< ବିଚାରକର୍ତ୍ତା 12 >
1 ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।”
에브라임 사람들이 모여 북으로 가서 입다에게 이르되 `네가 암몬 자손과 싸우러 건너 갈 때에 어찌하여 우리를 불러 너와 함께 가게 하지 아니하였느냐? 우리가 반드시 불로 너와 네 집을 사르리라'
2 ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, “ଅମ୍ମୋନ-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।
입다가 그들에게 이르되 `나와 나의 백성이 암몬 자손과 크게 다툴 때에 내가 너희를 부르되 너희가 나를 그들의 손에서 구원하지 아니하므로
3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”
내가 너희의 구원치 아니하는 것을 보고 내 생명을 돌아보지 아니하고 건너가서 암몬 자손을 쳤더니 여호와께서 그들을 내 손에 붙이셨거늘 너희가 어찌하여 오늘날 내게 올라와서 나로 더불어 싸우고자 하느냐?' 하고
4 ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, “ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।”
입다가 길르앗 사람을 다 모으고 에브라임과 싸웠더니 길르앗 사람들이 에브라임을 쳐서 파하였으니 이는 에브라임의 말이 너희 길르앗 사람은 본래 에브라임에서 도망한 자로서 에브라임과 므낫세중에 있다 하였음이라
5 ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;”
길르앗 사람이 에브라임 사람 앞서 요단 나루턱을 잡아 지키고 에브라임 사람의 도망하는 자가 말하기를 `청컨대 나로 건너게 하라 하면 그에게 묻기를 네가 에브라임 사람이냐' 하여 그가 만일 `아니라' 하면
6 ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍” ତହିଁରେ ସେ କହିଲା, “ସିବ୍ବୋଲେତ୍,” କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।
그에게 이르기를 십볼렛이라 하라 하여 에브라임 사람이 능히 구음을 바로 하지 못하고 씹볼렛이라면 길르앗 사람이 곧 그를 잡아서 요단 나루턱에서 죽였더라 그 때에 에브라임 사람의 죽은 자가 사만 이천명이었더라
7 ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।
입다가 이스라엘 사사가 된지 육년이라 길르앗 사람 입다가 죽으매 길르앗 한 성읍에 장사되었더라
8 ତାହା ଉତ୍ତାରେ ବେଥଲିହିମର ଇବ୍ସନ୍ ଇସ୍ରାଏଲର ବିଚାର କଲେ।
그의 뒤에는 베들레헴 입산이 이스라엘의 사사이었더라
9 ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।
그가 아들 삼십과 딸 삼십을 두었더니 딸들은 타국으로 시집 보내었고 아들들을 위하여는 타국에서 여자 삼십을 데려왔더라 그가 이스라엘 사사가 된지 칠년이라
10 ଏଥିଉତ୍ତାରେ ଇବ୍ସନ୍ ମଲେ ଓ ବେଥଲିହିମରେ କବର ପାଇଲେ।
입산이 죽으매 베들레헴에 장사되었더라
11 ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ।
그의 뒤에는 스불론 사람 엘론이 이스라엘의 사사가 되어 십년 동안 이스라엘을 다스렸더라
12 ଏଥିଉତ୍ତାରେ ସବୂଲୂନୀୟ ଏଲୋନ୍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନ୍ରେ କବର ପାଇଲେ।
스불론 사람 엘론이 죽으매 스불론 땅 아얄론에 장사되었더라
13 ତାହା ଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ଇସ୍ରାଏଲର ବିଚାର କଲେ।
그의 뒤에는 비라돈 사람 힐렐의 아들 압돈이 이스라엘의 사사이었더라
14 ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।
그에게 아들 사십과 손자 삼십이 있어서 어린 나귀 칠십필을 탔었더라 압돈이 이스라엘의 사사가 된지 팔년이라
15 ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।
비라돈 사람 힐렐의 아들 압돈이 죽으매 에브라임 땅 아말렉 사람의 산지 비라돈에 장사되었더라