoth; Beth Dagon, Naama und Makeda - sechszehn Städte mit den zugehörigen Dörfern.
42 ଲିବ୍ନା ଓ ଏଥର୍ ଓ ଆଶନ୍
Ferner Libna, Ether, Asan,
43 ଓ ଯିପ୍ତହ ଓ ଅସ୍ନା ଓ ନତ୍ସୀବ୍;
Jiphta, Asna, Nezib
44 କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।
Kegila, Achsib und Maresa - neun Städte mit den zugehörigen Dörfern.
45 ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;
Ekron mit den zugehörigen Ortschaften und Dörfern.
46 ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।
Von Ekron bis zum Meere alles, was zur Seite von Asdod liegt mit den zugehörigen Dörfern,
47 ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।
Asdod mit den zugehörigen Ortschaften und Dörfern, Gaza mit den zugehörigen Ortschaften und Dörfern bis zum Bach Ägyptens; die Grenze aber bildet durchweg das große Meer.
48 ପର୍ବତମୟ ଦେଶରେ ଶାମୀର ଓ ଯତ୍ତୀର ଓ ସୋଖୋ;
Auf dem Gebirge aber: Samir, Jattir, Socho,
49 ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି)
Danna, Kirjath Sanna, das ist Debir,
50 ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍
Anab, Esthemo, Anim,
51 ଓ ଗୋଶନ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।
Gosen, Holon und Gilo - elf Städte mit den zugehörigen Dörfern.
52 ଅରାବ୍ ଓ ଦୂମା ଓ ଇଶୀୟନ୍
Ferner Arab, Duma, Esean,
53 ଓ ଯାନୁମ୍ ଓ ବେଥ୍-ତ୍ତପୂହ ଓ ଅଫେକା
Janum, Beth Thappuah, Apheka,
54 ଓ ହୁମ୍ଟା ଓ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।
Humta, Kirjath Arba, das ist Hebron und Zior - neun Städte mit den zugehörigen Dörfern.
55 ମାୟୋନ୍, କର୍ମିଲ ଓ ସୀଫ୍ ଓ ଯୁଟା
Ferner Maon, Karmel, Siph, Juta,
56 ଓ ଯିଷ୍ରିୟେଲ ଓ ଯଗ୍ଦୀୟାମ୍ ଓ ସାନୋହ;
Jesreel, Jokdeam, Sanoah,
57 କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର।
Kain, Gibea und Thimna - zehn Städte mit den zugehörigen Dörfern.
58 ହଲହୁଲ ଓ ବେଥ୍-ସୁର ଓ ଗଦୋର
Ferner Halhul, Bethzur, Gedor,
59 ଓ ମାରତ୍ ଓ ବେଥ୍-ଅନୋତ୍ ଓ ଇଲ୍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର।
Maarath, Beth Anoth und Elthekon - sechs Städte mit den zugehörigen Dörfern.
60 କିରୀୟଥ୍-ବାଲ (ଏହାକୁ କିରୀୟଥ୍-ଯିୟାରୀମ୍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।
Ferner Kirjath Baal, das ist Kirjath Jearim, und Rabba - zwei Städte mit den zugehörigen Dörfern.
61 ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍ ଓ ସକାଖା
In der Steppe: Beth Araba, Middin, Sechara,
62 ଓ ନିବ୍ଶନ୍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।
Nibsan und die Salzstadt und Engedi - sechs Städte mit den zugehörigen Dörfern.
63 ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।
Was aber die Jebusiter, die Bewohner Jerusalems, anlangt, so vermochten die Judäer diese nicht zu vertreiben, und so blieben die Jebusiter mit den Judäern in Jerusalem wohnen bis auf den heutigen Tag.