< ଯିହୋଶୂୟ 18 >
1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।
Congregatique sunt omnes filii Israel in Silo, ibique fixerunt tabernaculum testimonii, et fuit eis Terra subiecta.
2 ସେସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।
Remanserunt autem filiorum Israel septem tribus, quae necdum acceperant possessiones suas.
3 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?”
Ad quos Iosue ait: Usquequo marcetis ignavia, et non intratis ad possidendam Terram, quam Dominus Deus patrum vestrorum dedit vobis?
4 ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।
Eligite de singulis tribubus ternos viros, ut mittam eos, et pergant atque circumeant Terram, et describant eam iuxta numerum uniuscuiusque multitudinis: referantque ad me quod descripserint.
5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ-ବଂଶ ରହିବେ।
Dividite vobis Terram in septem partes: Iudas sit in terminis suis ab australi plaga, et domus Ioseph ab Aquilone.
6 ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।
mediam inter hos Terram in septem partes describite: et huc venietis ad me, ut coram Domino Deo vestro mittam vobis hic sortem:
7 କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍ ଓ ରୁବେନ୍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।
quia non est inter vos pars Levitarum, sed sacerdotium Domini est eorum hereditas. Gad autem et Ruben, et dimidia tribus Manasse iam acceperant possessiones suas trans Iordanem ad Orientalem plagam: quas dedit eis Moyses famulus Domini.
8 ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।”
Cumque surrexissent viri, ut pergerent ad describendam terram, praecepit eis Iosue, dicens: Circuite Terram, et describite eam, ac revertimini ad me: ut hic coram Domino, in Silo, mittam vobis sortem.
9 ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।
Itaque perrexerunt: et lustrantes eam, in septem partes diviserunt, scribentes in volumine. Reversique sunt ad Iosue in castra Silo.
10 ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।
Qui misit sortes coram Domino in Silo, divisitque Terram filiis Israel in septem partes.
11 ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।
Et ascendit sors prima filiorum Beniamin per familias suas, ut possiderent Terram inter filios Iuda et filios Ioseph.
12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।
Fuitque terminus eorum contra Aquilonem a Iordane: pergens iuxta latus Iericho septentrionalis plagae, et inde contra Occidentem ad montana conscendens, et perveniens ad solitudinem Bethaven,
13 ସେଠାରୁ ସେ ସୀମା ଲୂସ୍କୁ ବା ଦକ୍ଷିଣ ଆଡ଼େ ଲୂସ୍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା।
atque pertransiens iuxta Luzam ad Meridiem, ipsa est Bethel: descenditque in Ataroth addar in montem, qui est ad Meridiem Beth horon inferioris:
14 ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା-ସନ୍ତାନଗଣର କିରୀୟଥ୍-ବାଲବା କିରୀୟଥ୍-ଯିୟାରୀମ୍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।
Et inclinatur circuiens contra mare ad Meridiem montis qui respicit Beth horon contra Africum: suntque exitus eius in Cariath baal, quae vocatur et Cariathiarim, urbem filiorum Iuda. haec est plaga contra mare, ad Occidentem.
15 ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମ୍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।
A Meridie autem ex parte Cariathiarim egreditur terminus contra mare, et pervenit usque ad fontem aquarum Nephtoa.
16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା।
Descenditque in partem montis, qui respicit Vallem filiorum Ennom: et est contra septentrionalem plagam in extrema parte Vallis Raphaim. Descenditque in Geennom (id est, Vallem Ennom) iuxta latus Iebusaei ad Austrum: et pervenit ad Fontem rogel,
17 ପୁଣି ଉତ୍ତର ଦିଗରେ ଫେରି ଐନ୍-ଶେମଶ୍ ନିକଟରେ ଗଲା ଓ ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।
transiens ad Aquilonem, et egrediens ad Ensemes, id est fontem solis:
18 ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ୱ ଦେଇ ପଦାଭୂମିକୁ ଗଡ଼ିଗଲା
et pertransit usque ad tumulos, qui sunt e regione Ascensus Adommim: descenditque ad Abenboen, id est, lapidem Boen filii Ruben: et pertransit ex latere Aquilonis ad campestria: descenditque in planitiem,
19 ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।
et praetergreditur contra Aquilonem Beth hagla: suntque exitus eius contra linguam maris salsissimi ab Aquilone in fine Iordanis ad australem plagam:
20 ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।
qui est terminus illius ab Oriente. haec est possessio filiorum Beniamin per terminos suos in circuitu, et familias suas.
21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍-କତ୍ଶିସ୍
Fueruntque civitates eius, Iericho et Beth hagla et Vallis Casis,
22 ଓ ବେଥ୍-ଅରାବା ଓ ସୀମାରୟମ୍ ଓ ବେଥେଲ୍
Beth Araba et Samaraim et Bethel
23 ଓ ଅବ୍ବୀମ୍ ଓ ପାରା ଓ ଅଫ୍ରା,
et Avim et Aphara et Ophera,
24 କଫରମ୍ମୋନି ଓ ଅଫନି ଓ ଗେବା; ଗ୍ରାମ ସମେତ ବାର ନଗର।
villa Emona et Ophni et Gabee: civitates duodecim, et villae earum.
25 ଗିବୀୟୋନ୍ ଓ ରାମା ଓ ବେରୋତ
Gabaon et Rama et Beroth,
26 ଓ ମିସ୍ପେ ଓ କଫୀରା ଓ ମୋତ୍ସା
et Mesphe et Caphara, et Amosa
27 ଓ ରେକମ ଓ ଯିର୍ପେଲ ଓ ତରଲା
et Recem, Iarephel et Tharela,
28 ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।
et Sela, Eleph, et Iebus, quae est Ierusalem, Gabaath et Cariath: civitates quattuordecim, et villae earum. Haec est possessio filiorum Beniamin iuxta familias suas.