< ଯିହୋଶୂୟ 3 >

1 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।
וישכם יהושע בבקר ויסעו מהשטים ויבאו עד הירדן הוא וכל בני ישראל וילנו שם טרם יעברו׃
2 ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;
ויהי מקצה שלשת ימים ויעברו השטרים בקרב המחנה׃
3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।
ויצוו את העם לאמר כראותכם את ארון ברית יהוה אלהיכם והכהנים הלוים נשאים אתו ואתם תסעו ממקומכם והלכתם אחריו׃
4 ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇଯାଇ ନାହଁ।”
אך רחוק יהיה ביניכם ובינו כאלפים אמה במדה אל תקרבו אליו למען אשר תדעו את הדרך אשר תלכו בה כי לא עברתם בדרך מתמול שלשום׃
5 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।”
ויאמר יהושע אל העם התקדשו כי מחר יעשה יהוה בקרבכם נפלאות׃
6 ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।
ויאמר יהושע אל הכהנים לאמר שאו את ארון הברית ועברו לפני העם וישאו את ארון הברית וילכו לפני העם׃
7 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।
ויאמר יהוה אל יהושע היום הזה אחל גדלך בעיני כל ישראל אשר ידעון כי כאשר הייתי עם משה אהיה עמך׃
8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।’”
ואתה תצוה את הכהנים נשאי ארון הברית לאמר כבאכם עד קצה מי הירדן בירדן תעמדו׃
9 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ।
ויאמר יהושע אל בני ישראל גשו הנה ושמעו את דברי יהוה אלהיכם׃
10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।
ויאמר יהושע בזאת תדעון כי אל חי בקרבכם והורש יוריש מפניכם את הכנעני ואת החתי ואת החוי ואת הפרזי ואת הגרגשי והאמרי והיבוסי׃
11 ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।
הנה ארון הברית אדון כל הארץ עבר לפניכם בירדן׃
12 ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।
ועתה קחו לכם שני עשר איש משבטי ישראל איש אחד איש אחד לשבט׃
13 ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍‍, ଊର୍ଦ୍ଧ୍ୱସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।”
והיה כנוח כפות רגלי הכהנים נשאי ארון יהוה אדון כל הארץ במי הירדן מי הירדן יכרתון המים הירדים מלמעלה ויעמדו נד אחד׃
14 ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।
ויהי בנסע העם מאהליהם לעבר את הירדן והכהנים נשאי הארון הברית לפני העם׃
15 ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର,
וכבוא נשאי הארון עד הירדן ורגלי הכהנים נשאי הארון נטבלו בקצה המים והירדן מלא על כל גדותיו כל ימי קציר׃
16 ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।
ויעמדו המים הירדים מלמעלה קמו נד אחד הרחק מאד באדם העיר אשר מצד צרתן והירדים על ים הערבה ים המלח תמו נכרתו והעם עברו נגד יריחו׃
17 ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବା ଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
ויעמדו הכהנים נשאי הארון ברית יהוה בחרבה בתוך הירדן הכן וכל ישראל עברים בחרבה עד אשר תמו כל הגוי לעבר את הירדן׃

< ଯିହୋଶୂୟ 3 >