< ଯିହୋଶୂୟ 20 >

1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;
et locutus est Dominus ad Iosue dicens loquere filiis Israhel et dic eis
2 ‘ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।
separate urbes fugitivorum de quibus locutus sum ad vos per manum Mosi
3 ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।
ut confugiat ad eas quicumque animam percusserit nescius et possit evadere iram proximi qui ultor est sanguinis
4 ଆଉ ତହିଁ ମଧ୍ୟରୁ କୌଣସି ନଗରକୁ ପଳାୟନକାରୀ ଲୋକ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଠିଆ ହୋଇ ନଗରର ପ୍ରାଚୀନମାନଙ୍କ କର୍ଣ୍ଣଗୋଚରରେ ଆପଣାର କଥା କହିବ, ତହୁଁ ସେମାନେ ନଗର ମଧ୍ୟରେ ଆପଣାମାନଙ୍କ ନିକଟକୁ ତାହାକୁ ଆଣି ଆପଣାମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେବେ।
cum ad unam harum confugerit civitatum stabitque ante portam civitatis et loquetur senioribus urbis illius ea quae se conprobent innocentem sicque suscipient eum et dabunt ei locum ad habitandum
5 ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକୁ ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା।
cumque ultor sanguinis eum fuerit persecutus non tradent in manus eius quia ignorans percussit proximum eius nec ante biduum triduumve eius probatur inimicus
6 ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବା ଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବା ଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।’”
et habitabit in civitate illa donec stet ante iudicium causam reddens facti sui et moriatur sacerdos magnus qui fuerit in illo tempore tunc revertetur homicida et ingredietur civitatem et domum suam de qua fugerat
7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।
decreveruntque Cedes in Galilea montis Nepthali et Sychem in monte Ephraim et Cariatharbe ipsa est Hebron in monte Iuda
8 ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍‍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍‍ ବଂଶର ଗିଲୀୟଦରେ ରାମୋତ୍‍ ଓ ମନଃଶି ବଂଶର ବାଶନରେ ଗୋଲନ୍‍ ନିରୂପଣ କଲେ।
et trans Iordanem contra orientalem plagam Hiericho statuerunt Bosor quae sita est in campestri solitudine de tribu Ruben et Ramoth in Galaad de tribu Gad et Gaulon in Basan de tribu Manasse
9 କେହି ଭ୍ରାନ୍ତିରେ ନରହତ୍ୟା କଲେ, ମଣ୍ଡଳୀ ସାକ୍ଷାତରେ ଠିଆ ହେବା ପର୍ଯ୍ୟନ୍ତ ସେହି ସ୍ଥାନକୁ ପଳାଇ ଯେପରି ରକ୍ତର ପ୍ରତିହନ୍ତାର ହସ୍ତରେ ନ ମରେ, ଏନିମନ୍ତେ ଇସ୍ରାଏଲ ସନ୍ତାନ ସମସ୍ତଙ୍କ ପାଇଁ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକ ପାଇଁ ଏସବୁ ନଗର ନିରୂପିତ ହେଲା।
hae civitates constitutae sunt cunctis filiis Israhel et advenis qui habitant inter eos ut fugeret ad eas qui animam nescius percussisset et non moreretur in manu proximi effusum sanguinem vindicare cupientis donec staret ante populum expositurus causam suam

< ଯିହୋଶୂୟ 20 >