< ଯିହୋଶୂୟ 20 >
1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;
Ndipo Bwana akamwambia Yoshua,
2 ‘ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।
“Waambie Waisraeli, watenge miji mikubwa ya kukimbilia, kama nilivyokuagiza kupitia Mose,
3 ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।
ili mtu yeyote atakayemuua mtu kwa bahati mbaya na pasipo kukusudia aweze kukimbilia huko na kujiepusha na mlipiza kisasi wa damu.
4 ଆଉ ତହିଁ ମଧ୍ୟରୁ କୌଣସି ନଗରକୁ ପଳାୟନକାରୀ ଲୋକ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଠିଆ ହୋଇ ନଗରର ପ୍ରାଚୀନମାନଙ୍କ କର୍ଣ୍ଣଗୋଚରରେ ଆପଣାର କଥା କହିବ, ତହୁଁ ସେମାନେ ନଗର ମଧ୍ୟରେ ଆପଣାମାନଙ୍କ ନିକଟକୁ ତାହାକୁ ଆଣି ଆପଣାମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେବେ।
“Anapokimbilia mojawapo ya hii miji mikubwa atasimama kwenye maingilio ya lango la mji mkuu na kueleza wazee wa mji kuhusu shauri lake. Kisha watampokea katika mji wao na kumpa mahali pa kuishi nao.
5 ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକୁ ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା।
Kama mlipiza kisasi wa damu akimfuatilia, wasimkabidhi yule mshtakiwa, kwa sababu alimuua jirani yake bila kukusudia, na bila kuwa na nia ya kudhuru.
6 ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବା ଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବା ଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।’”
Huyu aliyeua atakaa kwenye mji mkubwa huo mpaka awe amesimama kukabili mashtaka yake mbele ya kusanyiko na mpaka kuhani mkuu anayehudumu kwa wakati huo atakapokufa. Ndipo atakapoweza kurudi nyumbani kwake katika mji ambao aliukimbia.”
7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।
Basi wakatenga Kedeshi katika Galilaya kwenye nchi ya vilima ya Naftali, Shekemu katika nchi ya vilima ya Efraimu, na Kiriath-Arba (yaani Hebroni) kwenye nchi ya vilima ya Yuda.
8 ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲୀୟଦରେ ରାମୋତ୍ ଓ ମନଃଶି ବଂଶର ବାଶନରେ ଗୋଲନ୍ ନିରୂପଣ କଲେ।
Katika upande wa mashariki mwa Yordani ya Yeriko wakatenga Bezeri katika jangwa katika uwanda wa juu katika kabila la Reubeni, Ramothi katika Gileadi katika kabila la Gadi, na Golani huko Bashani katika kabila la Manase.
9 କେହି ଭ୍ରାନ୍ତିରେ ନରହତ୍ୟା କଲେ, ମଣ୍ଡଳୀ ସାକ୍ଷାତରେ ଠିଆ ହେବା ପର୍ଯ୍ୟନ୍ତ ସେହି ସ୍ଥାନକୁ ପଳାଇ ଯେପରି ରକ୍ତର ପ୍ରତିହନ୍ତାର ହସ୍ତରେ ନ ମରେ, ଏନିମନ୍ତେ ଇସ୍ରାଏଲ ସନ୍ତାନ ସମସ୍ତଙ୍କ ପାଇଁ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକ ପାଇଁ ଏସବୁ ନଗର ନିରୂପିତ ହେଲା।
Mwisraeli yeyote au mgeni yeyote aishiye miongoni mwao aliyemuua mtu kwa bahati mbaya, angeweza kukimbilia katika miji mikubwa hiyo iliyotengwa na asiuawe na mlipiza kisasi wa damu kabla hajasimama kukabili mashtaka mbele ya kusanyiko.