< ଯିହୋଶୂୟ 6 >

1 (ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)
וִֽירִיחוֹ֙ סֹגֶ֣רֶת וּמְסֻגֶּ֔רֶת מִפְּנֵ֖י בְּנֵ֣י יִשְׂרָאֵ֑ל אֵ֥ין יוֹצֵ֖א וְאֵ֥ין בָּֽא׃ ס
2 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।
וַיֹּ֤אמֶר יְהוָה֙ אֶל־יְהוֹשֻׁ֔עַ רְאֵה֙ נָתַ֣תִּי בְיָֽדְךָ֔ אֶת־יְרִיח֖וֹ וְאֶת־מַלְכָּ֑הּ גִּבּוֹרֵ֖י הֶחָֽיִל׃
3 ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।
וְסַבֹּתֶ֣ם אֶת־הָעִ֗יר כֹּ֚ל אַנְשֵׁ֣י הַמִּלְחָמָ֔ה הַקֵּ֥יף אֶת־הָעִ֖יר פַּ֣עַם אֶחָ֑ת כֹּ֥ה תַעֲשֶׂ֖ה שֵׁ֥שֶׁת יָמִֽים׃
4 ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;
וְשִׁבְעָ֣ה כֹהֲנִ֡ים יִשְׂאוּ֩ שִׁבְעָ֨ה שׁוֹפְר֤וֹת הַיּֽוֹבְלִים֙ לִפְנֵ֣י הָאָר֔וֹן וּבַיּוֹם֙ הַשְּׁבִיעִ֔י תָּסֹ֥בּוּ אֶת־הָעִ֖יר שֶׁ֣בַע פְּעָמִ֑ים וְהַכֹּ֣הֲנִ֔ים יִתְקְע֖וּ בַּשּׁוֹפָרֽוֹת׃
5 ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହା ଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।”
וְהָיָ֞ה בִּמְשֹׁ֣ךְ ׀ בְּקֶ֣רֶן הַיּוֹבֵ֗ל כְּשָׁמְעֲכֶם֙ אֶת־ק֣וֹל הַשּׁוֹפָ֔ר יָרִ֥יעוּ כָל־הָעָ֖ם תְּרוּעָ֣ה גְדוֹלָ֑ה וְנָ֨פְלָ֜ה חוֹמַ֤ת הָעִיר֙ תַּחְתֶּ֔יהָ וְעָל֥וּ הָעָ֖ם אִ֥ישׁ נֶגְדּֽוֹ׃
6 ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।”
וַיִּקְרָ֞א יְהוֹשֻׁ֤עַ בִּן־נוּן֙ אֶל־הַכֹּ֣הֲנִ֔ים וַיֹּ֣אמֶר אֲלֵהֶ֔ם שְׂא֖וּ אֶת־אֲר֣וֹן הַבְּרִ֑ית וְשִׁבְעָ֣ה כֹֽהֲנִ֗ים יִשְׂאוּ֙ שִׁבְעָ֤ה שֽׁוֹפְרוֹת֙ יוֹבְלִ֔ים לִפְנֵ֖י אֲר֥וֹן יְהוָֽה׃
7 ଏଥିରେ ସେମାନେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଅଗ୍ରସର ହୋଇ ନଗର ବେଷ୍ଟନ କର ଓ ସସଜ୍ଜ ଲୋକେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖବର୍ତ୍ତୀ ହୋଇ ଗମନ କରନ୍ତୁ।”
וַיֹּ֙אמֶר֙ אֶל־הָעָ֔ם עִבְר֖וּ וְסֹ֣בּוּ אֶת־הָעִ֑יר וְהֶ֣חָל֔וּץ יַעֲבֹ֕ר לִפְנֵ֖י אֲר֥וֹן יְהוָֽה׃
8 ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶବ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା।
וַיְהִ֗י כֶּאֱמֹ֣ר יְהוֹשֻׁעַ֮ אֶל־הָעָם֒ וְשִׁבְעָ֣ה הַכֹּהֲנִ֡ים נֹשְׂאִים֩ שִׁבְעָ֨ה שׁוֹפְר֤וֹת הַיּֽוֹבְלִים֙ לִפְנֵ֣י יְהוָ֔ה עָבְר֕וּ וְתָקְע֖וּ בַּשּֽׁוֹפָר֑וֹת וַֽאֲרוֹן֙ בְּרִ֣ית יְהוָ֔ה הֹלֵ֖ךְ אַחֲרֵיהֶֽם׃
9 ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍‍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ।
וְהֶחָל֣וּץ הֹלֵ֔ךְ לִפְנֵי֙ הַכֹּ֣הֲנִ֔ים תֹּקְעֵ֖י הַשּֽׁוֹפָר֑וֹת וְהַֽמְאַסֵּ֗ף הֹלֵךְ֙ אַחֲרֵ֣י הָאָר֔וֹן הָל֖וֹךְ וְתָק֥וֹעַ בַּשּׁוֹפָרֽוֹת׃
10 ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ।”
וְאֶת־הָעָם֩ צִוָּ֨ה יְהוֹשֻׁ֜עַ לֵאמֹ֗ר לֹ֤א תָרִ֙יעוּ֙ וְלֹֽא־תַשְׁמִ֣יעוּ אֶת־קוֹלְכֶ֔ם וְלֹא־יֵצֵ֥א מִפִּיכֶ֖ם דָּבָ֑ר עַ֠ד י֣וֹם אָמְרִ֧י אֲלֵיכֶ֛ם הָרִ֖יעוּ וַהֲרִיעֹתֶֽם׃
11 ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।
וַיַּסֵּ֤ב אֲרוֹן־יְהוָה֙ אֶת־הָעִ֔יר הַקֵּ֖ף פַּ֣עַם אֶחָ֑ת וַיָּבֹ֙אוּ֙ הַֽמַּחֲנֶ֔ה וַיָּלִ֖ינוּ בַּֽמַּחֲנֶֽה׃ פ
12 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।
וַיַּשְׁכֵּ֥ם יְהוֹשֻׁ֖עַ בַּבֹּ֑קֶר וַיִּשְׂא֥וּ הַכֹּהֲנִ֖ים אֶת־אֲר֥וֹן יְהוָֽה׃
13 ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍‍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।
וְשִׁבְעָ֣ה הַכֹּהֲנִ֡ים נֹשְׂאִים֩ שִׁבְעָ֨ה שׁוֹפְר֜וֹת הַיֹּבְלִ֗ים לִפְנֵי֙ אֲר֣וֹן יְהוָ֔ה הֹלְכִ֣ים הָל֔וֹךְ וְתָקְע֖וּ בַּשּׁוֹפָר֑וֹת וְהֶחָלוּץ֙ הֹלֵ֣ךְ לִפְנֵיהֶ֔ם וְהַֽמְאַסֵּ֗ף הֹלֵךְ֙ אַֽחֲרֵי֙ אֲר֣וֹן יְהוָ֔ה הָל֖וֹךְ וְתָק֥וֹעַ בַּשּׁוֹפָרֽוֹת׃
14 ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।
וַיָּסֹ֨בּוּ אֶת־הָעִ֜יר בַּיּ֤וֹם הַשֵּׁנִי֙ פַּ֣עַם אַחַ֔ת וַיָּשֻׁ֖בוּ הַֽמַּחֲנֶ֑ה כֹּ֥ה עָשׂ֖וּ שֵׁ֥שֶׁת יָמִֽים׃
15 ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହି ଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।
וַיְהִ֣י ׀ בַּיּ֣וֹם הַשְּׁבִיעִ֗י וַיַּשְׁכִּ֙מוּ֙ כַּעֲל֣וֹת הַשַּׁ֔חַר וַיָּסֹ֧בּוּ אֶת־הָעִ֛יר כַּמִּשְׁפָּ֥ט הַזֶּ֖ה שֶׁ֣בַע פְּעָמִ֑ים רַ֚ק בַּיּ֣וֹם הַה֔וּא סָבְב֥וּ אֶת־הָעִ֖יר שֶׁ֥בַע פְּעָמִֽים׃
16 ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଜୟଧ୍ୱନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ।
וַיְהִי֙ בַּפַּ֣עַם הַשְּׁבִיעִ֔ית תָּקְע֥וּ הַכֹּהֲנִ֖ים בַּשּׁוֹפָר֑וֹת וַיֹּ֨אמֶר יְהוֹשֻׁ֤עַ אֶל־הָעָם֙ הָרִ֔יעוּ כִּֽי־נָתַ֧ן יְהוָ֛ה לָכֶ֖ם אֶת־הָעִֽיר׃
17 ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଗୁପ୍ତଚରଙ୍କୁ ଲୁଚାଇ ରଖିଥିଲା।
וְהָיְתָ֨ה הָעִ֥יר חֵ֛רֶם הִ֥יא וְכָל־אֲשֶׁר־בָּ֖הּ לַֽיהוָ֑ה רַק֩ רָחָ֨ב הַזּוֹנָ֜ה תִּֽחְיֶ֗ה הִ֚יא וְכָל־אֲשֶׁ֣ר אִתָּ֣הּ בַּבַּ֔יִת כִּ֣י הֶחְבְּאַ֔תָה אֶת־הַמַּלְאָכִ֖ים אֲשֶׁ֥ר שָׁלָֽחְנוּ׃
18 ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।
וְרַק־אַתֶּם֙ שִׁמְר֣וּ מִן־הַחֵ֔רֶם פֶּֽן־תַּחֲרִ֖ימוּ וּלְקַחְתֶּ֣ם מִן־הַחֵ֑רֶם וְשַׂמְתֶּ֞ם אֶת־מַחֲנֵ֤ה יִשְׂרָאֵל֙ לְחֵ֔רֶם וַעֲכַרְתֶּ֖ם אוֹתֽוֹ׃
19 ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହାସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।”
וְכֹ֣ל ׀ כֶּ֣סֶף וְזָהָ֗ב וּכְלֵ֤י נְחֹ֙שֶׁת֙ וּבַרְזֶ֔ל קֹ֥דֶשׁ ה֖וּא לַֽיהוָ֑ה אוֹצַ֥ר יְהוָ֖ה יָבֽוֹא׃
20 ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହା ଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।
וַיָּ֣רַע הָעָ֔ם וַֽיִּתְקְע֖וּ בַּשֹּֽׁפָר֑וֹת וַיְהִי֩ כִשְׁמֹ֨עַ הָעָ֜ם אֶת־ק֣וֹל הַשּׁוֹפָ֗ר וַיָּרִ֤יעוּ הָעָם֙ תְּרוּעָ֣ה גְדוֹלָ֔ה וַתִּפֹּ֨ל הַֽחוֹמָ֜ה תַּחְתֶּ֗יהָ וַיַּ֨עַל הָעָ֤ם הָעִ֙ירָה֙ אִ֣ישׁ נֶגְדּ֔וֹ וַֽיִּלְכְּד֖וּ אֶת־הָעִֽיר׃
21 ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।
וַֽיַּחֲרִ֙ימוּ֙ אֶת־כָּל־אֲשֶׁ֣ר בָּעִ֔יר מֵאִישׁ֙ וְעַד־אִשָּׁ֔ה מִנַּ֖עַר וְעַד־זָקֵ֑ן וְעַ֨ד שׁ֥וֹר וָשֶׂ֛ה וַחֲמ֖וֹר לְפִי־חָֽרֶב׃
22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।”
וְלִשְׁנַ֨יִם הָאֲנָשִׁ֜ים הַֽמְרַגְּלִ֤ים אֶת־הָאָ֙רֶץ֙ אָמַ֣ר יְהוֹשֻׁ֔עַ בֹּ֖אוּ בֵּית־הָאִשָּׁ֣ה הַזּוֹנָ֑ה וְהוֹצִ֨יאוּ מִשָּׁ֤ם אֶת־הָֽאִשָּׁה֙ וְאֶת־כָּל־אֲשֶׁר־לָ֔הּ כַּאֲשֶׁ֥ר נִשְׁבַּעְתֶּ֖ם לָֽהּ׃
23 ଏଥିରେ ସେହି ଯୁବା ଗୁପ୍ତଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ।
וַיָּבֹ֜אוּ הַנְּעָרִ֣ים הַֽמְרַגְּלִ֗ים וַיֹּצִ֡יאוּ אֶת־רָ֠חָב וְאֶת־אָבִ֨יהָ וְאֶת־אִמָּ֤הּ וְאֶת־אַחֶ֙יהָ֙ וְאֶת־כָּל־אֲשֶׁר־לָ֔הּ וְאֵ֥ת כָּל־מִשְׁפְּחוֹתֶ֖יהָ הוֹצִ֑יאוּ וַיַּ֨נִּיח֔וּם מִח֖וּץ לְמַחֲנֵ֥ה יִשְׂרָאֵֽל׃
24 ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ରଖିଲେ।
וְהָעִ֛יר שָׂרְפ֥וּ בָאֵ֖שׁ וְכָל־אֲשֶׁר־בָּ֑הּ רַ֣ק ׀ הַכֶּ֣סֶף וְהַזָּהָ֗ב וּכְלֵ֤י הַנְּחֹ֙שֶׁת֙ וְהַבַּרְזֶ֔ל נָתְנ֖וּ אוֹצַ֥ר בֵּית־יְהוָֽה׃
25 ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।
וְֽאֶת־רָחָ֣ב הַ֠זּוֹנָה וְאֶת־בֵּ֨ית אָבִ֤יהָ וְאֶת־כָּל־אֲשֶׁר־לָהּ֙ הֶחֱיָ֣ה יְהוֹשֻׁ֔עַ וַתֵּ֙שֶׁב֙ בְּקֶ֣רֶב יִשְׂרָאֵ֔ל עַ֖ד הַיּ֣וֹם הַזֶּ֑ה כִּ֤י הֶחְבִּ֙יאָה֙ אֶת־הַמַּלְאָכִ֔ים אֲשֶׁר־שָׁלַ֥ח יְהוֹשֻׁ֖עַ לְרַגֵּ֥ל אֶת־יְרִיחֽוֹ׃ פ
26 ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”
וַיַּשְׁבַּ֣ע יְהוֹשֻׁ֔עַ בָּעֵ֥ת הַהִ֖יא לֵאמֹ֑ר אָר֨וּר הָאִ֜ישׁ לִפְנֵ֣י יְהוָ֗ה אֲשֶׁ֤ר יָקוּם֙ וּבָנָ֞ה אֶת־הָעִ֤יר הַזֹּאת֙ אֶת־יְרִיח֔וֹ בִּבְכֹר֣וֹ יְיַסְּדֶ֔נָּה וּבִצְעִיר֖וֹ יַצִּ֥יב דְּלָתֶֽיהָ׃
27 ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା।
וַיְהִ֥י יְהוָ֖ה אֶת־יְהוֹשֻׁ֑עַ וַיְהִ֥י שָׁמְע֖וֹ בְּכָל־הָאָֽרֶץ׃

< ଯିହୋଶୂୟ 6 >