< ଯିହୋଶୂୟ 1 >
1 ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ,
RAB, kulu Musa'nın ölümünden sonra onun yardımcısı Nun oğlu Yeşu'ya şöyle seslendi:
2 “ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।
“Kulum Musa öldü. Şimdi kalk, bütün halkla birlikte Şeria Irmağı'nı geç. Size, İsrail halkına vereceğim ülkeye girin.
3 ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।
Musa'ya söylediğim gibi, ayak basacağınız her yeri size veriyorum.
4 ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍, ଫରାତ୍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
Sınırlarınız çölden Lübnan'a, büyük Fırat Irmağı'ndan –bütün Hitit ülkesi dahil– batıdaki Akdeniz'e kadar uzanacak.
5 ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Yaşamın boyunca hiç kimse sana karşı koyamayacak; nasıl Musa ile birlikte oldumsa, seninle de birlikte olacağım. Seni terk etmeyeceğim, seni yüzüstü bırakmayacağım.
6 ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।
“Güçlü ve yürekli ol. Çünkü halkı, atalarına vereceğime ant içtiğim ülkeyi miras almaya sen götüreceksin.
7 ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।
Yeter ki, güçlü ve yürekli ol. Kulum Musa'nın sana buyurduğu Kutsal Yasa'nın tümünü yerine getirmeye dikkat et. Gittiğin her yerde başarılı olmak için bu yasadan ayrılma, sağa sola sapma.
8 ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
Yasa Kitabı'nda yazılanları dilinden düşürme. Tümünü özenle yerine getirmek için gece gündüz onu düşün. O zaman başarılı olacak ve amacına ulaşacaksın.
9 ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
Sana güçlü ve yürekli ol demedim mi? Korkma, yılma. Çünkü Tanrın RAB gideceğin her yerde seninle birlikte olacak.”
10 ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,
Bunun üzerine Yeşu, halkın görevlilerine şöyle buyurdu:
11 “ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।’”
“Ordugahın ortasından geçip halka şu buyruğu verin: ‘Kendinize kumanya hazırlayın. Çünkü Tanrınız RAB'bin size vereceği ülkeye girip orayı mülk edinmek için üç gün sonra Şeria Irmağı'nı geçeceksiniz.’”
12 ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,
Yeşu, Ruben ve Gad oymaklarına ve Manaşşe oymağının yarısına da şöyle dedi:
13 “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।
“RAB'bin kulu Musa'nın, ‘Tanrınız RAB bu ülkeyi size verip sizi rahata erdirecek’ dediğini anımsayın.
14 ମୋଶା ଯର୍ଦ୍ଦନର ପୂର୍ବପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,
Kadınlarınız, çocuklarınız ve hayvanlarınız Şeria Irmağı'nın doğusunda, Musa'nın size verdiği topraklarda kalsın. Ama sizler, bütün yiğit savaşçılar, silahlı olarak kardeşlerinizden önce ırmağı geçip onlara yardım edin.
15 ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”
RAB sizi rahata erdirdiği gibi, onları da rahata erdirecek. Onlar Tanrınız RAB'bin vereceği ülkeyi mülk edindikten sonra siz de mülk edindiğiniz topraklara, RAB'bin kulu Musa'nın Şeria Irmağı'nın doğusunda size verdiği topraklara dönüp oraya yerleşin.”
16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ।
Önderler Yeşu'ya, “Bize ne buyurduysan yapacağız” diye karşılık verdiler, “Bizi nereye gönderirsen gideceğiz.
17 ଆମ୍ଭେମାନେ ସବୁ ବିଷୟରେ ଯେପରି ମୋଶାଙ୍କର କଥା ଶୁଣୁଥିଲୁ, ସେପରି ଆମ୍ଭେମାନେ ତୁମ୍ଭ କଥା ଶୁଣିବୁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେପରି ମୋଶାଙ୍କ ସଙ୍ଗରେ ଥିଲେ, ସେପରି ସେ ତୁମ୍ଭ ସଙ୍ଗରେ ହେଉନ୍ତୁ।
Her durumda Musa'nın sözünü dinlediğimiz gibi, senin sözünü de dinleyeceğiz. Yeter ki, Musa'yla birlikte olmuş olan Tanrın RAB seninle de birlikte olsun.
18 ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ଡ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ।”
Sözünü dinlemeyen, buyruklarına karşı gelip başkaldıran ölümle cezalandırılacaktır. Yeter ki, sen güçlü ve yürekli ol.”