< ବିଚାରକର୍ତ୍ତା 11 >
1 ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହାବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।
Yefta mutumin Gileyad, jarumi ne ƙwarai. Mahaifinsa ne Gileyad; mahaifiyar kuwa karuwa ce.
2 ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”
Matar Gileyad ta haifa masa’ya’ya maza, kuma sa’ad da suka yi girma, sai suka kore Yefta, suka ce “Ba ka da gādo a cikin iyalinmu, domin kai ɗan wata mace ce.”
3 ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।
Saboda haka Yefta ya tsere daga’yan’uwansa ya zauna a ƙasar Tob, inda waɗansu’yan iska suka kewaye shi suka bi shi.
4 କିଛି ଦିନ ପରେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ।
Ana nan, sa’ad da Ammonawa suka kai wa Isra’ilawa hari,
5 ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ।
dattawan Gileyad suka je suka nemo Yefta daga ƙasar Tob.
6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।”
Suka ce masa, “Ka zo ka zama mana shugaba, don mu yaƙi Ammonawa.”
7 ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ିଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଅଛ ବୋଲି ମୋର ନିକଟକୁ କାହିଁକି ଆସିଅଛ?”
Yefta ya ce musu, “Ba kun ƙi ni kuka kuma kore ni daga gidan mahaifina ba? Me ya sa kuke zuwa wurina yanzu sa’ad da kuke cikin wahala?”
8 ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ୱରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ।”
Mutanen Gileyad suka ce masa, “Duk da haka, muna juyo wajenka yanzu, ka zo tare da mu mu yaƙi Ammonawa, za ka kuma zama shugaban duk wanda yake zama a Gileyad.”
9 ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ତ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ୱରୂପ ହେବି?”
Yefta ya ce, “A ce kun dawo da ni in yaƙi Ammonawa, Ubangiji kuwa ya ba da su a hannuna, zan zama shugabanku?”
10 ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।”
Dattawan Gileyad suka ce, “Ubangiji ne shaidanmu; za mu yi duk abin da ka ce.”
11 ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପାରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।
Saboda haka Yefta ya tafi tare da dattawan Gileyad, mutanen kuwa suka naɗa shi shugabansu da kuma sarkinsu. Ya kuwa maimaita dukan maganarsa a gaban Ubangiji a Mizfa.
12 ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, “ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?”
Sa’an nan Yefta ya aiki jakadu zuwa wurin sarkin Ammonawa su tambaya, “Me ya haɗa ka da ni, da ka kawo wa ƙasata yaƙi?”
13 ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, “କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।”
Sarkin Ammonawa ya ce wa jakadu, “Sa’ad da Isra’ilawa suka fito daga Masar, sun ƙwace mini ƙasa tun daga Arnon zuwa Yabbok, har zuwa Urdun. Yanzu ka mayar mini ita cikin salama.”
14 ତହିଁରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ପୁନର୍ବାର ଦୂତ ପଠାଇ ତାହାକୁ କହିଲେ;
Yefta ya sāke aikan jakadu wurin sarki,
15 “ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ।
yana cewa, “Ga abin da Yefta yake faɗi, Isra’ila ba tă ƙwace ƙasar Mowab ko ta Ammonawa ba.
16 ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ।
Amma sa’ad da suka bar Masar, Isra’ila ta bi ta hamada zuwa Jan Teku har suka zo Kadesh.
17 ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ‘ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ;’ ମାତ୍ର ଇଦୋମର ରାଜା ଶୁଣିଲା ନାହିଁ। ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶରେ ରହିଲେ।
Sa’an nan Isra’ila ta aiki jakadu zuwa ga sarkin Edom cewa, ‘Ka ba mu izini mu ratsa ƙasarka,’ amma sarkin Edom bai saurara ba. Suka kuma aika wa sarkin Mowab, shi ma ya ƙi. Saboda haka Isra’ila ta zauna a Kadesh.
18 ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା।
“Daga can suka ci gaba ta hamada, suka zaga ƙasashen Edom da Mowab, suka wuce ta gabashin ƙasar Mowab, sa’an nan suka yi sansani a ɗaya gefen Arnon. Ba su shiga yankin Mowab ba, gama Arnon ce iyakarta.
19 ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।’
“Sa’an nan Isra’ila ta aiki jakadu zuwa ga Sihon sarkin Amoriyawa, wanda yake mulki a Heshbon, ta ce masa, ‘Ka bar mu mu ratsa ƙasarka mu wuce zuwa wurinmu.’
20 ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।
Sihon dai, bai amince da Isra’ila su ratsa ƙasarsa ba. Ya tattara dukan mutanensa suka yi sansani a Yahza suka kuwa yaƙi Isra’ila.
21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।
“Sa’an nan Ubangiji, Allah na Isra’ila, ya ba da Sihon da dukan mutanensa a hannun Isra’ila, suka kuwa ci nasara a kansu. Isra’ila ta ƙwace dukan ƙasar Amoriyawa da suke zaune a ƙasar,
22 ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।
suka ƙwace dukan yankin Amoriyawa tun daga ƙasar Arnon zuwa Yabbok, daga hamada har zuwa Urdun.
23 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ?
“To, da yake Ubangiji, Allah na Isra’ila, ya kori Amoriyawa a gaban mutanensa Isra’ila, wane’yanci kake da shi da za ka karɓe ta?
24 ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।
Ba za ka karɓi abin da allahnka Kemosh ya ba ka ba? Haka mu ma, duk abin da Ubangiji Allahnmu ya riga ya ba mu, za mu mallake shi.
25 କୁହ ଦେଖି, ତୁମ୍ଭେ କି ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକଠାରୁ କିଛି ଅଧିକ? ସେ କି ଇସ୍ରାଏଲ ସଙ୍ଗେ କେବେ ବିବାଦ କରିଥିଲେ? ଅବା ସେ କି କେବେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲେ?
Ka fi Balak ɗan Ziffor, sarkin Mowab ne? Ka taɓa ji ya yi hamayya da Isra’ila ko yă yi yaƙi da su?
26 ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?
Shekara ɗari uku Isra’ilawa suka yi zamansu a Heshbon, Arower da ƙauyukan kewayenta da dukan biranen da suke gefen Arnon. Me ya sa ba ka karɓe su a lokacin ba?
27 ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”
Ban yi maka laifi ba, amma kana musguna mini ta wurin kawo mini hari. Bari Ubangiji yă zama Alƙali, yă yanke hukunci tsakani Isra’ilawa da Ammonawa.”
28 ତଥାପି ଯିପ୍ତହଙ୍କ ପ୍ରେରିତ କଥା ଅମ୍ମୋନ-ସନ୍ତାନଗଣର ରାଜା ଶୁଣିଲା ନାହିଁ।
Duk da haka sarkin Ammonawa bai kula da saƙon da Yefta ya aika ba.
29 ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ।
Sa’an nan Ruhun Ubangiji ya sauko wa Yefta. Sai ya haye Gileyad da Manasse, ya ratsa ta Mizfa zuwa Gileyad, daga can kuma ya kai wa Ammonawa hari.
30 ସେସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, “ଯେବେ ତୁମ୍ଭେ ଅମ୍ମୋନ-ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ,
Yefta kuwa ya yi wa’adi da Ubangiji ya ce, “In ka ba da Ammonawa a hannuwana,
31 ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେକେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।”
duk abin da ya fara fitowa daga ƙofar gidana don yă tarye ni, sa’ad da na komo daga yaƙi da Ammonawa, zai zama na Ubangiji, zan miƙa shi hadaya ta ƙonawa.”
32 ଏଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ।
Sa’an nan Yefta ya haye zuwa wajen Ammonawa don yaƙi da su. Ubangiji kuwa ya ba da su a hannuwansa.
33 ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍-କରାମୀମ୍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏରୂପେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ।
Ya hallaka birane ashirin tun daga Arower zuwa yankin Minnit, har zuwa Abel-Keramim. Haka Isra’ila ta cinye Ammonawa ƙaf.
34 ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।
Sa’ad da Yefta ya komo gida a Mizfa, wa ya fito yă tarye shi,’yarsa tilo, tana rawa kiɗin ganguna! Ita ce kaɗai’yarsa. Ban da ita ba shi da ɗa ko’ya.
35 ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।”
Da ya gan ta, sai ya yayyage tufafinsa ya yi kuka ya ce, “Kaito!’Yata! Kin karya mini gwiwa, kuma na lalace, domin na yi wa’adi ga Ubangiji da ba zan iya in karya ba.”
36 ତହିଁରେ ସେ ତାଙ୍କୁ କହିଲା, “ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି।”
Ta ce, “Mahaifina, idan ka riga ka yi wa Ubangiji magana, sai ka yi da ni yadda ka yi alkawari, da yake Ubangiji ya ɗau maka fansa a kan Ammonawa.”
37 ଆହୁରି ସେ ଆପଣା ପିତାକୁ କହିଲା, “ମୋʼ ପାଇଁ ଏହି କଥା କରାଯାଉ; ମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ୱ ବିଷୟରେ ବିଳାପ କରିବି।”
Sai ta kuma ce, “Sai dai, ka biya mini wannan bukata guda. Ka ba ni wata biyu in yi ta yawo da ni da ƙawayena a kan duwatsu mu yi makoki, domin ba zan yi aure ba.”
38 ତହୁଁ ସେ କହିଲେ, “ଯାଅ।” ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ୱ ବିଷୟରେ ବିଳାପ କଲେ।
Ya ce mata, “Ki tafi,” Ya bar ta tă tafi har wata biyu. Ita da’yan matan suka tafi a kan duwatsu suka yi ta makoki domin ba za tă taɓa aure ba.
39 ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ। ସେ ପୁରୁଷର ପରିଚୟ ପାଇ ନ ଥିଲା।
Bayan watanni biyu ɗin sai ta komo wurin mahaifinta ya kuwa yi da ita yadda ya yi wa’adi. Ita kuwa ba tă taɓa san namiji ba. Wannan ya zama al’ada a Isra’ila,
40 ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା।
cewa kowace shekara’yan mata sukan fita kwana huɗu don yin bikin tunawa da’yar Yefta mutumin Gileyad.