< ଯିହୂଦା 1 >
1 ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
イエス・キリストの僕にしてヤコブの兄弟なるユダ、書を召されたる者、すなはち父なる神に愛せられ、イエス・キリストの爲に守らるる者に贈る。
2 ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ।
願はくは憐憫と平安と愛と、なんぢらに増さんことを。
3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
愛する者よ、われ我らが共に與る救につき勵みて汝らに書き贈らんとせしが、聖徒の一たび傳へられたる信仰のために戰はんことを勸むる書を、汝らに贈るを必要と思へり。
4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
そは敬虔ならずして我らの神の恩惠を好色に易へ、唯一の主なる我らの主イエス・キリストを否むものども潜り入りたればなり。彼らが此の審判を受くべきことは昔より預じめ録されたり。
5 ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।
汝らは固より凡ての事を知れど、我さらに汝 等をして思ひ出さしめんとする事あり、即ち主エジプトの地より民を救ひ出して、後に信ぜぬ者を亡し給へり。
6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି। (aïdios )
又おのが位を保たずして己が居所を離れたる御使を、大なる日の審判まで、闇黒のうちに長久の繩目をもて看守し給へり。 (aïdios )
7 ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି। (aiōnios )
ソドム、ゴモラ及びその周圍の町々も亦これと同じく、淫行に耽り、背倫の肉 慾に走り、永遠の火の刑罰をうけて鑑とせられたり。 (aiōnios )
8 ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।
かくの如くかの夢 見る者どもも肉を汚し、權威ある者を輕んじ、尊き者を罵る。
9 କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।
御使の長ミカエル惡魔と論じてモーセの屍體を爭ひし時に、敢へて罵りて審かず、唯『ねがはくは主なんぢを戒め給はんことを』と云へり。
10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
されど此の人々は知らぬことを罵り、無知の獸のごとく、自然に知る所によりて亡ぶるなり。
11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
禍害なるかな、彼らはカインの道にゆき、利のためにバラムの迷に走り、またコラの如き謀反によりて亡びたり。
12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
彼らは汝らと共に宴席に與り、その愛餐の暗礁たり、憚らずして自己をやしなふ牧者、風に逐はるる水なき雲、枯れて又かれ、根より拔かれたる果なき秋の木、
13 ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି। (aiōn )
おのが恥を湧き出す海のあらき波、さまよふ星なり。彼らの爲に暗き闇、とこしへに蓄へ置かれたり。 (aiōn )
14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
アダムより七代に當るエノク彼らに就きて預言せり。曰く『視よ、主はその聖なる千萬の衆を率ゐて來りたまへり。
15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।
これ凡ての人の審判をなし、すべて敬虔ならぬ者の不 敬虔を行ひたる不 敬虔の凡ての業と、敬虔ならぬ罪人の、主に逆ひて語りたる凡ての甚だしき言とを責め給はんとてなり』
16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
彼らは呟くもの、不滿をならす者にして、おのが慾に隨ひて歩み、口に誇をかたり、利のために人に諂ふなり。
17 କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;
愛する者よ、汝らは我らの主イエス・キリストの使徒たちの預じめ言ひし言を憶えよ。
18 ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।
即ち汝らに曰らく『末の時に嘲る者おこり、己が不 敬虔なる慾に隨ひて歩まん』と。
19 ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।
彼らは分裂をなし、情 慾に屬し、御靈を有たぬ者なり。
20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
されど愛する者よ、なんぢらは己がいと潔き信仰の上に徳を建て、聖 靈によりて祈り、
21 ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ। (aiōnios )
神の愛のうちに己をまもり、永遠の生命を得るまで我らの主イエス・キリストの憐憫を待て。 (aiōnios )
22 ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର।
また彼らの中なる疑ふ者をあはれみ、
23 ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।
或 者を火より取出して救ひ、或 者をその肉に汚れたる下衣をも厭ひ、かつ懼れつつ憐め。
24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
願はくは汝らを守りて躓かしめず、瑕なくして榮光の御前に歡喜をもて立つことを得しめ給ふ者、
25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍। (aiōn )
即ち我らの救主なる唯一の神に、榮光・稜威・權力・權威、われらの主イエス・キリストに由りて、萬 世の前にも今も萬 世までも在らんことを、アァメン (aiōn )