< ଯିହୋଶୂୟ 21 >
1 ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;
那時,利未人的眾族長來到祭司以利亞撒和嫩的兒子約書亞,並以色列各支派的族長面前,
2 ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।”
在迦南地的示羅對他們說:「從前耶和華藉着摩西吩咐給我們城邑居住,並城邑的郊野可以牧養我們的牲畜。」
3 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗରସମୂହ ଓ ତହିଁର ତଳିଭୂମି ଦେଲେ।
於是以色列人照耶和華所吩咐的,從自己的地業中,將以下所記的城邑和城邑的郊野給了利未人。
4 ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।
為哥轄族拈鬮:利未人的祭司、亞倫的子孫,從猶大支派、西緬支派、便雅憫支派的地業中,按鬮得了十三座城。
5 ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।
哥轄其餘的子孫,從以法蓮支派、但支派、瑪拿西半支派的地業中,按鬮得了十座城。
6 ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।
革順的子孫,從以薩迦支派、亞設支派、拿弗他利支派、住巴珊的瑪拿西半支派的地業中,按鬮得了十三座城。
7 ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍ ବଂଶ ଓ ଗାଦ୍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।
米拉利的子孫,按着宗族,從呂便支派、迦得支派、西布倫支派的地業中,按鬮得了十二座城。
8 ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
以色列人照着耶和華藉摩西所吩咐的,將這些城邑和城邑的郊野,按鬮分給利未人。
9 ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।
從猶大支派、西緬支派的地業中,將以下所記的城給了利未支派哥轄宗族亞倫的子孫;因為給他們拈出頭一鬮,
10 ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା।
11 ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।
將猶大山地的基列‧亞巴和四圍的郊野給了他們。亞巴是亞衲族的始祖。(基列‧亞巴就是希伯崙)。
12 ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।
惟將屬城的田地和村莊給了耶孚尼的兒子迦勒為業。
13 ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି,
以色列人將希伯崙,就是誤殺人的逃城和屬城的郊野,給了祭司亞倫的子孫;又給他們立拿和屬城的郊野,
14 ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି,
雅提珥和屬城的郊野,以實提莫和屬城的郊野,
15 ହୋଲୋନ୍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି,
何崙和屬城的郊野,底璧和屬城的郊野,
16 ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।
亞因和屬城的郊野,淤他和屬城的郊野,伯‧示麥和屬城的郊野,共九座城,都是從這二支派中分出來的。
17 ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,
又從便雅憫支派的地業中給了他們基遍和屬城的郊野,迦巴和屬城的郊野,
18 ଅନାଥୋତ୍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।
亞拿突和屬城的郊野,亞勒們和屬城的郊野,共四座城。
19 ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।
亞倫子孫作祭司的共有十三座城,還有屬城的郊野。
20 ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।
利未支派中哥轄的宗族,就是哥轄其餘的子孫,拈鬮所得的城有從以法蓮支派中分出來的。
21 ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ-ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,
以色列人將以法蓮山地的示劍,就是誤殺人的逃城和屬城的郊野,給了他們;又給他們基色和屬城的郊野,
22 କିବ୍ସୟିମ୍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
基伯先和屬城的郊野,伯‧和崙和屬城的郊野,共四座城;
23 ପୁଣି ଦାନ୍ ବଂଶରୁ ଇଲତ୍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,
又從但支派的地業中給了他們伊利提基和屬城的郊野,基比頓和屬城的郊野,
24 ଅୟାଲୋନ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
亞雅崙和屬城的郊野,迦特‧臨門和屬城的郊野,共四座城;
25 ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
又從瑪拿西半支派的地業中給了他們他納和屬城的郊野,迦特‧臨門和屬城的郊野,共兩座城。
26 କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।
哥轄其餘的子孫共有十座城,還有屬城的郊野。
27 ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
以色列人又從瑪拿西半支派的地業中將巴珊的哥蘭,就是誤殺人的逃城和屬城的郊野,給了利未支派革順的子孫;又給他們比‧施提拉和屬城的郊野,共兩座城;
28 ପୁଣି ଇଷାଖର ବଂଶରୁ କିଶୀୟୋନ୍ ଓ ତହିଁ ତଳିଭୂମି, ଦାବରତ୍ ଓ ତହିଁ ତଳିଭୂମି,
又從以薩迦支派的地業中給了他們基善和屬城的郊野,大比拉和屬城的郊野,
29 ଯର୍ମୂତ୍ ଓ ତହିଁ ତଳିଭୂମି, ଐନ୍-ଗନ୍ନୀମ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
耶末和屬城的郊野,隱‧干寧和屬城的郊野,共四座城;
30 ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍ ଓ ତହିଁ ତଳିଭୂମି,
又從亞設支派的地業中給了他們米沙勒和屬城的郊野,押頓和屬城的郊野,
31 ହିଲକତ୍ ଓ ତହିଁ ତଳିଭୂମି, ରହୋବ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
黑甲和屬城的郊野,利合和屬城的郊野,共四座城;
32 ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।
又從拿弗他利支派的地業中將加利利的基低斯,就是誤殺人的逃城和屬城的郊野,給了他們;又給他們哈末‧多珥和屬城的郊野,加珥坦和屬城的郊野,共三座城。
33 ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।
革順人按着宗族所得的城,共十三座,還有屬城的郊野。
34 ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,
其餘利未支派米拉利子孫,從西布倫支派的地業中所得的,就是約念和屬城的郊野,加珥他和屬城的郊野,
35 ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
丁拿和屬城的郊野,拿哈拉和屬城的郊野,共四座城;
36 ପୁଣି ରୁବେନ୍ ବଂଶରୁ ବେତ୍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି,
又從呂便支派的地業中給了他們比悉和屬城的郊野,雅雜和屬城的郊野,
37 କଦେମୋତ୍ ଓ ତହିଁ ତଳିଭୂମି, ମେଫାତ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
基底莫和屬城的郊野,米法押和屬城的郊野,共四座城;
38 ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,
又從迦得支派的地業中,將基列的拉末,就是誤殺人的逃城和屬城的郊野,給了他們;又給他們瑪哈念和屬城的郊野,
39 ହିଷ୍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ।
希實本和屬城的郊野,雅謝和屬城的郊野,共四座城。
40 ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।
其餘利未支派的人,就是米拉利的子孫,按着宗族拈鬮所得的,共十二座城。
41 ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।
利未人在以色列人的地業中所得的城,共四十八座,並有屬城的郊野。
42 ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।
這些城四圍都有屬城的郊野,城城都是如此。
43 ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ।
這樣,耶和華將從前向他們列祖起誓所應許的全地賜給以色列人,他們就得了為業,住在其中。
44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
耶和華照着向他們列祖起誓所應許的一切話,使他們四境平安;他們一切仇敵中,沒有一人在他們面前站立得住。耶和華把一切仇敵都交在他們手中。
45 ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା।
耶和華應許賜福給以色列家的話一句也沒有落空,都應驗了。