< ବିଚାରକର୍ତ୍ତା 13 >
1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶ ବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।
İsrailliler yine RAB'bin gözünde kötü olanı yaptılar. RAB de onları kırk yıl süreyle Filistliler'in boyunduruğuna terk etti.
2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।
Dan oymağından Soralı bir adam vardı. Adı Manoah'tı. Karısı kısırdı ve hiç çocuğu olmamıştı.
3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
RAB'bin meleği kadına görünerek, “Kısır olduğun, çocuk doğurmadığın halde gebe kalıp bir oğul doğuracaksın” dedi,
4 ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;
“Bundan böyle şarap ya da içki içmemeye dikkat et, murdar bir şey yeme.
5 କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”
Çünkü gebe kalıp bir oğul doğuracaksın. Onun başına ustura değmeyecek. Çünkü o daha rahmindeyken Tanrı'ya adanmış olacak. İsrail'i Filistliler'in elinden kurtarmaya başlayacak olan odur.”
6 ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;
Kadın kocasına gidip, “Yanıma bir Tanrı adamı geldi” dedi, “Tanrı'nın meleğine benzer görkemli bir görünüşü vardı. Nereden geldiğini sormadım. Bana adını da söylemedi.
7 ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”
Ama, ‘Gebe kalıp bir oğul doğuracaksın’ dedi, ‘Bundan böyle şarap ve içki içme, murdar bir şey yeme. Çünkü çocuk ana rahmine düştüğü andan öleceği güne dek Tanrı'nın adanmışı olacak.’”
8 ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।”
Manoah RAB'be şöyle yakardı: “Ya Rab, gönderdiğin Tanrı adamının yine gelmesini, doğacak çocuk için ne yapmamız gerektiğini bize öğretmesini dilerim.”
9 ତହୁଁ ପରମେଶ୍ୱର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ୱରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ୱାମୀ ମାନୋହ ତାହା ସଙ୍ଗରେ ନ ଥିଲା।
Tanrı Manoah'ın yakarışını duydu. Kadın tarladayken Tanrı'nın meleği yine ona göründü. Ne var ki, Manoah karısının yanında değildi.
10 ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକୁ ସମ୍ବାଦ ଦେଇ କହିଲା, “ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।”
Kadın haber vermek için koşa koşa kocasına gitti. “İşte geçen gün yanıma gelen adam yine bana göründü!” dedi.
11 ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, “ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ?” ସେ କହିଲେ, “ହଁ, ମୁଁ ସେହି।”
Manoah kalkıp karısının ardısıra gitti. Adamın yanına varınca, “Karımla konuşan adam sen misin?” diye sordu. Adam, “Evet, benim” dedi.
12 ତହୁଁ ମାନୋହ କହିଲା, “ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?”
Manoah, “Söylediklerin yerine geldiğinde, çocuğun yaşamı ve göreviyle ilgili yargı ne olacak?” diye sordu.
13 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।
RAB'bin meleği, “Karın kendisine söylediğim her şeyden sakınsın” diye karşılık verdi,
14 ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।”
“Asmanın ürününden üretilen hiçbir şey yemesin, şarap ve içki içmesin. Murdar bir şey yemesin. Buyurduklarımın hepsini yerine getirsin.”
15 ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳି ଛୁଆଟିଏ ପ୍ରସ୍ତୁତ କରିବା ଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।”
Manoah, “Seni alıkoymak, onuruna bir oğlak kesmek istiyoruz” dedi.
16 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର।” ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା।
RAB'bin meleği, “Beni alıkoysan da hazırlayacağın yemeği yemem” dedi, “Yakmalık bir sunu sunacaksan, RAB'be sunmalısın.” Manoah onun RAB'bin meleği olduğunu anlamamıştı.
17 ଏଥିଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ଆପଣଙ୍କର ନାମ କଅଣ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ।”
RAB'bin meleğine, “Adın ne?” diye sordu, “Bilelim ki, söylediklerin yerine geldiğinde seni onurlandıralım.”
18 ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?”
RAB'bin meleği, “Adımı niçin soruyorsun?” dedi, “Adım tanımlanamaz.”
19 ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା। ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ।
Manoah bir oğlakla tahıl sunusunu aldı, bir kayanın üzerinde RAB'be sundu. O anda Manoah'la karısının gözü önünde şaşılacak şeyler oldu:
20 ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ୱଗମନ କଲେ। ସେସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁ ମାଡ଼ି ପଡ଼ିଲେ।
RAB'bin meleği sunaktan yükselen alevle birlikte göğe yükseldi. Bunu gören Manoah'la karısı yüzüstü yere kapandılar.
21 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।
RAB'bin meleği Manoah'la karısına bir daha görünmeyince, Manoah onun RAB'bin meleği olduğunu anladı.
22 ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”
Karısına, “Kesinlikle öleceğiz” dedi, “Çünkü Tanrı'yı gördük.”
23 ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, “ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାଆନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଗ୍ରହଣ କରି ନ ଥାଆନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାଆନ୍ତେ, କିଅବା ଏସମୟରେ ଏପରି କଥା ଶୁଣାଇ ନ ଥାଆନ୍ତେ।”
Karısı, “RAB bizi öldürmek isteseydi, yakmalık sunuyu ve tahıl sunusunu kabul etmezdi” diye karşılık verdi, “Bütün bunları bize göstermezdi. Bugün söylediklerini de işitmezdik.”
24 ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।
Ve kadın bir erkek çocuk doğurdu. Adını Şimşon koydu. Çocuk büyüyüp gelişti. RAB de onu kutsadı.
25 ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନରେ ତାହାକୁ ଚଳାଇବାକୁ ଲାଗିଲେ।
RAB'bin Ruhu Sora ile Eştaol arasında, Mahane-Dan'da bulunan Şimşon'u yönlendirmeye başladı.