< ଯିହୋଶୂୟ 4 >
1 ଏହିରୂପେ ସମୁଦାୟ ଗୋଷ୍ଠୀ ସମ୍ପୂର୍ଣ୍ଣ ରୂପେ ଯର୍ଦ୍ଦନ ପାର ହେଲା ଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
Wakati taifa lote lilipokwisha kuvuka Mto Yordani, Bwana akamwambia Yoshua,
2 “ତୁମ୍ଭେମାନେ ଲୋକମାନଙ୍କର ଏକ ଏକ ବଂଶ ମଧ୍ୟରୁ ଏକ ଏକ ଜଣ, ଏରୂପେ ବାରଗୋଟି ଜଣ ଗ୍ରହଣ କରି
“Chagua watu kumi na wawili miongoni mwa watu, kila kabila mtu mmoja,
3 ସେମାନଙ୍କୁ ଆଜ୍ଞା ଦେଇ କୁହ, ‘ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।’”
nawe uwaambie wachukue mawe kumi na mawili katikati ya Mto Yordani, palepale makuhani waliposimama, wayachukue na kuyaweka mahali mtakapokaa usiku huu wa leo.”
4 ତେବେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;
Basi Yoshua akawaita watu kumi na wawili ambao alikuwa amewachagua kutoka miongoni mwa Waisraeli, mtu mmoja kutoka kila kabila,
5 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;
naye akawaambia, “Mtangulie mbele ya Sanduku la Bwana Mungu wenu, mwende katikati ya Mto Yordani. Kila mmoja wenu atainua jiwe begani mwake, kufuatana na hesabu ya makabila ya Waisraeli,
6 ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବ, ପୁଣି ‘ତୁମ୍ଭମାନଙ୍କର ଏସବୁ ପଥର କʼଣ?’ ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,
kuwa kama ishara katikati yenu. Siku zijazo, wakati watoto wenu watakapowauliza, ‘Ni nini maana ya mawe haya?’
7 ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’”
waambieni kwamba maji ya Mto Yordani yaliyokuwa yakitiririka yalitindika mbele ya Sanduku la Agano la Bwana. Wakati lilipovuka Yordani, maji ya Yordani yalitindika. Mawe haya yatakuwa kumbukumbu kwa watu wa Israeli milele.”
8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯିହୋଶୂୟଙ୍କର ଆଜ୍ଞାନୁସାରେ କର୍ମ କଲେ, ସଦାପ୍ରଭୁ ଯିହୋଶୂୟଙ୍କୁ ଯେପରି କହିଥିଲେ, ସେପରି ସେମାନେ ଇସ୍ରାଏଲ-ସନ୍ତାନଗଣର ବଂଶର ସଂଖ୍ୟାନୁସାରେ ଯର୍ଦ୍ଦନ ମଧ୍ୟରୁ ବାରଗୋଟି ପ୍ରସ୍ତର ଉଠାଇ ଆପଣାମାନଙ୍କ ସଙ୍ଗେ ସେପାରିକି ନେଇ ବସା କରିବା ସ୍ଥାନରେ ରଖିଲେ।
Hivyo Waisraeli wakafanya kama Yoshua alivyowaagiza. Wakachukua mawe kumi na mawili kutoka katikati ya Mto Yordani, kulingana na hesabu ya kabila za Waisraeli kama Bwana alivyomwambia Yoshua, nao wakayabeba hadi kambini mwao, mahali walipoyatua chini.
9 ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।
Yoshua akayasimamisha yale mawe kumi na mawili ambayo yalikuwa katikati ya Mto Yordani, mahali pale ambapo miguu ya makuhani waliobeba Sanduku la Agano iliposimama. Nayo yako huko mpaka leo.
10 ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକ-ବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।
Makuhani waliobeba lile Sanduku walibakia wakiwa wamesimama katikati ya Mto Yordani mpaka kila kitu Bwana alichomwamuru Yoshua kilipokuwa kimefanywa na watu, sawasawa na vile Mose alivyokuwa amemwamuru Yoshua. Watu wakafanya haraka kuvuka,
11 ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।
na mara tu watu wote walipokwisha kuvuka, Sanduku la Bwana na makuhani wakavuka watu wakiwa wanatazama.
12 ସେସମୟରେ ରୁବେନ୍ର ସନ୍ତାନଗଣ ଓ ଗାଦ୍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;
Wareubeni, Wagadi na nusu ya kabila la Manase wakavuka mbele ya Waisraeli, wakiwa wamevaa silaha, kama Mose alivyowaamuru.
13 ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ।
Kiasi cha watu 40,000 waliojiandaa kwa vita walivuka mbele za Bwana hadi nchi tambarare za Yeriko kwa ajili ya vita.
14 ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ।
Siku ile Bwana akamtukuza Yoshua mbele ya Israeli yote, nao wakamheshimu siku zote za maisha yake, kama vile walivyomheshimu Mose.
15 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
Basi Bwana akamwambia Yoshua,
16 “ସାକ୍ଷ୍ୟ-ସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।”
“Waamuru hao makuhani wanaolibeba Sanduku la Ushuhuda, wapande kutoka ndani ya Mto Yordani.”
17 ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।”
Kwa hiyo Yoshua akawaamuru hao makuhani akisema, “Pandeni kutoka ndani ya Mto Yordani.”
18 ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କ ଭୂମିକୁ ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରିଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।
Nao makuhani wakapanda kutoka ndani ya Mto Yordani wakilibeba hilo Sanduku la Agano la Bwana. Mara tu walipoiweka miguu yao penye kingo, nje ya mto, maji ya Yordani yakarudi kufurika kama ilivyokuwa kabla.
19 ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ।
Siku ya kumi ya mwezi wa kwanza watu walipanda kutoka Yordani na kupiga kambi huko Gilgali, kwenye mpaka wa mashariki ya Yeriko.
20 ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍ଗଲ୍ରେ ସ୍ଥାପନ କଲେ।
Naye Yoshua akayasimamisha huko Gilgali yale mawe kumi na mawili ambayo walikuwa wameyachukua katikati ya Mto Yordani.
21 ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,
Akawaambia Waisraeli, “Wazao wenu watakapowauliza baba zao siku zijazo wakisema, ‘Mawe haya maana yake ni nini?’
22 ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।
Basi waambieni, ‘Israeli ilivukia mahali pakavu katika Mto Yordani.’
23 କାରଣ ଆମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;
Kwa maana Bwana Mungu wenu alikausha maji ya Yordani mbele yenu, hadi mlipomaliza kuvuka. Bwana Mungu wenu alifanya haya kwa Mto Yordani sawasawa na kile alichoifanyia Bahari ya Shamu wakati alipoikausha mbele yetu hadi tulipomaliza kuvuka.
24 (ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।”
Alifanya hivi ili kwamba mataifa yote ya dunia yapate kujua kuwa mkono wa Bwana ni wenye nguvu, na ili kwamba kila wakati mpate kumcha Bwana Mungu wenu.”