< ବିଚାରକର୍ତ୍ତା 10 >
1 ଅବୀମେଲକ୍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।
Efter Abimelek fremstod som Israels Befrier Tola, en Søn af Dodos Søn Pua, en Mand af Issakar, som boede i Sjamir i Efraims Bjerge.
2 ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ।
Han var Dommer i Israel i tre og tyve År. Da han døde, blev han jordet i Sjamir.
3 ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ।
Efter ham fremstod Gileaditen Jair; han var Dommer i Israel i to og tyve År.
4 ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।
Han havde tredive Sønner, som red på tredive Æsler, og de havde tredive Byer, som endnu den Dag i Dag kaldes Jairs Teltbyer; de ligger i Gilead.
5 ଏଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ।
Da Jair døde, blev han jordet i Kamon.
6 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍ ଦେବତାଗଣର ଓ ଅଷ୍ଟାରୋତ୍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।
Men Israelitterne blev ved at gøre, hvad der var ondt i HERRENs Øjne, idet de dyrkede Ba'alerne og Astarterne og Aramæernes, Zidons, Moabs, Ammoniternes og Filisternes Guder og faldt fra HERREN og undlod at dyrke ham.
7 ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।
Da blussede HERRENs Vrede op mod Israel, og han gav dem til Pris for Filisterne og Ammoniterne,
8 ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।
som kuede og mishandlede Israelitterne i det År; i atten År kuede de alle Israelitterne hinsides Jordan i Amoritemes Land i Gilead.
9 ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।
Og Ammoniterne satte over Jordan for også at angribe Juda, Benjamin og Efraims Slægt, så at Israelitterne kom i stor Nød.
10 ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍ ଦେବତାଗଣର ସେବା କରିଅଛୁ।”
Da råbte Israelitterne til HERREN og sagde: "Vi har syndet imod dig, thi vi har forladt HERREN vor Gud og dyrket Ba'alerne!"
11 ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?
Men HERREN svarede Israelitterne: "Har ikke Ægypterne, Amoriterne, Ammoniterne, Filisterne,
12 ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
Zidonierne, Amalekiterne og Midjaniterne mishandlet eder? Og da I råbte til mig, frelste jeg eder af deres Hånd.
13 ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।
Men I forlod mig og dyrkede andre Guder! Derfor vil jeg ikke mere frelse eder!
14 ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”
Gå nu hen og råb til de Guder, I udvalgte eder, og lad dem frelse eder i eders Nød:"
15 ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।”
Da sagde Israelitterne til HERREN: "Vi har syndet! Gør med os, hvad dig tykkes godt, men frels os blot nu!"
16 ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
Og de skilte sig af med de fremmede Guder og dyrkede HERREN; da kunde han ikke længer holde ud at se Israels Nød.
17 ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।
Ammoniterne stævnedes sammen, og de slog Lejr i Gilead; også Israelitterne samlede sig, og de slog Lejr i Mizpa.
18 ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍, ଅଧିପତିମାନେ ଏକକୁ ଆରେକ କହିଲେ, “ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।”
Da sagde Folket, Gileads Høvdinger, til hverandre: "Hvis der findes en Mand, som vil tage Kampen op med Ammoniterne, skal han være Høvding over alle Gileads Indbyggere!"