< ବିଚାରକର୍ତ୍ତା 14 >
1 ଏଥିଉତ୍ତାରେ ଶାମ୍ଶୋନ୍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀଲୋକକୁ ଦେଖିଲା।
I siđe Samson u Timnu i ugleda ondje djevojku među filistejskim kćerima.
2 ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।”
Vrativši se, povjeri to ocu i majci: “Opazio sam u Timni”, reče on, “djevojku među filistejskim kćerima: oženite me njome.”
3 ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍ଶୋନ୍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”
Otac i mati rekoše: “Zar nema djevojaka među kćerima tvoga plemena i u svemu našem narodu da moraš uzeti ženu između neobrezanih Filistejaca?” Ali Samson odgovori ocu: “Oženi me njome jer mi ona omilje.”
4 ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।
Otac mu i majka nisu znali da je to od Jahve, koji je tražio zadjevicu s Filistejcima jer Filistejci u ono doba vladahu Izraelom.
5 ଏଥିଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।
Samson siđe tako u Timnu i kad dođe do timnjanskih vinograda, gle - odjednom preda nj iskoči mladi lav ričući.
6 ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍ଶୋନ୍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।
Duh Jahvin zahvati Samsona, i on goloruk raskida lava kao što se raskida jare; ali ne reče ni ocu ni majci što je učinio.
7 ଏଥିଉତ୍ତାରେ ଶାମ୍ଶୋନ୍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା।
Došavši, razgovori se s djevojkom i ona mu omilje.
8 ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି।
Poslije nekog vremena, kada se vratio da je odvede, Samson skrenu da vidi mrtvog lava, a to u mrtvom lavu roj pčela i med.
9 ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।
On uze meda u ruke i jeo ga je idući putem. Kada se vratio k ocu i majci, dade ga i njima te i oni jedoše; ali im ne reče da ga je uzeo iz mrtvog lava.
10 ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍ଶୋନ୍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।
Zatim ode ženi i ondje prirediše gozbu Samsonu; trajala je sedam dana, jer tako običavahu mladi ljudi.
11 ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।
Ali kako ga se bojahu, izabraše trideset svadbenih drugova da budu uza nj.
12 ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।
Tad im reče Samson: “Hajde da vam zadam zagonetku. Ako je odgonetnete za sedam svadbenih dana, dat ću vam trideset truba finog platna i trideset svečanih haljina.
13 ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”
Ali ako je ne mognete odgonetnuti, vi ćete meni dati trideset truba platna i trideset svečanih haljina.” “Zadaj nam zagonetku”, odgovore mu oni, “mi te slušamo.”
14 ତହିଁରେ ସେ ସେମାନଙ୍କୁ କହିଲା, “ଖାଦକଠାରୁ ଖାଦ୍ୟ ଓ ବଳବାନଠାରୁ ମିଷ୍ଟତା ନିର୍ଗତ ହେଲା।” ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ।
A on im reče: “Od onog koji jede izišlo je jelo, od jakoga izišlo je slatko.” Ali za tri dana nisu mogli odgonetnuti zagonetke.
15 ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍ଶୋନ୍ର ଭାର୍ଯ୍ୟାକୁ କହିଲେ, “ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକୁ ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?”
Četvrtoga dana rekoše Samsonovoj ženi: “Izvuci od muža na prijevaru rješenje zagonetke, ili ćemo spaliti i tebe i očev ti dom! Zar ste nas ovamo pozvali da nas oplijenite?”
16 ତହିଁରେ ଶାମ୍ଶୋନ୍ର ଭାର୍ଯ୍ୟା ତାହାକୁ ଧରି କାନ୍ଦି କହିଲା, “ତୁମ୍ଭେ କେବଳ ମୋତେ ଘୃଣା କରୁଅଛ, କିଛି ପ୍ରେମ କରୁ ନାହଁ; ତୁମ୍ଭେ ମୋʼ ଲୋକଙ୍କ ସନ୍ତାନମାନଙ୍କୁ ଗୋଟିଏ ପ୍ରହେଳିକା କହିଅଛ, ମାତ୍ର ତାହା ମୋତେ ବୁଝାଇ ଦେଇ ନାହଁ।” ତହିଁରେ ସେ ତାହାକୁ କହିଲା, “ଦେଖ, ମୁଁ ଆପଣା ପିତା କି ମାତାକୁ ବୁଝାଇ ଦେଇ ନାହିଁ, ଆଉ କି ତୁମ୍ଭକୁ ବୁଝାଇଦେବି?”
Tada žena, uplakana, obisnu Samsonu oko vrata govoreći: “Ti mene samo mrziš i ne ljubiš me. Zadao si zagonetku sinovima moga naroda, a meni je nisi objasnio.” On joj odgovori: “Nisam je objasnio ni ocu ni majci, a tebi da je kažem?”
17 ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍ଶୋନ୍ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।
Ona mu plakaše oko vrata sedam dana, koliko je trajala gozba. Sedmoga dana on joj kaza odgonetku: toliko je na nj navaljivala. I ona je odade sinovima svoga naroda.
18 ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”
Sedmoga dana, prije nego je zašlo sunce, ljudi iz toga grada rekoše Samsonu: “Što ima slađe od meda i što ima jače od lava?” A on im odgovori: “Da niste s mojom junicom orali, ne biste zagonetke pogodili.”
19 ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।
Tada duh Jahvin dođe na njega, te on siđe u Aškelon i ondje pobi trideset ljudi, uze im odjeću i dade svečane haljine onima koji su odgonetnuli zagonetku, a onda se sav gnjevan vrati očevoj kući.
20 ମାତ୍ର ଶାମ୍ଶୋନ୍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।
A Samsonovu ženu dadoše drugu koji mu bijaše svadbeni pratilac.