< ଯିହୋଶୂୟ 9 >

1 ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍‍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ;
Then all the kings who lived beyond the Jordan in the hill country, and in the lowlands along the shore of the Great Sea toward Lebanon—the Hittites, Amorites, Canaanites, Perizzites, Hivites, and the Jebusites—
2 ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ।
these joined together under one command, to wage war against Joshua and Israel.
3 ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍‍ ନିବାସୀମାନେ ଶୁଣିଲେ,
When the inhabitants of Gibeon heard what Joshua had done to Jericho and to Ai,
4 ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;
they acted with a cunning plan. They went as messengers. They took worn-out sacks and put them on their donkeys. They also took old wineskins that were worn, torn, and had been repaired.
5 ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।
They put old and patched sandals on their feet, and dressed in old, worn-out clothing. All the bread in their food supply was dry and moldy.
6 ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”
Then they went to Joshua in the camp at Gilgal and said to him and to the men of Israel, “We have traveled from a very far country, so now make a covenant with us.”
7 ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?”
The men of Israel said to the Hivites, “Perhaps you live near us. How can we make a covenant with you?”
8 ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?”
They said to Joshua, “We are your servants.” Joshua said to them, “Who are you? Where did you come from?”
9 ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”
They said to him, “Your servants have come here from a land very far away, because of the name of Yahweh your God. We have heard a report about him and about everything that he did in Egypt—
10 ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।
and everything that he did to the two kings of the Amorites on the other side of the Jordan—to Sihon king of Heshbon, and to Og king of Bashan who was at Ashtaroth.
11 ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ‘ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।’”
Our elders and all the inhabitants of our country said to us, 'Take provisions in your hand for the journey. Go to meet them and say to them, “We are your servants. Make a treaty with us.”
12 ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।
This is our bread, it was still warm when we took it from our houses on the day we set out to come to you. But now, see, it is dry and moldy.
13 ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।
These wineskins were new when we filled them, and look, now they are leaking. Our garments and our sandals are worn-out from a very long journey.'”
14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ।
So the Israelites took some of their provisions, but they did not consult with Yahweh for guidance.
15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।
Joshua made peace with them and made a covenant with them, to let them live. The leaders of the people also made a vow to them.
16 ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।
Three days after the Israelites made this covenant with them, they learned that they were their neighbors and that they lived nearby.
17 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।
Then the people of Israel set out and came to their cities on the third day. Their cities were Gibeon, Kephirah, Beeroth, and Kiriath Jearim.
18 ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।
The people of Israel did not attack them because their leaders had taken an oath about them before Yahweh, the God of Israel. All the Israelites were grumbling against their leaders.
19 ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”
But all the leaders said to all the people, “We have taken an oath concerning them by Yahweh, the God of Israel, and now we cannot harm them.
20 ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।
This is what we will do to them: To avoid any wrath that may come on us because of the oath we swore to them, we will let them live.”
21 ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।
The leaders said to their people, “Let them live.” So, the Gibeonites became cutters of wood and drawers of water for all the Israelites, just as the leaders said about them.
22 ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ।
Joshua called for them and said, “Why did you deceive us when you said, 'We are very far from you', when you live right here among us?
23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।”
Now, because of this, you are cursed and some of you will always be slaves, those who cut wood and draw water for the house of my God.”
24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।
They answered Joshua and said, “Because it was told to your servants that Yahweh your God commanded his servant Moses to give you all the land, and to destroy all the inhabitants of the land before you—so we were very afraid for our lives because of you. That is why we did this thing.
25 ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ।”
Now, look, you hold us in your power. Whatever seems good and right for you to do to us, do it.”
26 ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।
So Joshua did this for them: He delivered them out of the control of the people of Israel, so that the Israelites did not kill them.
27 ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।
That day Joshua made the Gibeonites cutters of wood and drawers of water for the community, and for the altar of Yahweh, to this day, in the place that Yahweh chooses.

< ଯିହୋଶୂୟ 9 >