< ଯିହୋଶୂୟ 24 >

1 ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।
Jošua potom sabra sva plemena Izraelova u Šekem; i sazva starješine Izraelove, glavare, suce i upravitelje njihove i oni stadoše pred Bogom.
2 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପୂର୍ବକାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;
Tada reče Jošua svemu narodu: “Ovako veli Jahve, Bog Izraelov: 'Nekoć su oci vaši, Terah, otac Abrahamov i Nahorov, živjeli s onu stranu Rijeke i služili drugim bogovima.
3 ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‌ହାକ ଦେଲୁ।
Ali sam ja uzeo oca vašega Abrahama s one strane Rijeke i proveo ga kroza svu zemlju kanaansku, umnožio mu potomstvo i dao mu Izaka.
4 ଆଉ ଆମ୍ଭେ ଇସ୍‌ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।
Izaku dadoh Jakova i Ezava. Ezavu sam dao goru Seir u posjed. Jakov i sinovi njegovi otišli su u Egipat.
5 ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।
Tada sam poslao Mojsija i Arona i udario sam Egipat kaznama koje sam učinio u njemu i tada sam vas izveo.
6 ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।
Izveo sam oce vaše iz Egipta i stigli su na more; Egipćani su progonili vaše oce bojnim kolima i konjanicima sve do Mora crvenoga.
7 ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।
Zavapili su tada Jahvi i on je razvukao gustu maglu između njih i Egipćana i naveo ih u more koje ih je prekrilo. Vidjeli ste svojim očima što sam učinio Egipćanima; zatim ste ostali dugo vremena u pustinji.
8 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।
Nato sam vas uveo u zemlju Amorejaca, koji žive s onu stranu Jordana. Zaratiše s vama i ja ih dadoh u vaše ruke; uzeli ste u baštinu zemlju njihovu jer sam ih ja ispred vas uništio.
9 ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।
Tada se digao moapski kralj Balak, sin Siporov, da ratuje s Izraelom i on pozva Bileama, sina Beorova, da vas prokune.
10 ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
Ali ja ne htjedoh poslušati Bileama: morade vas on i blagosloviti, i spasih vas iz njegove ruke.
11 ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
Onda ste prešli preko Jordana i došli u Jerihon, ali su glavari Jerihona poveli rat protiv vas - kao i Amorejci, Perižani, Kanaanci, Hetiti, Girgašani, Hivijci i Jebusejci - ali sam ih ja predao u vaše ruke.
12 ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍‍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।
Pred vama sam poslao stršljene koji su ispred vas tjerali dva kralja amorejska: nemaš što zahvaliti svome maču ni svome luku.
13 ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।’
Dao sam vam zemlju za koju se niste trudili i gradove koje niste gradili i u njima se nastaniste; i vinograde vam dadoh i maslinike koje niste sadili, a danas vas hrane.'
14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
I zato se sada bojte Jahve i služite mu savršeno i vjerno! Uklonite bogove kojima su služili oci vaši s onu stranu Rijeke i u Egiptu i služite Jahvi!
15 ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”
Međutim, ako vam se ne sviđa služiti Jahvi, onda danas izaberite kome ćete služiti: možda bogovima kojima su služili vaši oci s onu stranu Rijeke ili bogovima Amorejaca u čijoj zemlji sada prebivate. Ja i moj dom služit ćemo Jahvi.”
16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।
Narod odgovori: “Daleko neka je od nas da ostavimo Jahvu a služimo drugim bogovima.
17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।
Jahve, Bog naš, izveo je nas i naše oce iz Egipta, iz doma robovanja, i on je pred našim očima učinio velika čudesa i čuvao nas cijelim putem kojim smo išli i među svim narodima kroz koje smo prolazili.
18 ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକୁ ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।”
Još više: Jahve je ispred nas protjerao sve narode i Amorejce, koji su živjeli u ovoj zemlji. I mi ćemo služiti Jahvi jer je on Bog naš.”
19 ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
Tada reče Jošua narodu: “Vi ne možete služiti Jahvi, jer je on Bog sveti, Bog ljubomorni, koji ne može podnijeti vaših prijestupa ni vaših grijeha.
20 ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
Ako ostavite Jahvu da biste služili tuđim bogovima, okrenut će se protiv vas i uništit će vas, pošto vam je bio dobro činio.”
21 ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”
A narod odgovori Jošui: “Ne, mi ćemo služiti Jahvi!”
22 ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”
Na to će Jošua narodu: “Sami ste protiv sebe svjedoci da ste izabrali Jahvu da mu služite.” Odgovoriše mu: “Svjedoci smo.”
23 ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରିଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”
“Maknite, dakle, tuđe bogove koji su među vama i priklonite svoja srca Jahvi, Bogu Izraelovu.”
24 ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।”
Odgovori narod Jošui: “Služit ćemo Jahvi, Bogu svojemu, i glas ćemo njegov slušati.”
25 ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ।
Tako sklopi Jošua toga dana Savez s narodom i utvrdi mu uredbu i zakon. Bilo je to u Šekemu.
26 ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ସ୍ଥାପନ କଲେ।
Jošua upisa te riječi u Knjigu zakona Božjega. Zatim uze velik kamen i stavi ga ondje pod hrast koji bijaše u svetištu Jahvinu.
27 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”
Zatim reče Jošua svemu narodu: “Gle, ovaj kamen neka nam bude svjedokom jer je čuo riječi što ih je govorio Jahve; on će biti svjedok da ne zatajite Boga svoga.”
28 ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।
Tada Jošua otpusti narod, svakoga na njegovu baštinu.
29 ଏହିସବୁ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
Poslije ovih događaja umrije Jošua, sin Nunov, sluga Jahvin, u dobi od sto deset godina.
30 ତହିଁରେ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍‍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
Sahraniše ga u kraju što ga je baštinio u Timnat Serahu, u Efrajimovoj gori, sjeverno od gore Gaaša.
31 ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।
Izrael je služio Jahvi svega vijeka Jošuina i svega vijeka starješina koje su Jošuu nadživjele i vidjele sva djela što ih je Jahve učinio Izraelu.
32 ପୁଣି ଯାକୁବ ଏକ ଶହ ରୌପ୍ୟ ମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମସ୍ଥିତ ସେହି ଭୂମିଖଣ୍ଡରେ ଇସ୍ରାଏଲ-ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା।
Kosti Josipove, koje su sinovi Izraelovi sa sobom donijeli iz Egipta, pokopali su u Šekemu, na zemljištu koje Jakov bijaše kupio od sinova Hamora, oca Šekemova, za stotinu srebrnjaka i koje je pripalo u baštinu sinova Josipovih.
33 ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍‍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।
Umrije i Eleazar, sin Aronov, i pokopaše ga u Gibei, koja je pripadala njegovu sinu Pinhasu a nalazila se u Efrajimovoj gori.

< ଯିହୋଶୂୟ 24 >