< ଯିହୋଶୂୟ 18 >

1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।
ויקהלו כל עדת בני ישראל שלה וישכינו שם את אהל מועד והארץ נכבשה לפניהם׃
2 ସେସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।
ויותרו בבני ישראל אשר לא חלקו את נחלתם שבעה שבטים׃
3 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?”
ויאמר יהושע אל בני ישראל עד אנה אתם מתרפים לבוא לרשת את הארץ אשר נתן לכם יהוה אלהי אבותיכם׃
4 ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।
הבו לכם שלשה אנשים לשבט ואשלחם ויקמו ויתהלכו בארץ ויכתבו אותה לפי נחלתם ויבאו אלי׃
5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ-ବଂଶ ରହିବେ।
והתחלקו אתה לשבעה חלקים יהודה יעמד על גבולו מנגב ובית יוסף יעמדו על גבולם מצפון׃
6 ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।
ואתם תכתבו את הארץ שבעה חלקים והבאתם אלי הנה ויריתי לכם גורל פה לפני יהוה אלהינו׃
7 କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍‍ ଓ ରୁବେନ୍‍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।
כי אין חלק ללוים בקרבכם כי כהנת יהוה נחלתו וגד וראובן וחצי שבט המנשה לקחו נחלתם מעבר לירדן מזרחה אשר נתן להם משה עבד יהוה׃
8 ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।”
ויקמו האנשים וילכו ויצו יהושע את ההלכים לכתב את הארץ לאמר לכו והתהלכו בארץ וכתבו אותה ושובו אלי ופה אשליך לכם גורל לפני יהוה בשלה׃
9 ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।
וילכו האנשים ויעברו בארץ ויכתבוה לערים לשבעה חלקים על ספר ויבאו אל יהושע אל המחנה שלה׃
10 ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।
וישלך להם יהושע גורל בשלה לפני יהוה ויחלק שם יהושע את הארץ לבני ישראל כמחלקתם׃
11 ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।
ויעל גורל מטה בני בנימן למשפחתם ויצא גבול גורלם בין בני יהודה ובין בני יוסף׃
12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।
ויהי להם הגבול לפאת צפונה מן הירדן ועלה הגבול אל כתף יריחו מצפון ועלה בהר ימה והיה תצאתיו מדברה בית און׃
13 ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।
ועבר משם הגבול לוזה אל כתף לוזה נגבה היא בית אל וירד הגבול עטרות אדר על ההר אשר מנגב לבית חרון תחתון׃
14 ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା-ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।
ותאר הגבול ונסב לפאת ים נגבה מן ההר אשר על פני בית חרון נגבה והיה תצאתיו אל קרית בעל היא קרית יערים עיר בני יהודה זאת פאת ים׃
15 ପୁଣି ଦକ୍ଷିଣ ସୀମା କିରୀୟଥ୍‍-ଯିୟାରୀମ୍‍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।
ופאת נגבה מקצה קרית יערים ויצא הגבול ימה ויצא אל מעין מי נפתוח׃
16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍‍-ରୋଗେଲକୁ ଗଲା।
וירד הגבול אל קצה ההר אשר על פני גי בן הנם אשר בעמק רפאים צפונה וירד גי הנם אל כתף היבוסי נגבה וירד עין רגל׃
17 ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।
ותאר מצפון ויצא עין שמש ויצא אל גלילות אשר נכח מעלה אדמים וירד אבן בהן בן ראובן׃
18 ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ୱ ଦେଇ ପଦାଭୂମିକୁ ଗଡ଼ିଗଲା
ועבר אל כתף מול הערבה צפונה וירד הערבתה׃
19 ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।
ועבר הגבול אל כתף בית חגלה צפונה והיה תצאותיו הגבול אל לשון ים המלח צפונה אל קצה הירדן נגבה זה גבול נגב׃
20 ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।
והירדן יגבל אתו לפאת קדמה זאת נחלת בני בנימן לגבולתיה סביב למשפחתם׃
21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍‍-କତ୍‍ଶିସ୍‍
והיו הערים למטה בני בנימן למשפחותיהם יריחו ובית חגלה ועמק קציץ׃
22 ଓ ବେଥ୍-ଅରାବା ଓ ସୀମାରୟମ୍‍ ଓ ବେଥେଲ୍‍
ובית הערבה וצמרים ובית אל׃
23 ଓ ଅବ୍ବୀମ୍‍ ଓ ପାରା ଓ ଅଫ୍ରା,
והעוים והפרה ועפרה׃
24 କଫରମ୍ମୋନି ଓ ଅଫନି ଓ ଗେବା; ଗ୍ରାମ ସମେତ ବାର ନଗର।
וכפר העמני והעפני וגבע ערים שתים עשרה וחצריהן׃
25 ଗିବୀୟୋନ୍‍ ଓ ରାମା ଓ ବେରୋତ
גבעון והרמה ובארות׃
26 ଓ ମିସ୍ପେ ଓ କଫୀରା ଓ ମୋତ୍ସା
והמצפה והכפירה והמצה׃
27 ଓ ରେକମ ଓ ଯିର୍ପେଲ ଓ ତରଲା
ורקם וירפאל ותראלה׃
28 ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍‍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।
וצלע האלף והיבוסי היא ירושלם גבעת קרית ערים ארבע עשרה וחצריהן זאת נחלת בני בנימן למשפחתם׃

< ଯିହୋଶୂୟ 18 >