< ଯିହୋଶୂୟ 19 >
1 ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।
Ƙuri’a ta biyu ta fāɗa a kan kabilar Simeyon, bisa ga iyalansu. Ƙasarsu ta gādo tana cikin yankin Yahuda.
2 ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍ଶେବା ବା ଶେବଃ ଓ ମୋଲାଦା
Waɗannan su ne wuraren da suka gāda. Beyersheba (ko Sheba), Molada,
3 ଓ ହତ୍ସର-ଶୁୟାଲ୍ ଓ ବାଲା ଓ ଏତ୍ସମ୍
Hazar Shuwal, Bilha, Ezem,
4 ଓ ଇଲତୋଲଦ୍ ଓ ବଥୁଲ ଓ ହର୍ମା
Eltolad, Betul, Horma,
5 ଓ ସିକ୍ଲଗ୍ ଓ ବେଥ୍-ମର୍କାବୋତ୍ ଓ ହତ୍ସରସୂଷୀମ୍
Ziklag, Bet-Markabot, Hazar-Susa,
6 ଓ ବେଥ୍-ଲବାୟୋତ୍ ଓ ଶାରୁହନ୍; ଗ୍ରାମ ସମେତ ଏହି ତେର ନଗର।
Bet-Lebayot da Sharuhen, garuruwa goma sha uku ke nan da ƙauyukansu.
7 ଐନ୍ ଓ ରିମ୍ମୋନ୍ ଓ ଏଥର୍ ଓ ଆଶନ୍; ଗ୍ରାମ ସମେତ ଏହି ଚାରି ନଗର
Akwai kuma Ayin, Rimmon, Eter da Ashan, garuruwa huɗu ke nan da ƙauyukansu,
8 ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।
da kuma dukan ƙauyukan da suke kewaye da garuruwan nan har zuwa Rama na Negeb (wato, Ba’alat-Beyer). Wannan shi ne gādon kabilar Simeyon bisa ga iyalansu.
9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।
Daga cikin gādon mutanen Yahuda ne aka fitar da gādon kabilar Simeyon, bisa ga iyalansu, domin rabon da kabilar Yahuda suka samu ya fi ƙarfin abin da suke bukata. Saboda haka kabilar gādon Simeyon yana cikin harabar Yahuda.
10 ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।
Ƙuri’a ta uku ta fāɗa a kan Zebulun bisa ga iyalansu. Iyakar ƙasarsu ta gādo ta kai har Sarid.
11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା।
Ta nufi yamma zuwa Marala, ta taɓa Dabbeshet, ta wuce zuwa rafin da yake kusa da Yokneyam.
12 ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍ରେ ବାହାରି ଯାଫୀୟକୁ ଉଠିଗଲା।
Daga Sarid, ta juya gabas zuwa harabar Kislot Tabor, ta kuma wuce zuwa Daberat har zuwa Yafiya.
13 ପୁଣି ସେଠାରୁ ପୂର୍ବଦିଗ ହୋଇ ଗାଥ୍-ହେଫର ଦେଇ ଏତ୍କାତ୍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍କୁ ଗଲା।
Sa’an nan ta ci gaba, ta yi gabas zuwa Gat-Hefer da Et Kazin; ta ɓulla a Rimmon, ta juya zuwa Neya.
14 ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା।
A can ne iyakar ta kewaya zuwa Hannaton, sa’an nan ta ƙarasa a Kwarin Ifta El.
15 ପୁଣି କଟତ୍ ଓ ନହଲୋଲ୍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।
Zebulun ta ƙunshi garuruwa goma sha biyu da ƙauyukansu. Garuruwan sun haɗa da Kattat, Nahalal, Shimron, Idala da Betlehem.
16 ଗ୍ରାମ ସମେତ ଏସବୁ ନଗର ସବୂଲୂନ-ସନ୍ତାନମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା।
Garuruwan nan da ƙauyukansu su ne gādon da kabilar Zebulun ta samu, bisa ga iyalansu.
17 ଏଥିଉତ୍ତାରେ ଇଷାଖରର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା।
Ƙuri’a ta huɗu ta fāɗa a kan kabilar Issakar, bisa ga iyalansu.
18 ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ
Ƙasarsu gādonsu ta haɗa da, Yezireyel, Kessulot, Shunem,
19 ଓ ହଫାରୟିମ୍ ଓ ଶୀୟୋନ ଓ ଅନହରତ୍
Hafarayim, Anaharat,
20 ଓ ରାବ୍ବୀତ୍ ଓ କିଶୀୟୋନ୍ ଓ ଏବସ
Rabbat, Kishiyon, Ebez,
21 ଓ ରେମତ୍ ଓ ଐନ୍-ଗନ୍ନୀମ୍ ଓ ଐନ୍-ହଦ୍ଦା ଓ ବେଥ୍-ପତ୍ସେସ ପର୍ଯ୍ୟନ୍ତ ଗଲା।
Remet, En Gannim, En Hadda da Bet-Fazez.
22 ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।
Iyakar ta taɓa Tabor Shahazuma da Bet-Shemesh ta kuma ƙarasa a Urdun. Duka-duka garuruwa goma sha shida ke nan da ƙauyukansu.
23 ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା।
Waɗannan garuruwa da ƙauyukansu su ne rabon da kabilar Issakar ta samu, bisa ga iyalansu.
24 ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା।
Ƙuri’a ta biyar ta fāɗa a kan kabilar Asher, bisa ga iyalansu.
25 ଆଉ ସେମାନଙ୍କର ସୀମା ହିଲକତ୍ ଓ ହଲୀ ଓ ବେଟନ ଓ ଅକ୍ଷଫ
Ƙasarsu gādonsu ta haɗa da, Helkat, Hali, Beten, Akshaf,
26 ଓ ଅଲମେଲକ୍ ଓ ଅମୀୟାଦ୍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍ନତ ପର୍ଯ୍ୟନ୍ତ ଗଲା।
Allammelek, Amad da Mishal. A arewanci kuma iyakar ta taɓa Karmel da Shihor Libnat.
27 ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ
Sai ta yi gabas zuwa Bet-Dagon, ta taɓa Zebulun da kuma Kwarin Ifta El, ta wuce arewa zuwa Bet-Emek da Neyiyel, ta wuce Kabul a hagu,
28 ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;
ta kai Abdon, Rehob, Hammon da Kana, har zuwa Sidon Babba.
29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀର-ବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।
Daga nan iyakar ta juya baya zuwa Rama, ta bi ta birnin nan mai katanga na Taya, ta juya ta nufi Hosa, sa’an nan ta ɓulla ta Bahar Rum cikin yankin Akzib,
30 ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।
Umma, Afek da Rehob. Garuruwa ashirin da biyu ke nan da ƙauyukansu.
31 ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।
Garuruwan nan da ƙauyukansu su ne gādon da kabilar Asher ta samu bisa ga iyalansu.
32 ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।
Ƙuri’a ta shida ta fāɗa a kan kabilar Naftali, bisa ga iyalansu.
33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍ବ ଓ ଯବ୍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା।
Iyakarsu ta kama daga Helef, daga babban itacen Mamre nan da yake a Za’anannim, ta wuce Adami Nekeb da Yabneyel zuwa Lakkum, ta kuma ƙarasa a Urdun.
34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍ନୋତ୍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ୍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।
Iyakar kuma ta juya yamma ta cikin Aznot-Tabo ta ɓulla a Hukkok. Ta taɓa Zebulun a kudu, Asher a yamma, da kuma Urdun a gabas.
35 ପୁଣି ସବୀମ ଓ ସେର ଓ ହମ୍ମତ୍, ରକ୍କତ୍ ଓ କିନ୍ନେରତ୍
Biranen da suke da katanga su ne Ziddim, Zer, Hammat, Rakkat, Kinneret,
36 ଓ ଆଦାମା ଓ ରାମା ଓ ହାସୋର
Adama, Rama, Hazor,
37 ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର
Kedesh, Edireyi, En Hazor,
38 ଓ ଯିରୋଣ ଓ ମିଗ୍ଦଲେଲ ଓ ହୋରେମ୍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀର-ବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣେଇଶ ନଗର।
Yiron, Migdal El, Horem, Bet-Anat da Bet-Shemesh. Garuruwa goma sha tara ke nan da ƙauyukansu.
39 ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର।
Waɗannan garuruwa da ƙauyukansu su ne rabon da kabilar Naftali ta samu, bisa ga iyalansu.
40 ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।
Ƙuri’a ta bakwai ta fāɗa a kan kabilar Dan, bisa ga iyalansu.
41 ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍
Ƙasarsu ta gādo ta haɗa da, Zora, Eshtawol, Ir Shemesh,
42 ଓ ଶାଲବୀନ୍ ଓ ଅୟାଲୋନ୍ ଓ ଯିତ୍ଲା
Shalim, Aiyalon, Itla,
43 ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ
Elon, Timna, Ekron,
44 ଓ ଇଲତ୍କୀ ଓ ଗିବ୍ବଥୋନ ଓ ବାଲତ୍
Elteke, Gibbeton, Ba’alat,
45 ଓ ଯିହୂଦ୍ ଓ ବନେବରକ୍ ଓ ଗାଥ୍-ରିମ୍ମୋନ
Yehud, Bene-Berak, Gat-Rimmon,
46 ଓ ମେୟକୋନ୍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ।
Me Yarkon da Rakkon tare da sashen da yake fuskantar Yaffa.
47 ମାତ୍ର ଦାନ୍-ସନ୍ତାନଗଣର ସୀମା ସେହି ସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ।
(Amma ya zama wa mutanen kabilar Dan da wahala su mallaki ƙasar da aka ba su gādo, saboda haka sai suka nufi Leshem suka ci su da yaƙi, suka karkashe mutanen wurin, suka mallake ta, suka zauna a ciki. Suka kuma sa wa Leshem, sunan kakansu, wato, Dan.)
48 ଆପଣା ଆପଣା ବଂଶାନୁସାରେ ଦାନ୍-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,
Waɗannan garuruwa da ƙauyukansu su ne gādon kabilar Dan, bisa ga iyalansu.
49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।
Sa’ad da aka gama raba gādon ƙasar bisa ga ƙuri’a. Sai Isra’ilawa suka ba Yoshuwa ɗan Nun nasa rabo a cikinsu,
50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।
yadda Ubangiji ya umarta, suka ba shi garin da ya ce a ba shi, Timnat Serad a ƙasar tudu ta Efraim. Ya kuma gina garin ya zauna a can.
51 ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।
Waɗannan su ne rabe-raben gādon da Eleyazar firist, Yoshuwa ɗan Nun, da kuma shugabannin kabilan iyalan Isra’ila suka rarraba ta hanyar jefa ƙuri’a a Shilo a gaban Ubangiji a ƙofar Tentin Sujada. Da haka suka yi suka gama rarraba ƙasar.