< ଯିହୋଶୂୟ 21 >

1 ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;
accesseruntque principes familiarum Levi ad Eleazar sacerdotem et Iosue filium Nun et ad duces cognationum per singulas tribus filiorum Israhel
2 ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।”
locutique sunt ad eos in Silo terrae Chanaan atque dixerunt Dominus praecepit per manum Mosi ut darentur nobis urbes ad habitandum et suburbana earum ad alenda iumenta
3 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗରସମୂହ ଓ ତହିଁର ତଳିଭୂମି ଦେଲେ।
dederuntque filii Israhel de possessionibus suis iuxta imperium Domini civitates et suburbana earum
4 ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।
egressaque est sors in familiam Caath filiorum Aaron sacerdotis de tribubus Iuda et Symeon et Beniamin civitates tredecim
5 ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।
et reliquis filiorum Caath id est Levitis qui superflui erant de tribubus Ephraim et Dan et dimidia tribu Manasse civitates decem
6 ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।
porro filiis Gerson egressa est sors ut acciperent de tribubus Isachar et Aser et Nepthalim dimidiaque tribu Manasse in Basan civitates numero tredecim
7 ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍‍ ବଂଶ ଓ ଗାଦ୍‍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।
et filiis Merari per cognationes suas de tribubus Ruben et Gad et Zabulon urbes duodecim
8 ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
dederuntque filii Israhel Levitis civitates et suburbana earum sicut praecepit Dominus per manum Mosi singulis sorte tribuentes
9 ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।
de tribubus filiorum Iuda et Symeon dedit Iosue civitates quarum ista sunt nomina
10 ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା।
filiis Aaron per familias Caath levitici generis prima enim sors illis egressa est
11 ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।
Cariatharbe patris Enach quae vocatur Hebron in monte Iuda et suburbana eius per circuitum
12 ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।
agros vero et villas eius dederat Chaleb filio Iepphonne ad possidendum
13 ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,
dedit ergo filiis Aaron sacerdotis Hebron confugii civitatem ac suburbana eius et Lebnam cum suburbanis suis
14 ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି,
et Iether et Isthimon
15 ହୋଲୋନ୍‍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି,
et Helon Dabir
16 ଐନ୍‍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।
et Ahin et Iethan et Bethsemes cum suburbanis suis civitates novem de tribubus ut dictum est duabus
17 ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍‍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,
de tribu autem filiorum Beniamin Gabaon et Gabee
18 ଅନାଥୋତ୍‍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।
et Anathoth et Almon cum suburbanis suis civitates quattuor
19 ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।
omnes simul civitates filiorum Aaron sacerdotis tredecim cum suburbanis suis
20 ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍‍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।
reliquis vero per familias filiorum Caath levitici generis haec est data possessio
21 ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ-ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,
de tribu Ephraim urbs confugii Sychem cum suburbanis suis in monte Ephraim et Gazer
22 କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
et Cebsain et Bethoron cum suburbanis suis civitates quattuor
23 ପୁଣି ଦାନ୍ ବଂଶରୁ ଇଲତ୍‍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,
de tribu quoque Dan Elthece et Gebbethon
24 ଅୟାଲୋନ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
et Ahialon et Gethremmon cum suburbanis suis civitates quattuor
25 ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
porro de dimidia tribu Manasse Thanach et Gethremmon cum suburbanis suis civitates duae
26 କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।
omnes civitates decem et suburbana earum datae sunt filiis Caath inferioris gradus
27 ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍‍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
filiis quoque Gerson levitici generis dedit de dimidia tribu Manasse confugii civitatem Gaulon in Basan et Bosram cum suburbanis suis civitates duas
28 ପୁଣି ଇଷାଖର ବଂଶରୁ କିଶୀୟୋନ୍‍ ଓ ତହିଁ ତଳିଭୂମି, ଦାବରତ୍‍ ଓ ତହିଁ ତଳିଭୂମି,
porro de tribu Isachar Cesion et Dabereth
29 ଯର୍ମୂତ୍‍ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
et Iaramoth et Engannim cum suburbanis suis civitates quattuor
30 ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍‍ ଓ ତହିଁ ତଳିଭୂମି,
de tribu autem Aser Masal et Abdon
31 ହିଲକତ୍‍ ଓ ତହିଁ ତଳିଭୂମି, ରହୋବ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
et Elacoth et Roob cum suburbanis suis civitates quattuor
32 ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।
de tribu quoque Nepthali civitatem confugii Cedes in Galilea et Ammothdor et Charthan cum suburbanis suis civitates tres
33 ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।
omnes urbes familiarum Gerson tredecim cum suburbanis suis
34 ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,
filiis autem Merari Levitis inferioris gradus per familias suas data est de tribu Zabulon Iechenam et Chartha
35 ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
et Damna et Nalol civitates quattuor cum suburbanis suis
36 ପୁଣି ରୁବେନ୍‍ ବଂଶରୁ ବେତ୍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି,
[de tribu quoque Ruben ciuitates confugii Bosor in solitudine et Cedson et Misor et Ocho ciuitates quattuor cum suburbanis suis]
37 କଦେମୋତ୍‍ ଓ ତହିଁ ତଳିଭୂମି, ମେଫାତ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
et de tribu Gad civitates confugii Ramoth in Galaad et Manaim et Esebon et Iazer civitates quattuor cum suburbanis suis
38 ଆଉ ଗାଦ୍‍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍‍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,
39 ହିଷ୍‍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ।
40 ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍‍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।
omnes urbes filiorum Merari per familias et cognationes suas duodecim
41 ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।
itaque universae civitates Levitarum in medio possessionis filiorum Israhel fuerunt quadraginta octo
42 ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।
cum suburbanis suis singulae per familias distributae
43 ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ।
deditque Dominus Israheli omnem terram quam traditurum se patribus eorum iuraverat et possederunt illam atque habitaverunt in ea
44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
dataque est ab eo pax in omnes per circuitum nationes nullusque eis hostium resistere ausus est sed cuncti in eorum dicionem redacti sunt
45 ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା।
ne unum quidem verbum quod illis praestaturum se esse promiserat irritum fuit sed rebus expleta sunt omnia

< ଯିହୋଶୂୟ 21 >