< ଯିହୋଶୂୟ 20 >
1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;
और ख़ुदावन्द ने यशू'अ से कहा कि,
2 ‘ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।
बनी इस्राईल से कह कि अपने लिए पनाह के शहर जिनकी वजह मैं ने मूसा के बारे में तुमको हुक्म किया मुक़र्रर करो,
3 ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।
ताकि वह ख़ूनी जो भूल से और ना दानिस्ता किसी को मार डाले वहाँ भाग जाए और वह ख़ून के बदला लेने वाले से तुम्हारी पनाह ठहरें।
4 ଆଉ ତହିଁ ମଧ୍ୟରୁ କୌଣସି ନଗରକୁ ପଳାୟନକାରୀ ଲୋକ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଠିଆ ହୋଇ ନଗରର ପ୍ରାଚୀନମାନଙ୍କ କର୍ଣ୍ଣଗୋଚରରେ ଆପଣାର କଥା କହିବ, ତହୁଁ ସେମାନେ ନଗର ମଧ୍ୟରେ ଆପଣାମାନଙ୍କ ନିକଟକୁ ତାହାକୁ ଆଣି ଆପଣାମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେବେ।
वह उन शहरों में से किसी में भाग जाए, और उस शहर के दरवाज़े पर खड़ा हो कर उस शहर के बुज़ुर्गों को अपना हाल कह सुनाए; तब वह उसे शहर में अपने हाँ ले जाकर कोई जगह दें ताकि वह उनके बीच रहे।
5 ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକୁ ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା।
और अगर ख़ून का बदला लेने वाला उसका पीछा करे तो वह उस ख़ूनी को उसके हवाला न करें क्यूँकि उस ने अपने पड़ोसी को अन्जाने में मारा ओर पहले से उसकी उस से 'अदावत न थी।
6 ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବା ଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବା ଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।’”
और वह जब तक फ़ैसले के लिए जमा'त के आगे खड़ा न हो, और उन दिनों का सरदार काहिन मर न जाये तब तक उसी शहर में रहे इसके बाद वह ख़ूनी लौट कर अपने शहर और अपने घर में या'नी उस शहर में आए जहाँ से वह भागा था।
7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।
तब उन्होंने नफ़्ताली के पहाड़ी मुल्क में जलील के क़ादिस को और इफ़्राईम के पहाड़ी मुल्क में सिकम को और यहूदाह के पहाड़ी मुल्क में क़रयत अरबा' को जो हबरून है अलग किया।
8 ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲୀୟଦରେ ରାମୋତ୍ ଓ ମନଃଶି ବଂଶର ବାଶନରେ ଗୋଲନ୍ ନିରୂପଣ କଲେ।
और यरीहू के पास के यरदन के पूरब की तरफ़ रूबिन के क़बीले के मैदान में बसर को जो वीराने में है और जद् के क़बीले के हिस्से में रामा को जो जिल'आद में है और मनस्सी के क़बीले के हिस्सा में जो लान को जो बसन में है मुक़र्रर किया।
9 କେହି ଭ୍ରାନ୍ତିରେ ନରହତ୍ୟା କଲେ, ମଣ୍ଡଳୀ ସାକ୍ଷାତରେ ଠିଆ ହେବା ପର୍ଯ୍ୟନ୍ତ ସେହି ସ୍ଥାନକୁ ପଳାଇ ଯେପରି ରକ୍ତର ପ୍ରତିହନ୍ତାର ହସ୍ତରେ ନ ମରେ, ଏନିମନ୍ତେ ଇସ୍ରାଏଲ ସନ୍ତାନ ସମସ୍ତଙ୍କ ପାଇଁ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକ ପାଇଁ ଏସବୁ ନଗର ନିରୂପିତ ହେଲା।
यही वह शहर हैं जो सब बनी इस्राईल और उन मुसाफ़िरों के लिए जो उनके बीच बसते हैं इसलिए ठहराये गये कि जो कोई अन्जाने में किसी को क़त्ल करे वह वहाँ भाग जाये, और जब तक वह जमा'अत के आगे खड़ा न हो तब तक ख़ून के बदला लेने वाले के हाथ से मारा न जाये।