< ଯିହୋଶୂୟ 9 >
1 ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ;
约旦河西,住山地、高原,并对着黎巴嫩山沿大海一带的诸王,就是赫人、亚摩利人、迦南人、比利洗人、希未人、耶布斯人的诸王,听见这事,
2 ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ।
就都聚集,同心合意地要与约书亚和以色列人争战。
3 ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍ ନିବାସୀମାନେ ଶୁଣିଲେ,
基遍的居民听见约书亚向耶利哥和艾城所行的事,
4 ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;
就设诡计,假充使者,拿旧口袋和破裂缝补的旧皮酒袋驮在驴上,
5 ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।
将补过的旧鞋穿在脚上,把旧衣服穿在身上;他们所带的饼都是干的,长了霉了。
6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”
他们到吉甲营中见约书亚,对他和以色列人说:“我们是从远方来的,现在求你与我们立约。”
7 ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?”
以色列人对这些希未人说:“只怕你们是住在我们中间的;若是这样,怎能和你们立约呢?”
8 ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?”
他们对约书亚说:“我们是你的仆人。”约书亚问他们说:“你们是什么人?是从哪里来的?”
9 ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”
他们回答说:“仆人从极远之地而来,是因听见耶和华—你 神的名声和他在埃及所行的一切事,
10 ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।
并他向约旦河东的两个亚摩利王,就是希实本王西宏和在亚斯他录的巴珊王噩一切所行的事。
11 ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ‘ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।’”
我们的长老和我们那地的一切居民对我们说:‘你们手里要带着路上用的食物去迎接以色列人,对他们说:我们是你们的仆人;现在求你们与我们立约。’
12 ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।
我们出来要往你们这里来的日子,从家里带出来的这饼还是热的;看哪,现在都干了,长了霉了。
13 ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।
这皮酒袋,我们盛酒的时候还是新的;看哪,现在已经破裂。我们这衣服和鞋,因为道路甚远,也都穿旧了。”
14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ।
以色列人受了他们些食物,并没有求问耶和华。
15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।
于是约书亚与他们讲和,与他们立约,容他们活着;会众的首领也向他们起誓。
16 ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।
以色列人与他们立约之后,过了三天才听见他们是近邻,住在以色列人中间的。
17 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍ ଓ କଫୀରା ଓ ବେରୋତ ଓ କିରୀୟଥ୍-ଯିୟାରୀମ୍ ସେମାନଙ୍କ ନଗର ଥିଲା।
以色列人起行,第三天到了他们的城邑,就是基遍、基非拉、比录、基列·耶琳。
18 ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।
因为会众的首领已经指着耶和华—以色列的 神向他们起誓,所以以色列人不击杀他们;全会众就向首领发怨言。
19 ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”
众首领对全会众说:“我们已经指着耶和华—以色列的 神向他们起誓,现在我们不能害他们。
20 ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।
我们要如此待他们,容他们活着,免得有忿怒因我们所起的誓临到我们身上。”
21 ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।
首领又对会众说:“要容他们活着。”于是他们为全会众作了劈柴挑水的人,正如首领对他们所说的话。
22 ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ।
约书亚召了他们来,对他们说:“为什么欺哄我们说‘我们离你们甚远’呢?其实你们是住在我们中间。
23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।”
现在你们是被咒诅的!你们中间的人必断不了作奴仆,为我 神的殿作劈柴挑水的人。”
24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।
他们回答约书亚说:“因为有人实在告诉你的仆人,耶和华—你的 神曾吩咐他的仆人摩西,把这全地赐给你们,并在你们面前灭绝这地的一切居民,所以我们为你们的缘故甚怕丧命,就行了这事。
25 ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ।”
现在我们在你手中,你以怎样待我们为善为正,就怎样做吧!”
26 ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।
于是约书亚这样待他们,救他们脱离以色列人的手,以色列人就没有杀他们。
27 ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।
当日约书亚使他们在耶和华所要选择的地方,为会众和耶和华的坛作劈柴挑水的人,直到今日。