< ଯିହୋଶୂୟ 7 >
1 ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
Men Israeliterne forgreb sig paa det bandlyste, idet Akan, en Søn af Karmi en Søn af Zabdi, en Søn af Zera, af Judas Stamme, tilvendte sig noget af det bandlyste. Da blussede HERRENS Vrede op mod Israeliterne.
2 ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ୱସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, “ଉଠ, ଯାଇ ଦେଶ ଅନୁସନ୍ଧାନ କର;” ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।
Derpaa sendte Josua nogle Mænd fra Jeriko til Aj, som ligger ved Bet-Aven, østen for Betel, og sagde til dem: »Drag op og udspejd Egnen!« Og Mændene drog op og udspejdede Aj.
3 ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରିଆସି ତାଙ୍କୁ କହିଲେ, “ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପମାତ୍ର।”
Da de kom tilbage til Josua, sagde de til ham: »Lad ikke hele Folket drage derop; lad en to-tre Tusind Mand drage op og indtage Aj; du behøver ikke at umage hele Folket med at drage derop, thi de er faa!«
4 ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ।
Saa drog henved 3000 Mand af Folket derop; men de blev slaaet paa Flugt af Ajjiterne,
5 ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ୱାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।
og Ajjiterne dræbte seks og tredive Mand eller saa af dem; de forfulgte dem uden for Porten indtil Stenbruddene og huggede dem ned paa Skraaningen. Da sank Folkets Mod og blev til Vand.
6 ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।
Men Josua og Israels Ældste sønderrev deres Klæder og faldt paa deres Ansigt paa Jorden foran HERRENS Ark og blev liggende til Aften og kastede Støv paa deres Hoveder.
7 ପୁଣି ଯିହୋଶୂୟ କହିଲେ, “ହାୟ ହାୟ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥାʼନ୍ତୁ!
Og Josua sagde: »Ak, Herre, HERRE! Hvorfor lod du dette Folk gaa over Jordan, naar du vilde give os i Amoriternes Haand og lade os gaa til Grunde? Havde vi dog blot besluttet os til at blive hinsides Jordan!
8 ହେ ପ୍ରଭୋ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।
Ak, Herre! Hvad skal jeg sige, nu Israel har maattet tage Flugten for sine Fjender?
9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”
Naar Kana'anæerne og alle Landets Indbyggere hører det, falder de over os fra alle Sider og udsletter vort Navn af Jorden; hvad vil du da gøre for dit store Navns Skyld?«
10 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?
Da sagde HERREN til Josua: »Staa op! Hvorfor ligger du paa dit Ansigt?
11 ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।
Israel har syndet, thi de har forbrudt sig imod min Pagt, som jeg paalagde dem; de har tilvendt sig noget af det bandlyste, de har stjaalet; de har skjult det, de har gemt det i deres Oppakning.
12 ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।
Derfor kan Israeliterne ikke holde Stand over for deres Fjender, men maa flygte for dem; thi de er hjemfaldne til Band! Jeg vil ikke mere være med eder, hvis I ikke bortrydder Bandet af eders Midte.
13 ଉଠ, ଲୋକମାନଙ୍କୁ ପବିତ୍ର କର, ଆଉ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ହେ ଇସ୍ରାଏଲ, ତୁମ୍ଭ ମଧ୍ୟରେ ବର୍ଜିତ ବସ୍ତୁ ଅଛି, ଆପଣା ମଧ୍ୟରୁ ସେହି ବର୍ଜିତ ବସ୍ତୁ ଦୂର କରିବା ଯାଏ ତୁମ୍ଭେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିବ ନାହିଁ।
Staa derfor op, lad Folket hellige sig og sig: Helliger eder til i Morgen, thi saa siger HERREN, Israels Gud: Der er Band i din Midte, Israel; og du kan ikke holde Stand over for dine Fjender, før I skaffer Bandet bort fra eder!
14 ଏନିମନ୍ତେ ତୁମ୍ଭେମାନେ ପ୍ରାତଃକାଳରେ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଯିବ; ତହିଁରେ ସଦାପ୍ରଭୁ ଯେଉଁ ବଂଶ ନିର୍ଣ୍ଣୟ କରିବେ, ସେହି ବଂଶର ଏକ ଏକ ଗୋଷ୍ଠୀ ନିକଟକୁ ଆସିବେ ଓ ସଦାପ୍ରଭୁ ଯେଉଁ ଗୋଷ୍ଠୀ ନିର୍ଣ୍ଣୟ କରିବେ, ସେହି ଗୋଷ୍ଠୀର ଏକ ଏକ ପରିବାର ନିକଟକୁ ଆସିବେ; ପୁଣି ସଦାପ୍ରଭୁ ଯେଉଁ ପରିବାର ନିର୍ଣ୍ଣୟ କରିବେ, ସେହି ପରିବାରର ଏକ ଏକ ପୁରୁଷ ନିକଟକୁ ଆସିବେ।
I Morgen skal I træde frem Stamme for Stamme, og den Stamme, HERREN rammer, skal træde frem Slægt for Slægt, og den Slægt, HERREN rammer, skal træde frem Familie for Familie, og den Familie, HERREN rammer, skal træde frem Mand for Mand.
15 ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ୱ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା।”
Den, som da rammes, fordi han har det bandlyste Gods, skal brændes tillige med alt, hvad der tilhører ham; thi han har brudt HERRENS Pagt og begaaet en Skændselsdaad i Israel!«
16 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।
Tidligt næste Morgen lod Josua Israel træde frem Stamme for Stamme, og da blev Judas Stamme ramt.
17 ତହୁଁ ସେ ଯିହୁଦା ଗୋଷ୍ଠୀକୁ ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସବ୍ଦି ନିର୍ଣ୍ଣୀତ ହେଲା।
Derpaa lod han Judas Slægter træde frem, og Zeraiternes Slægt blev ramt. Derpaa lod han Zeraiternes Slægt træde frem Familie for Familie, og Zabdi blev ramt.
18 ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ନିର୍ଣ୍ଣୀତ ହେଲା।
Derpaa lod han dennes Familie træde frem Mand for Mand, og da blev Akan ramt, en Søn af Karmi, en Søn af Zabdi, en Søn af Zera, af Judas Stamme.
19 ତେବେ ଯିହୋଶୂୟ ଆଖନ୍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”
Da sagde Josua til Akan: »Min Søn, giv HERREN, Israels Gud, Ære og Pris, og fortæl mig, hvad du har gjort, skjul ikke noget for mig!«
20 ତହିଁରେ ଆଖନ୍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, “ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।
Akan svarede Josua: »Ja, det er mig, som har syndet mod HERREN, Israels Gud. Saaledes gjorde jeg:
21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।”
Jeg saa imellem Byttet en prægtig babylonisk Kappe, 200 Sekel Sølv og en Guldtunge paa halvtredsindstyve Sekel; det fik jeg Lyst til, og jeg tog det; se, det ligger nedgravet i Jorden midt i mit Telt, Sølvet nederst.«
22 ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।
Da sendte Josua nogle Folk hen, og de skyndte sig til Teltet, og se, det var gemt i hans Telt, Sølvet nederst;
23 ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।
og de tog det ud af Teltet og bragte det til Josua og alle Israeliterne og lagde det hen foran HERREN.
24 ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ।
Men Josua tog sammen med hele Israel Akan, Zeras Søn, og Sølvet, Kappen og Guldtungen og hans Sønner og Døtre, hans Hornkvæg, Æsler og Smaakvæg, hans Telt og alt, hvad der tilhørte ham, og førte dem op i Akors Dal.
25 ପୁଣି ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ।” ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।
Og Josua sagde: »Hvorfor har du styrtet os i Ulykke? HERREN skal styrte dig i Ulykke paa denne Dag!« Derpaa stenede hele Israel ham, og de brændte eller stenede dem.
26 ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ ଉପତ୍ୟକା ବୋଲି ଖ୍ୟାତ ଅଛି।
Og de opkastede en stor Stendysse over ham, som staar der den Dag i Dag. Da lagde HERRENS heftige Vrede sig. Derfor fik Stedet Navnet Akors Dal, som det hedder den Dag i Dag.