< ଯିହୋଶୂୟ 16 >
1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।
cecidit quoque sors filiorum Ioseph ab Iordane contra Hiericho et aquas eius ab oriente solitudo quae ascendit de Hiericho ad montana Bethel
2 ତହୁଁ ସେ ସୀମା ବେଥେଲ୍ଠାରୁ ଲୂସ୍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍କୁ ଗଲା;
et egreditur de Bethel Luzam transitque terminum Archiatharoth
3 ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
et descendit ad occidentem iuxta terminum Ieflethi usque ad terminos Bethoron inferioris et Gazer finiunturque regiones eius mari Magno
4 ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।
possederuntque filii Ioseph Manasse et Ephraim
5 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।
et factus est terminus filiorum Ephraim per cognationes suas et possessio eorum contra orientem Atharothaddar usque Bethoron superiorem
6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା।
egrediunturque confinia in mare Machmethath vero aquilonem respicit et circuit terminus contra orientem in Thanathselo et pertransit ab oriente Ianoe
7 ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।
descenditque de Ianoe in Atharoth et Noaratha et pervenit in Hiericho et egreditur ad Iordanem
8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।
de Taffua pertransitque contra mare in valle Harundineti suntque egressus eius in mare Salsissimum haec est possessio tribus filiorum Ephraim per familias suas
9 ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।
urbesque quae separatae sunt filiis Ephraim in medio possessionis filiorum Manasse et villae earum
10 ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।
et non interfecerunt filii Ephraim Chananeum qui habitabat in Gazer habitavitque Chananeus in medio Ephraim usque in diem hanc tributarius