< ଯିହୋଶୂୟ 19 >

1 ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।
為西緬支派的人,按着宗族,拈出第二鬮。他們所得的地業是在猶大人地業中間。
2 ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍‍ଶେବା ବା ଶେବଃ ଓ ମୋଲାଦା
他們所得為業之地就是:別是巴(或名示巴)、摩拉大、
3 ଓ ହତ୍‍ସର-ଶୁୟାଲ୍‍ ଓ ବାଲା ଓ ଏତ୍ସମ୍‍
哈薩‧書亞、巴拉、以森、
4 ଓ ଇଲତୋଲଦ୍‍ ଓ ବଥୁଲ ଓ ହର୍ମା
伊利多拉、比土力、何珥瑪、
5 ଓ ସିକ୍ଲଗ୍‍ ଓ ବେଥ୍-ମର୍କାବୋତ୍‍ ଓ ହତ୍‍ସରସୂଷୀମ୍‍
洗革拉、伯‧瑪加博、哈薩‧蘇撒、
6 ଓ ବେଥ୍-ଲବାୟୋତ୍‍ ଓ ଶାରୁହନ୍‍; ଗ୍ରାମ ସମେତ ଏହି ତେର ନଗର।
伯‧利巴勿、沙魯險,共十三座城,還有屬城的村莊;
7 ଐନ୍‍ ଓ ରିମ୍ମୋନ୍‍ ଓ ଏଥର୍‍ ଓ ଆଶନ୍‍; ଗ୍ରାମ ସମେତ ଏହି ଚାରି ନଗର
又有亞因、利門、以帖、亞珊,共四座城,還有屬城的村莊;
8 ଓ ବାଲତ୍‍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍‍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।
並有這些城邑四圍一切的村莊,直到巴拉‧比珥,就是南地的拉瑪。這是西緬支派按着宗族所得的地業。
9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।
西緬人的地業是從猶大人地業中得來的;因為猶大人的分過多,所以西緬人在他們的地業中得了地業。
10 ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।
為西布倫人,按着宗族,拈出第三鬮。他們地業的境界是到撒立;
11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍‍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା।
往西上到瑪拉拉,達到大巴設,又達到約念前的河;
12 ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍‍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍‍ରେ ବାହାରି ଯାଫୀୟକୁ ଉଠିଗଲା।
又從撒立往東轉向日出之地,到吉斯綠‧他泊的境界,又通到大比拉,上到雅非亞;
13 ପୁଣି ସେଠାରୁ ପୂର୍ବଦିଗ ହୋଇ ଗାଥ୍‍-ହେଫର ଦେଇ ଏତ୍କାତ୍‍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍‍କୁ ଗଲା।
從那裏往東,接連到迦特‧希弗,至以特‧加汛,通到臨門,臨門延到尼亞;
14 ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା।
又繞過尼亞的北邊,轉到哈拿頓,通到伊弗他‧伊勒谷。
15 ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।
還有加他、拿哈拉、伸崙、以大拉、伯利恆,共十二座城,還有屬城的村莊。
16 ଗ୍ରାମ ସମେତ ଏସବୁ ନଗର ସବୂଲୂନ-ସନ୍ତାନମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା।
這些城並屬城的村莊就是西布倫人按着宗族所得的地業。
17 ଏଥିଉତ୍ତାରେ ଇଷାଖରର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା।
為以薩迦人,按着宗族,拈出第四鬮。
18 ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ
他們的境界是到耶斯列、基蘇律、書念、
19 ଓ ହଫାରୟିମ୍‍ ଓ ଶୀୟୋନ ଓ ଅନହରତ୍‍
哈弗連、示按、亞拿哈拉、
20 ଓ ରାବ୍ବୀତ୍‍ ଓ କିଶୀୟୋନ୍‍ ଓ ଏବସ
拉璧、基善、亞別、
21 ଓ ରେମତ୍‍ ଓ ଐନ୍‍-ଗନ୍ନୀମ୍‍ ଓ ଐନ୍‍-ହଦ୍ଦା ଓ ବେଥ୍-ପତ୍‍ସେସ ପର୍ଯ୍ୟନ୍ତ ଗଲା।
利篾、隱‧干寧、隱‧哈大、伯‧帕薛;
22 ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।
又達到他泊、沙哈洗瑪、伯‧示麥,直通到約旦河為止,共十六座城,還有屬城的村莊。
23 ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା।
這些城並屬城的村莊就是以薩迦支派按着宗族所得的地業。
24 ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା।
為亞設支派,按着宗族,拈出第五鬮。
25 ଆଉ ସେମାନଙ୍କର ସୀମା ହିଲକତ୍‍ ଓ ହଲୀ ଓ ବେଟନ ଓ ଅକ୍‍ଷଫ
他們的境界是黑甲、哈利、比田、押煞、
26 ଓ ଅଲମେଲକ୍‍ ଓ ଅମୀୟାଦ୍‍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍‍ନତ ପର୍ଯ୍ୟନ୍ତ ଗଲା।
亞拉米勒、亞末、米沙勒;往西達到迦密,又到希曷‧立納,
27 ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ
轉向日出之地,到伯‧大袞,達到細步綸;往北到伊弗他‧伊勒谷,到伯‧以墨和尼業,也通到迦步勒的左邊;
28 ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;
又到義伯崙、利合、哈們、加拿,直到西頓大城;
29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀର-ବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।
轉到拉瑪和堅固城泰爾;又轉到何薩,靠近亞革悉一帶地方,直通到海;
30 ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।
又有烏瑪、亞弗、利合,共二十二座城,還有屬城的村莊。
31 ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।
這些城並屬城的村莊就是亞設支派按着宗族所得的地業。
32 ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।
為拿弗他利人,按着宗族,拈出第六鬮。
33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍‍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍‍ବ ଓ ଯବ୍‍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା।
他們的境界是從希利弗從撒拿音的橡樹,從亞大米‧尼吉和雅比聶,直到拉共,通到約旦河;
34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍‍ନୋତ୍‍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ୍‍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।
又轉向西到亞斯納‧他泊,從那裏通到戶割,南邊到西布倫,西邊到亞設,又向日出之地,達到約旦河那裏的猶大。
35 ପୁଣି ସବୀମ ଓ ସେର ଓ ହମ୍ମତ୍‍, ରକ୍କତ୍‍ ଓ କିନ୍ନେରତ୍‍
堅固的城就是:西丁、側耳、哈末、拉甲、基尼烈、
36 ଓ ଆଦାମା ଓ ରାମା ଓ ହାସୋର
亞大瑪、拉瑪、夏瑣、
37 ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର
基低斯、以得來、隱‧夏瑣、
38 ଓ ଯିରୋଣ ଓ ମିଗ୍‍ଦଲେଲ ଓ ହୋରେମ୍‍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀର-ବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣେଇଶ ନଗର।
以利穩、密大‧伊勒、和璉、伯‧亞納、伯‧示麥,共十九座城,還有屬城的村莊。
39 ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର।
這些城並屬城的村莊就是拿弗他利支派按着宗族所得的地業。
40 ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।
為但支派,按着宗族,拈出第七鬮。
41 ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍‍
他們地業的境界是瑣拉、以實陶、伊珥‧示麥、
42 ଓ ଶାଲବୀନ୍ ଓ ଅୟାଲୋନ୍‍ ଓ ଯିତ୍ଲା
沙拉賓、亞雅崙、伊提拉、
43 ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ
以倫、亭拿他、以革倫、
44 ଓ ଇଲତ୍‍କୀ ଓ ଗିବ୍ବଥୋନ ଓ ବାଲତ୍‍
伊利提基、基比頓、巴拉、
45 ଓ ଯିହୂଦ୍‍ ଓ ବନେବରକ୍‍ ଓ ଗାଥ୍‍-ରିମ୍ମୋନ
伊胡得、比尼‧比拉、迦特‧臨門、
46 ଓ ମେୟକୋନ୍‍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ।
美‧耶昆、拉昆,並約帕對面的地界。
47 ମାତ୍ର ଦାନ୍-ସନ୍ତାନଗଣର ସୀମା ସେହି ସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍‍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ।
但人的地界越過原得的地界;因為但人上去攻取利善,用刀擊殺城中的人,得了那城,住在其中,以他們先祖但的名將利善改名為但。
48 ଆପଣା ଆପଣା ବଂଶାନୁସାରେ ଦାନ୍-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,
這些城並屬城的村莊就是但支派按着宗族所得的地業。
49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।
以色列人按着境界分完了地業,就在他們中間將地給嫩的兒子約書亞為業,
50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।
是照耶和華的吩咐,將約書亞所求的城,就是以法蓮山地的亭拿‧西拉城,給了他。他就修那城,住在其中。
51 ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।
這就是祭司以利亞撒和嫩的兒子約書亞,並以色列各支派的族長,在示羅會幕門口,耶和華面前,拈鬮所分的地業。這樣,他們把地分完了。

< ଯିହୋଶୂୟ 19 >