< ଯିହୋଶୂୟ 24 >
1 ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।
І зібрав Ісус усі Ізраїлеві племе́на до Сихе́му, і покликав Ізраїлевих старши́х, і голів його, і суддів його, і урядників його, і поставали вони перед Божим лицем.
2 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପୂର୍ବକାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;
І сказав Ісус до всього наро́ду: „Так сказав Господь, Бог Ізраїлів: По тім боці Річки сиділи були ваші батьки від віків: Терах, батько Авраамів та батько Нахорів, і служили іншим бога́м.
3 ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍ହାକ ଦେଲୁ।
І взяв Я вашого ба́тька Авраама з того бо́ку Річки, і водив його по всьо́му ханаанському кра́ї, і розмно́жив насіння його, і дав йому Ісака.
4 ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।
І дав Я Іса́кові Якова та Іса́ва, і дав Ісавові го́ру Сеїр, щоб її посів, а Яків та сини його зійшли до Єгипту.
5 ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।
І послав Я Мойсея та Ааро́на, та й уда́рив Єгипет, як зробив Я серед нього, а потому Я вивів вас.
6 ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।
І вивів Я ваших батьків із Єгипту, і ввійшли ви до моря, а Єгипет гнався за вашими батька́ми колесни́цями та верхівця́ми до Червоного моря.
7 ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।
І кли́кали вони до Господа, і Він поклав те́мряву між вами та між Єги́птянином, і навів на нього море, і воно покрило його, — і ваші очі бачили те, що́ зробив Я в Єгипті. І сиділи ви в пустині багато днів.
8 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।
І ввів я вас до кра́ю аморе́ян, що сидять по тім боці Йорда́ну, і вони воювали з вами, а Я дав їх у вашу руку. І ви посіли їхній край, і Я вигубив їх перед вами.
9 ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍କୁ ଡକାଇଲା।
І встав був Бала́к, син Ціппо́рів, цар моавський, і воював з Ізраїлем. І він послав і покликав Валаа́ма, Бео́рового сина, щоб проклясти́ вас.
10 ମାତ୍ର ଆମ୍ଭେ ବିଲୀୟମ୍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
Та не хотів Я слухати Валаама, і він, благословляючи, поблагословив вас, і Я врятував вас від його руки.
11 ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
І перейшли ви Йорда́н, і прийшли до Єрихо́ну. І воювали з вами господарі Єрихону: періззеянин, і ханаанеянин, і хіттеянин, і ґіргашеянин, і хіввеянин, і євусеянин, а Я дав їх у вашу руку.
12 ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।
І послав Я перед вами ше́ршня, і він вигнав їх перед вами, двох царів аморейських, — не мече́м твоїм і не лу́ком твоїм.
13 ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।’
І дав Я вам край, що над ним ти не трудився, і міста́, що їх ви не будували, і ви осілися в них; , виноградники та оливки, яких ви не садили, ви їли.
14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
А тепер бійтеся Господа й служіть Йому в неви́нності та в правді, і повідкидайте богі́в, яким служили ваші батьки́ на тому бо́ці Рі́чки та в Єгипті, та й служіть Господе́ві.
15 ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”
А якщо зле в оча́х ваших служити Господе́ві, виберіть собі сьогодні, кому будете служити, — чи бога́м, яким служили ваші батьки́, що по то́му боці Річки, та чи богам аморейським, що ви сидите́ в їхньому кра́ї. А я та дім мій будемо служити Господе́ві“.
16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।
І відповів народ та й сказав: „Борони, нас Боже, покинути Господа, щоб служити іншим бога́м!
17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।
Бо Господь, Бог наш, — Він Той, що вивів нас та наших батьків з єгипетського кра́ю, з дому ра́бства, і що зробив на наших оча́х ті великі знаме́на, і стеріг нас на всій дорозі, що нею ми ходили, і по всіх народах, що ми перейшли серед них.
18 ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକୁ ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।”
І повиганяв Господь усі народи та амореянина, ме́шканця цього кра́ю, перед нами. І ми бу́демо служити Господе́ві, бо Він — Бог наш“.
19 ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
І сказав Ісус до народу: „Ви не здолі́єте служити Господе́ві, бо Він — Бог святий, Бог ревнивий Він. Не про́стить Він вашу провину та ваших гріхів.
20 ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
Коли ви покинете Господа, і бу́дете служити чужим богам, то Він ве́рнеться, і зробить вам зло, і ви́губить вас по то́му, як робив був добро вам“.
21 ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”
І сказав наро́д до Ісуса: „Ні, таки Господе́ві бу́демо служити!“
22 ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”
І сказав Ісус до наро́ду: „Ви свідки на себе, що ви вибрали Господа служити Йому“. І сказали вони: „Свідки!“
23 ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରିଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”
„А тепер покиньте чужих богі́в, що серед вас, і прихиліть своє серце до Господа, Бога Ізраїлевого“.
24 ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।”
І сказав народ до Ісуса: „Господе́ві, Богові нашому, ми бу́демо служити, а голосу Його будемо слухатися!“
25 ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ।
І склав Ісус заповіта з наро́дом того дня, і дав йому постанови та зако́ни в Сихе́мі.
26 ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ସ୍ଥାପନ କଲେ।
І написав Ісус ті слова в книзі Божого Зако́ну, і взяв великого ка́меня, та й поставив його там під тим дубом, що в Господній святині.
27 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”
І сказав Ісус до всього наро́ду: „Ось оцей ка́мінь буде на нас на сві́дчення, бо він чув усі Господні слова́, що Він говорив з нами. І він буде на вас за свідка, щоб ви не ви́реклися вашого Бога“.
28 ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।
І відпустив Ісус народ, кожного до спа́дку його.
29 ଏହିସବୁ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
І сталося по тих випа́дках, і вмер Ісус, син Нави́нів, раб Господній, віку ста й десяти літ.
30 ତହିଁରେ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
І похова́ли його́ в границі спа́дку його, у Тімнат-Серахові, що в Єфремових гора́х, на пі́вніч від гори Ґааш.
31 ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।
І служив Ізраїль Господе́ві по всі дні Ісуса та по всі дні старших, що продо́вжили дні свої по Ісусі, і що знали всякий чин Господній, що зробив Він Ізраїлеві.
32 ପୁଣି ଯାକୁବ ଏକ ଶହ ରୌପ୍ୟ ମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମସ୍ଥିତ ସେହି ଭୂମିଖଣ୍ଡରେ ଇସ୍ରାଏଲ-ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା।
А Йо́сипові кості, які Ізраїлеві сини ви́несли були з Єгипту, поховали в Сихемі, на діля́нці поля, що купив був Яків від синів Гамора, Сихемового батька, за сто кеситів.
33 ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।
І Елеазар, син Ааронів, умер, і поховали його на верхі́в'ї Пінхаса, його сина, яке було́ йому да́не на Єфремовій горі.