< ଯିହୋଶୂୟ 17 >
1 ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା।
玛拿西是约瑟的长子,他的支派拈阄所得之地记在下面。至于玛拿西的长子基列之父玛吉,因为是勇士就得了基列和巴珊。
2 ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରୀୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ।
玛拿西其余的子孙,按着宗族拈阄分地,就是亚比以谢子孙,希勒子孙,亚斯列子孙,示剑子孙,希弗子孙,示米大子孙;这些按着宗族,都是约瑟儿子玛拿西子孙的男丁。
3 ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍କା ଓ ତିର୍ସା।
玛拿西的玄孙,玛吉的曾孙,基列的孙子,希弗的儿子西罗非哈没有儿子,只有女儿。他的女儿名叫玛拉、挪阿、曷拉、密迦、得撒;
4 ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।
她们来到祭司以利亚撒和嫩的儿子约书亚并众首领面前,说:“耶和华曾吩咐摩西在我们弟兄中分给我们产业。”于是约书亚照耶和华所吩咐的,在她们伯叔中,把产业分给她们。
5 ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।
除了约旦河东的基列和巴珊地之外,还有十分地归玛拿西,
6 କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।
因为玛拿西的孙女们在玛拿西的孙子中得了产业。基列地是属玛拿西其余的子孙。
7 ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।
玛拿西的境界:从亚设起,到示剑前的密米他,往北到隐·他普亚居民之地。
8 ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହନଗର ଇଫ୍ରୟିମ-ସନ୍ତାନଗଣର ହେଲା।
他普亚地归玛拿西,只是玛拿西境界上的他普亚城归以法莲子孙。
9 ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା।
其界下到加拿河的南边。在玛拿西城邑中的这些城邑都归以法莲。玛拿西的地界是在河北直通到海为止;
10 ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।
南归以法莲,北归玛拿西,以海为界;北边到亚设,东边到以萨迦。
11 ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।
玛拿西在以萨迦和亚设境内,有伯·善和属伯·善的镇市,以伯莲和属以伯莲的镇市,多珥的居民和属多珥的镇市;又有三处山冈,就是隐·多珥和属隐·多珥的镇市;他纳的居民和属他纳的镇市,米吉多的居民和属米吉多的镇市。
12 ତଥାପି ମନଃଶିର ସନ୍ତାନଗଣ ସେହି ସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
只是玛拿西子孙不能赶出这些城的居民,迦南人偏要住在那地。
13 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରାନ୍ତ ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।
及至以色列人强盛了,就使迦南人做苦工,没有把他们全然赶出。
14 ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, “ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁଗୋଷ୍ଠୀ ହୋଇଅଛୁ।”
约瑟的子孙对约书亚说:“耶和华到如今既然赐福与我们,我们也族大人多,你为什么仅将一阄一段之地分给我们为业呢?”
15 ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେ ଯେବେ ବହୁଗୋଷ୍ଠୀ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଂକୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ।”
约书亚说:“你们如果族大人多,嫌以法莲山地窄小,就可以上比利洗人、利乏音人之地,在树林中砍伐树木。”
16 ତହିଁରେ ଯୋଷେଫର ସନ୍ତାନଗଣ କହିଲେ, “ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବେଥ୍-ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ ରଥ ଅଛି।”
约瑟的子孙说:“那山地容不下我们,并且住平原的迦南人,就是住伯·善和属伯·善的镇市,并住耶斯列平原的人,都有铁车。”
17 ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକୁ କହିଲେ, “ତୁମ୍ଭେ ବହୁଗୋଷ୍ଠୀ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ।
约书亚对约瑟家,就是以法莲和玛拿西人,说:“你是族大人多,并且强盛,不可仅有一阄之地,
18 ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହ ରଥ ଥିଲେ ହେଁ ଓ ସେମାନେ ପରାକ୍ରାନ୍ତ ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ।”
山地也要归你,虽是树林,你也可以砍伐;靠近之地必归你。迦南人虽有铁车,虽是强盛,你也能把他们赶出去。”