< ବିଚାରକର୍ତ୍ତା 10 >

1 ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।
Nach Abimelek kam zu Israels Rettung Tola, Puas Sohn und Dodus Enkel, aus Issakar. Er saß zu Samir auf dem Gebirge Ephraim.
2 ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ।
Er richtete Israel 23 Jahre. Dann starb er und ward in Samir begraben.
3 ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ।
Nach ihm kam der Gileadite Jair und richtete Israel 22 Jahre.
4 ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।
Er hatte dreißig Söhne, die auf dreißig Eselsfüllen ritten und dreißig Städte besaßen. Diese nennt man Jairs Zeltdörfer bis auf diesen Tag. Sie sind im Lande Gilead.
5 ଏଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ।
Jair starb und ward in Kanon begraben.
6 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।
Und wieder taten die Israeliten, was dem Herrn mißfiel, und sie dienten den Baalen und Astarten und den Göttern Syriens, Sidons, Moabs und den Göttern der Ammoniter und der Philister. So verließen sie den Herrn und dienten ihm nicht mehr.
7 ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।
Da entbrannte des Herrn Zorn wider Israel, und er verkaufte sie in die Hand der Philister und der Ammoniter.
8 ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।
Und diese quälten und plagten die Israeliten zehn Jahre lang, alle Israeliten jenseits des Jordans im Amoriterlande, in Gilead.
9 ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।
Dann zogen die Ammoniter über den Jordan, um auch mit Juda, Benjamin und dem Hause Ephraim zu streiten. Und Israel kam in große Not.
10 ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍‍ ଦେବତାଗଣର ସେବା କରିଅଛୁ।”
Da schrien die Israeliten zum Herrn und sprachen: "Wir haben wider Dich gesündigt; denn wir haben in der Tat unseren Gott verlassen und den Baalen gedient."
11 ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?
Da sprach der Herr zu den Israeliten: "Haben nicht Leute der Ägypter und Amoriter, der Ammoniter und Philister,
12 ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
Sidonier, Amalek und Maon euch bedrängt? Da schriet ihr zu mir, und ich befreite euch aus ihrer Hand.
13 ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।
Da verließet ihr mich und dientet anderen Göttern. Darum helfe ich euch nicht länger.
14 ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”
Geht und ruft zu den Göttern, die ihr erwählt habt! Sie mögen euch in euren Nöten helfen!"
15 ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।”
Da sprachen die Israeliten zum Herrn: "Wir haben gesündigt. Tu mit uns, wie es Dir gefällt! Nur rette uns jetzt!"
16 ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
Und sie schafften des Auslands Götter aus ihrer Mitte und dienten dem Herrn. Da ward er über Israels Elend ungeduldig.
17 ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।
Die Ammoniter aber wurden wieder aufgeboten und lagerten in Gilead. Da kamen auch die Israeliten zusammen und lagerten in der Mispa.
18 ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍‍, ଅଧିପତିମାନେ ଏକକୁ ଆରେକ କହିଲେ, “ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।”
Da sprach das Volk in Gileads Städten zueinander: "Wer ist der Mann, der mit den Ammonitern zu streiten beginnt? Er soll das Haupt aller Insassen Gileads werden!"

< ବିଚାରକର୍ତ୍ତା 10 >