< ଯିହୋଶୂୟ 8 >
1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।
Et l’Éternel dit à Josué: Ne crains point, et ne t’effraie point. Prends avec toi tout le peuple de guerre, et lève-toi, monte à Aï. Vois, j’ai livré en ta main le roi d’Aï, et son peuple, et sa ville, et son pays.
2 ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।”
Et tu feras à Aï et à son roi comme tu as fait à Jéricho et à son roi; seulement, vous pillerez pour vous le butin et les bêtes. Dresse une embuscade contre la ville, derrière elle.
3 ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ।
Et Josué se leva avec tout le peuple de guerre pour monter vers Aï; et Josué choisit 30 000 vaillants hommes, et les envoya de nuit.
4 ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ।
Et il leur commanda, disant: Voyez, vous serez en embuscade contre la ville, derrière la ville; ne vous éloignez pas beaucoup de la ville, mais soyez tous prêts.
5 ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ।
Et moi et tout le peuple qui est avec moi, nous nous approcherons de la ville; et il arrivera que, lorsqu’ils sortiront à notre rencontre comme la première fois, nous fuirons devant eux.
6 ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ;
Et ils sortiront après nous, jusqu’à ce que nous les ayons attirés loin de la ville; car ils diront: Ils fuient devant nous comme la première fois; et nous fuirons devant eux.
7 ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।
Et vous, vous vous lèverez de l’embuscade, et vous prendrez possession de la ville, et l’Éternel, votre Dieu, la livrera en vos mains.
8 ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି।”
Et lorsque vous aurez pris la ville, vous incendierez la ville; vous ferez selon la parole de l’Éternel. Voyez, je vous l’ai commandé.
9 ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।
– Et Josué les envoya; et ils allèrent se mettre en embuscade, et se tinrent entre Béthel et Aï, à l’occident d’Aï; et Josué passa cette nuit au milieu du peuple.
10 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।
Et Josué se leva de bonne heure le matin, et inspecta le peuple; et il monta, lui et les anciens d’Israël, devant le peuple, vers Aï;
11 ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା।
et tout le peuple de guerre qui était avec lui monta et s’approcha; et ils vinrent devant la ville et campèrent au nord d’Aï; et la vallée était entre lui et Aï.
12 ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।
Or il avait pris environ 5 000 hommes, et les avait placés en embuscade entre Béthel et Aï, à l’occident de la ville.
13 ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକୁ ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ।
Et après qu’on eut placé le peuple, tout le camp qui était au nord de la ville et son embuscade à l’occident de la ville, alors Josué s’avança cette nuit-là au milieu de la vallée.
14 ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ।
Et il arriva que, lorsque le roi d’Aï vit cela, les hommes de la ville se hâtèrent et se levèrent de bonne heure, et sortirent, lui et tout son peuple, à la rencontre d’Israël, pour livrer bataille, au lieu assigné, devant la plaine. Or il ne savait pas qu’il y avait une embuscade contre lui, derrière la ville.
15 ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର-ପଥ ଦେଇ ପଳାୟନ କଲେ।
Et Josué et tout Israël se laissèrent battre devant eux, et s’enfuirent par le chemin du désert.
16 ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ।
Et tout le peuple qui était dans la ville fut assemblé à grands cris pour les poursuivre; et ils poursuivirent Josué, et furent attirés loin de la ville;
17 ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ।
et il ne resta pas un homme dans Aï et dans Béthel, qui ne sorte après Israël; et ils laissèrent la ville ouverte, et poursuivirent Israël.
18 ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା।” ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।
Et l’Éternel dit à Josué: Étends vers Aï le javelot qui est dans ta main, car je la livrerai entre tes mains. Et Josué étendit vers la ville le javelot qui était dans sa main.
19 ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।
Et l’embuscade se leva en hâte de son lieu, et ils coururent comme il étendait sa main, et ils entrèrent dans la ville et la prirent, et se hâtèrent de mettre le feu à la ville.
20 ଏଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।
Et les hommes d’Aï se retournèrent, et virent: et voici, la fumée de la ville montait vers les cieux; et il n’y eut en eux aucune force pour fuir ni d’un côté ni de l’autre. Et le peuple qui fuyait vers le désert se tourna contre ceux qui le poursuivaient.
21 ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।
Et Josué et tout Israël, voyant que l’embuscade avait pris la ville et que la fumée de la ville montait, se retournèrent et frappèrent les hommes d’Aï;
22 ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ।
et les autres sortirent de la ville à leur rencontre. Alors ils se trouvèrent au milieu d’Israël, les uns deçà, et les autres delà; et [les Israélites] les frappèrent jusqu’à ne leur laisser ni reste ni réchappé.
23 ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ।
Et ils prirent vivant le roi d’Aï, et l’amenèrent à Josué.
24 ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରିଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।
Et il arriva que, lorsque Israël eut achevé de tuer tous les habitants d’Aï dans la campagne, dans le désert où ils les avaient poursuivis, et que tous furent tombés sous le tranchant de l’épée, jusqu’à être consumés, alors tout Israël revint vers Aï, et ils la frappèrent par le tranchant de l’épée.
25 ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।
Et tous ceux qui tombèrent ce jour-là, hommes ou femmes, furent 12 000, tous les gens d’Aï.
26 କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ।
Et Josué ne retira point sa main qu’il avait étendue avec le javelot, jusqu’à ce qu’on ait entièrement détruit tous les habitants d’Aï.
27 ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।
Seulement, Israël pilla pour lui les bêtes et le butin de cette ville-là, selon la parole que l’Éternel avait commandée à Josué.
28 ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ।
Et Josué brûla Aï, et en fit pour toujours un monceau de ruines, jusqu’à ce jour.
29 ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।
Et il pendit le roi d’Aï à un arbre, jusqu’au temps du soir; et, comme le soleil se couchait, Josué commanda, et on descendit de l’arbre son cadavre, et on le jeta à l’entrée de la porte de la ville, et on éleva sur lui un grand monceau de pierres, [qui est demeuré] jusqu’à ce jour.
30 ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।
Alors Josué bâtit un autel à l’Éternel, le Dieu d’Israël, sur la montagne d’Ébal,
31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
comme Moïse, serviteur de l’Éternel, l’avait commandé aux fils d’Israël, ainsi qu’il est écrit dans le livre de la loi de Moïse, un autel de pierres entières, sur lesquelles le fer n’avait pas été levé; et ils offrirent dessus des holocaustes à l’Éternel, et sacrifièrent des sacrifices de prospérités.
32 ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ୱାରା ଲିଖିତ ବ୍ୟବସ୍ଥା-ଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ।
Et il écrivit là, sur les pierres, une copie de la loi de Moïse, qu’il avait écrite devant les fils d’Israël.
33 ଏଉତ୍ତାରେ ସମୁଦାୟ ଇସ୍ରାଏଲ ଓ ସେମାନଙ୍କ ପ୍ରାଚୀନବର୍ଗ ଓ ଅଧ୍ୟକ୍ଷଗଣ ଓ ସେମାନଙ୍କ ବିଚାରକର୍ତ୍ତୃଗଣ, ଯେପରି ବିଦେଶୀ, ସେପରି ଗୃହଜାତ, ଅଧେ ଗରିଷୀମ ପର୍ବତ ଆଗରେ ଓ ଅଧେ ଏବଲ ପର୍ବତ ଆଗରେ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସିନ୍ଦୁକର ଏପାଖେ ଓ ସେପାଖେ ଠିଆ ହେଲେ; କାରଣ ପ୍ରଥମେ ଇସ୍ରାଏଲୀୟ ଲୋକମାନଙ୍କୁ ଆଶୀର୍ବାଦ କରିବା ପାଇଁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ ଆଦେଶ ଦେଇଥିଲେ।
Et tout Israël, et ses anciens, et ses magistrats, et ses juges, se tenaient des deux côtés de l’arche, devant les sacrificateurs, les Lévites, qui portaient l’arche de l’alliance de l’Éternel, aussi bien l’étranger que l’Israélite de naissance, une moitié vis-à-vis de la montagne de Garizim, et l’autre moitié vis-à-vis de la montagne d’Ébal, comme Moïse, serviteur de l’Éternel, avait commandé de bénir le peuple d’Israël, au commencement.
34 ତହୁଁ ବ୍ୟବସ୍ଥା-ଗ୍ରନ୍ଥର ସମସ୍ତ ଲେଖାନୁସାରେ ସେ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ କଥା ପାଠ କଲେ।
Et après cela il lut toutes les paroles de la loi, la bénédiction et la malédiction, selon tout ce qui est écrit dans le livre de la loi.
35 ଯିହୋଶୂୟ ଇସ୍ରାଏଲୀୟ ସମସ୍ତ ସମାଜର ଓ ସ୍ତ୍ରୀଗଣର ଓ ବାଳକଗଣର ଓ ସେମାନଙ୍କ ମଧ୍ୟରେ ପରିଚିତ ବିଦେଶୀମାନଙ୍କ ସମ୍ମୁଖରେ ଯାହା ପାଠ କଲେ ନାହିଁ, ମୋଶାଙ୍କର ସମସ୍ତ ଆଦେଶ ମଧ୍ୟରେ ଏପରି ଗୋଟିଏ କଥା ନ ଥିଲା।
Il n’y eut pas une parole de tout ce que Moïse avait commandé, que Josué ne lise devant toute la congrégation d’Israël, et les femmes, et les enfants, et l’étranger marchant au milieu d’eux.