< ଯିହୋଶୂୟ 22 >

1 ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,
Pambuyo pake Yoswa anayitanitsa fuko la Rubeni, fuko la Gadi ndi theka la fuko la Manase,
2 “ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;
ndipo anawawuza kuti, “Inu mwachita zonse zimene Mose mtumiki wa Yehova anakulamulani, ndipo mwamvera mu zonse zimene ndinakulamulirani.
3 ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ।
Aisraeli anzanu simunawasiye nthawi yayitali yonseyi mpaka lero lino. Inu mwaonetsetsa kuti mwachita zonse zimene Yehova anakulamulani.
4 ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତମ୍ବୁକୁ ଫେରିଯାଅ।
Tsono pakuti Yehova Mulungu wanu wapereka mpumulo kwa abale anu monga anayankhulira nawo, bwererani ku nyumba zanu ku dziko limene Mose mtumiki wa Yehova anakupatsani, dziko limene lili pa tsidya la Yorodani kummawa.
5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”
Koma samalitsani kuti mumvere malamulo ndi malangizo amene Mose mtumiki wa Yehova anakupatsani: kukonda Yehova Mulungu wanu, kuchita zimene iye amafuna, kumvera malamulo ake, kukhala okhulupirika kwa Iye ndi kumutumikira ndi mtima wanu wonse ndi moyo wanu wonse.”
6 ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କରି ବିଦାୟ କଲେ, ତହିଁରେ ସେମାନେ ଆପଣା ଆପଣା ତମ୍ବୁକୁ ପ୍ରସ୍ଥାନ କଲେ।
Ndipo Yoswa anawadalitsa ndi kuwalola kuti apite ndipo anapitadi ku nyumba zawo.
7 ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,
Apa nʼkuti Mose atapereka dziko la Basani ku theka lina la fuko la Manase. Koma theka lina la fuko la Manase Yoswa analipatsa dziko la kumadzulo kwa Yorodani pamodzi ndi abale awo onse. Pamene Yoswa ankawatumiza kwawo anthu amenewa, anawadalitsa,
8 “ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ବୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର।”
nawawuza kuti, “Mukubwerera kwanu ndi chuma chambiri. Muli ndi ngʼombe zambiri pamodzi ndi siliva, golide, mkuwa ndi chitsulo, ndiponso zovala zambiri. Izi zimene munafunkha kwa adani anu agawireni abale anu.”
9 ତହିଁରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ-ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।
Choncho mafuko a Rubeni, Gadi, pamodzi ndi theka la fuko la Manase anabwerera kwawo. Aisraeli ena onse anawasiya ku Silo mʼdziko la Kanaani. Tsono anapita ku dziko la Giliyadi, dziko limene linali lawo popeza analilandira potsata malamulo a Yehova kudzera mwa Mose.
10 ପୁଣି ଯେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।
Atafika ku Geliloti, malo amene ali mʼmbali mwa mtsinje wa Yorodani mʼdziko la Kanaani, fuko la Rubeni, fuko la Gadi ndi theka la fuko la Manase anamanga guwa lansembe lalikulu pamenepo.
11 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।
Ndipo pamene Aisraeli ena onse anawuzidwa kuti anthu a fuko la Rubeni, fuko la Gadi ndi theka la fuko la Manase amanga guwa lansembe mʼmalire a Kanaani ku Geliloti, ku tsidya lathu lino la Yorodani,
12 ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।
gulu lonse la Aisraeli linasonkhana ku Silo kuti lipite kukachita nawo nkhondo.
13 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍କୁ
Choncho Aisraeli anatumiza Finehasi mwana wa wansembe, Eliezara ku dziko la Giliyadi kwa mafuko a Rubeni, Gadi ndi theka la fuko la Manase.
14 ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।
Pamodzi ndi Finehasiyo anatumiza akuluakulu khumi ochokera ku fuko lililonse la Aisraeli. Aliyense mwa akuluakulu amenewa anali mtsogoleri wa banja limodzi la mafuko a Aisraeli.
15 ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,
Atafika ku Giliyadi anawuza fuko la Rubeni, Gadi ndi theka lija la fuko la Manase kuti,
16 “ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, ‘ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କʼଣ?
“Gulu lonse likukufunsa kuti, ‘Chifukwa chiyani mwachita chinthu chonyansa chotere potsutsana ndi Mulungu wa Israeli? Nʼchifukwa chiyani mwapatuka ndi kuleka kutsata Yehova podzimangira nokha guwa lansembe? Mwapandukiratu Yehova!
17 ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରିପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,
Kodi tchimo lija la ku Peori ndi lochepa kwa inu? Paja Yehova analanga gulu lonse ndi mliri chifukwa cha tchimolo, ndipo mpaka lero tchimo limene lija tikanazunzika nalobe.
18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।
Kodi inu tsono mufuna kupatuka kuleka kumutsata Yehova? “‘Ngati lero mumupandukira Yehovayo, ndiye kuti mawamawali Iye adzakwiyira gulu lonse wa Israeli.
19 ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।
Ngati dziko limene inu mwatenga ndi loyipitsidwa, bwerani ku dziko la Yehova kumene kuli chihema chake kuja, ndipo mukhale nafe limodzi. Koma inu musawukire Yehova kapena kutisandutsa ife kukhala opanduka podzimangira guwa lansembe, kuwonjezera pa guwa lansembe la Yehova Mulungu wanu.
20 ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’”
Kumbukirani pamene Akani mwana wa Zera anakana kumvera lamulo la zinthu zoyenera kuwonongedwa, kodi suja mkwiyo wa Yehova unagwera gulu lonse la Israeli? Akaniyo sanafe yekha chifukwa cha tchimo lakelo.’”
21 ତହିଁରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନଙ୍କୁ ଉତ୍ତର ଦେଇ କହିଲେ,
Tsono mafuko a Rubeni, Gadi ndi theka la fuko la Manase anawayankha atsogoleri a mabanja a Israeli aja kuti,
22 “ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;
“Wamphamvu uja, Mulungu ndiye Yehova! Wamphamvu uja Mulungu ndiye Yehova. Iyeyu ndiye akudziwa chifukwa chiyani tinachita zimenezi. Tikufunanso kuti inu mudziwe. Ngati tinachita izi mopandukira ndiponso moonetsa kusakhulupirira Yehova, lero lomwe lino musatisiye ndi moyo.
23 ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ;
Ngati tinapandukira Yehova ndi kuleka kumutsata pamene tinadzimangira guwa loti tizipserezerapo nsembe kapena kupereka nsembe zaufa, kapena nsembe za mtendere, Yehova yekha ndiye atilange.
24 ବରଞ୍ଚ ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଚାର କରି ଏହା କରିଅଛୁ, ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ ତୁମ୍ଭମାନଙ୍କର କି ସମ୍ପର୍କ ଅଛି।
“Ayi! Ife tinachita izi kuopa kuti tsiku lina zidzukulu zanu zingadzanene kwa zidzukulu zathu kuti, ‘Kodi inu mukufuna chiyani kwa Yehova Mulungu wa Israeli?
25 କାରଣ ହେ ରୁବେନ୍‍-ସନ୍ତାନଗଣ, ହେ ଗାଦ୍‍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ;’ ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ;
Yehova anayika mtsinje wa Yorodani kukhala malire pakati pa ife ndi inu, anthu a fuko la Rubeni ndi Gadi. Inuyo mulibe gawo mwa Yehova.’ Tsono mwina zidzukulu zanuzo nʼkudzaletsa zathu kupembedza Yehova.
26 ଏହେତୁ ଆମ୍ଭେମାନେ କହିଲୁ, ‘ଆସ, ଆମ୍ଭେମାନେ ଏକ ବେଦି ନିର୍ମାଣ କରିବାକୁ ଉଦ୍‍ଯୋଗ କରୁ, ହୋମ କି ବଳିଦାନ ନିମନ୍ତେ ନୁହେଁ,
“Nʼchifukwa chake tinaganiza kuti, ‘Tiyeni timange guwa lansembe, koma osati kuti tiziperekapo nsembe zopsereza kapena zopereka.’
27 ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।’
Koma mosiyana ndi zimenezi, guwali likhale umboni pakati pa ife ndi inu ndiponso mibado imene ikubwerayo, kuti ife timapembedzanso Yehova ndi nsembe zathu zopsereza, zopereka, ndiponso nsembe za mtendere. Motero mʼtsogolo muno zidzukulu zanu sizidzatha kunena kwa zidzukulu zathu kuti, ‘Inu mulibe gawo mwa Yehova!’
28 ଆହୁରି ଆମ୍ଭେମାନେ କହିଲୁ, ‘ସେମାନେ ଯେବେ ଆମ୍ଭମାନଙ୍କୁ କି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷକୁ ଏରୂପ କଥା କହିବେ, ତେବେ ଆମ୍ଭେମାନେ କହିବୁ, ସଦାପ୍ରଭୁଙ୍କ ଯଜ୍ଞବେଦିର ଆଦର୍ଶ ଦେଖ, ଏହା ଆମ୍ଭମାନଙ୍କ ପୂର୍ବପୁରୁଷମାନେ ନିର୍ମାଣ କରିଅଛନ୍ତି, ହୋମ କି ବଳିଦାନାର୍ଥେ ନୁହେଁ, ମାତ୍ର ଆମ୍ଭମାନଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଏହା ଏକ ସାକ୍ଷୀ ଅଟେ।’
“Ndipo ife tinati kuti, ‘Ngati iwo adzatiyankhulira kapena kuyankhulira zidzukulu zathu motero mʼtsogolo muno, ife tidzayankha kuti, onani guwa lansembe, lofanana ndi lomwe makolo athu anamanga osati loperekerapo nsembe zopsereza kapena nsembe zina koma ngati umboni pakati pa inu ndi ife.’
29 ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”
“Sizingatheke konse kuti ife lero nʼkupandukira Yehova. Ife sitingapatuke kuleka kumutsata Yehova ndi kumanga guwa lina la nsembe zopsereza, nsembe za zakudya, ndi nsembe zina zopikisana ndi guwa la Yehova, Mulungu wathu limene lili patsogolo pa Hema ya Yehova mʼmene amakhalamo.”
30 ସେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍‍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।
Tsono Finehasi wansembe ndi atsogoleri a gululo amene anali naye atamva zimene anthu a fuko la Rubeni, Gadi ndi theka lakummawa la fuko la Manase ananena, anakondwera kwambiri.
31 ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ରୁବେନ୍‍-ସନ୍ତାନଗଣକୁ ଓ ଗାଦ୍‍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।”
Ndipo Finehasi wansembe, mwana wa Eliezara anati kwa mafuko a Rubeni, Gadi ndi Manase, “Lero tadziwa kuti Yehova ali nafe chifukwa zimene mwachitazi simunawukire nazo Yehova. Inu mwapulumutsa Aisraeli onse ku chilango cha Yehova.”
32 ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ଓ ଅଧିପତିମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।
Ndipo Finehasi mwana wa wansembe Eliezara, pamodzi ndi atsogoleriwo anachoka ku Giliyadi nasiya anthu a fuko la Rubeni ndi Gadi nabwerera ku Kanaani kwa Aisraeli anzawo, ndipo anakafotokoza zonsezi.
33 ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ।
Mawu amenewa anakondweretsa Aisraeli onse ndipo anayamika Mulungu. Choncho sanakambenso zopita ku nkhondo kukawononga dziko limene Arubeni ndi Agadi ankakhalamo.
34 ଏଉତ୍ତାରେ ରୁବେନ୍‍-ସନ୍ତାନମାନେ ଓ ଗାଦ୍‍-ସନ୍ତାନମାନେ ସେହି ବେଦିର ନାମ ଏଦ୍‍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।”
Arubeni ndi Agadi anatcha guwalo kuti Mboni: Mboni pakati pathu kuti Yehova ndi Mulungu.

< ଯିହୋଶୂୟ 22 >