< ବିଚାରକର୍ତ୍ତା 11 >

1 ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହାବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।
Иеффай Галаадитянин был человек храбрый. Он был сын блудницы; от Галаада родился Иеффай.
2 ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”
И жена Галаадова родила ему сыновей. Когда возмужали сыновья жены, изгнали они Иеффая, сказав ему: ты не наследник в доме отца нашего, потому что ты сын другой женщины.
3 ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।
И убежал Иеффай от братьев своих и жил в земле Тов; и собрались к Иеффаю праздные люди и выходили с ним.
4 କିଛି ଦିନ ପରେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ।
Чрез несколько времени Аммонитяне пошли войною на Израиля.
5 ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ।
Во время войны Аммонитян с Израильтянами пришли старейшины Галаадские взять Иеффая из земли Тов.
6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।”
и сказали Иеффаю: приди, будь у нас вождем, и сразимся с Аммонитянами.
7 ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ିଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଅଛ ବୋଲି ମୋର ନିକଟକୁ କାହିଁକି ଆସିଅଛ?”
Иеффай сказал старейшинам Галаадским: не вы ли возненавидели меня и выгнали из дома отца моего? зачем же пришли ко мне ныне, когда вы в беде?
8 ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ୱରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ।”
Старейшины Галаадские сказали Иеффаю: для того мы теперь пришли к тебе, чтобы ты пошел с нами и сразился с Аммонитянами и был у нас начальником всех жителей Галаадских.
9 ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ତ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ୱରୂପ ହେବି?”
И сказал Иеффай старейшинам Галаадским: если вы возвратите меня, чтобы сразиться с Аммонитянами, и Господь предаст мне их, то останусь ли я у вас начальником?
10 ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।”
Старейшины Галаадские сказали Иеффаю: Господь да будет свидетелем между нами, что мы сделаем по слову твоему!
11 ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପାରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।
И пошел Иеффай со старейшинами Галаадскими, и народ поставил его над собою начальником и вождем, и Иеффай произнес все слова свои пред лицoм Господа в Массифе.
12 ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, “ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?”
И послал Иеффай послов к царю Аммонитскому сказать: что тебе до меня, что ты пришел ко мне воевать на земле моей?
13 ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, “କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।”
Царь Аммонитский сказал послам Иеффая: Израиль, когда шел из Египта, взял землю мою от Арнона до Иавока и Иордана; итак возврати мне ее с миром и я отступлю.
14 ତହିଁରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ପୁନର୍ବାର ଦୂତ ପଠାଇ ତାହାକୁ କହିଲେ;
И возвратились послы к Иеффаю. Иеффай в другой раз послал послов к царю Аммонитскому,
15 “ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ।
сказать ему: так говорит Иеффай: Израиль не взял земли Моавитской и земли Аммонитской;
16 ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ।
ибо когда шли из Египта, Израиль пошел в пустыню к Чермному морю и пришел в Кадес;
17 ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ‘ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ;’ ମାତ୍ର ଇଦୋମର ରାଜା ଶୁଣିଲା ନାହିଁ। ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶରେ ରହିଲେ।
оттуда послал Израиль послов к царю Едомскому сказать: “позволь мне пройти землею твоею”; но царь Едомский не послушал; и к царю Моавитскому он посылал, но и тот не согласился; посему Израиль оставался в Кадесе.
18 ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା।
И пошел пустынею, и миновал землю Едомскую и землю Моавитскую, и, придя к восточному пределу земли Моавитской, расположился станом за Арноном; но не входил в пределы Моавитские, ибо Арнон есть предел Моава.
19 ପୁଣି ଇସ୍ରାଏଲ ହିଷ୍‍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।’
И послал Израиль послов к Сигону, царю Аморрейскому, царю Есевонскому, и сказал ему Израиль: позволь нам пройти землею твоею в свое место.
20 ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।
Но Сигон не согласился пропустить Израиля чрез пределы свои, и собрал Сигон весь народ свой, и расположился станом в Иааце, и сразился с Израилем.
21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।
И предал Господь Бог Израилев Сигона и весь народ его в руки Израилю, и он побил их; и получил Израиль в наследие всю землю Аморрея, жившего в земле той;
22 ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।
и получили они в наследие все пределы Аморрея от Арнона до Иавока и от пустыни до Иордана.
23 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ?
Итак Господь Бог Израилев изгнал Аморрея от лица народа Своего Израиля, а ты хочешь взять его наследие?
24 ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।
Не владеешь ли ты тем, что дал тебе Хамос, бог твой? И мы владеем всем тем, что дал нам в наследие Господь Бог наш.
25 କୁହ ଦେଖି, ତୁମ୍ଭେ କି ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକଠାରୁ କିଛି ଅଧିକ? ସେ କି ଇସ୍ରାଏଲ ସଙ୍ଗେ କେବେ ବିବାଦ କରିଥିଲେ? ଅବା ସେ କି କେବେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲେ?
Разве ты лучше Валака, сына Сепфорова, царя Моавитского? сорился ли он с Израилем, или воевал ли с ними?
26 ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍‍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?
Израиль уже живет триста лет в Есевоне и в зависящих от него городах, в Ароере и зависящих от него городах, и во всех городах, которые близ Арнона; для чего вы в то время не отнимали их?
27 ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”
А я не виновен пред тобою, и ты делаешь мне зло, выступив против меня войною. Господь Судия да будет ныне судьею между сынами Израиля и между Аммонитянами!
28 ତଥାପି ଯିପ୍ତହଙ୍କ ପ୍ରେରିତ କଥା ଅମ୍ମୋନ-ସନ୍ତାନଗଣର ରାଜା ଶୁଣିଲା ନାହିଁ।
Но царь Аммонитский не послушал слов Иеффая, с которыми он посылал к нему.
29 ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ।
И был на Иеффае Дух Господень, и прошел он Галаад и Манассию, и прошел Массифу Галаадскую, и из Массифы Галаадской пошел к Аммонитянам.
30 ସେସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, “ଯେବେ ତୁମ୍ଭେ ଅମ୍ମୋନ-ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ,
И дал Иеффай обет Господу и сказал: если Ты предашь Аммонитян в руки мои,
31 ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେକେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।”
то по возвращении моем с миром от Аммонитян, что выйдет из ворот дома моего навстречу мне, будет Господу, и вознесу сие на всесожжение.
32 ଏଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ।
И пришел Иеффай к Аммонитянам - сразиться с ними, и предал их Господь в руки его;
33 ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍‍-କରାମୀମ୍‍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏରୂପେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ।
и поразил их поражением весьма великим, от Ароера до Минифа двадцать городов, и до Авель-Керамима, и смирились Аммонитяне пред сынами Израилевыми.
34 ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।
И пришел Иеффай в Массифу в дом свой, и вот, дочь его выходит навстречу ему с тимпанами и ликами: она была у него только одна, и не было у него еще ни сына, ни дочери.
35 ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।”
Когда он увидел ее, разодрал одежду свою и сказал: ах, дочь моя! ты сразила меня; и ты в числе нарушителей покоя моего! я отверз о тебе уста мои пред Господом и не могу отречься.
36 ତହିଁରେ ସେ ତାଙ୍କୁ କହିଲା, “ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି।”
Она сказала ему: отец мой! ты отверз уста твои пред Господом - и делай со мною то, что произнесли уста твои, когда Господь совершил чрез тебя отмщение врагам твоим Аммонитянам.
37 ଆହୁରି ସେ ଆପଣା ପିତାକୁ କହିଲା, “ମୋʼ ପାଇଁ ଏହି କଥା କରାଯାଉ; ମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ୱ ବିଷୟରେ ବିଳାପ କରିବି।”
И сказала отцу своему: сделай мне только вот что: отпусти меня на два месяца; я пойду, взойду на горы и оплачу девство мое с подругами моими.
38 ତହୁଁ ସେ କହିଲେ, “ଯାଅ।” ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ୱ ବିଷୟରେ ବିଳାପ କଲେ।
Он сказал: пойди. И отпустил ее на два месяца. Она пошла с подругами своими и оплакивала девство свое в горах.
39 ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ। ସେ ପୁରୁଷର ପରିଚୟ ପାଇ ନ ଥିଲା।
По прошествии двух месяцев она возвратилась к отцу своему, и он совершил над нею обет свой, который дал, и она не познала мужа. И вошло в обычай у Израиля,
40 ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା।
что ежегодно дочери Израилевы ходили оплакивать дочь Иеффая Галаадитянина, четыре дня в году.

< ବିଚାରକର୍ତ୍ତା 11 >