< ବିଚାରକର୍ତ୍ତା 14 >

1 ଏଥିଉତ୍ତାରେ ଶାମ୍‍ଶୋନ୍‍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀଲୋକକୁ ଦେଖିଲା।
וירד שמשון תמנתה וירא אשה בתמנתה מבנות פלשתים׃
2 ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।”
ויעל ויגד לאביו ולאמו ויאמר אשה ראיתי בתמנתה מבנות פלשתים ועתה קחו אותה לי לאשה׃
3 ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”
ויאמר לו אביו ואמו האין בבנות אחיך ובכל עמי אשה כי אתה הולך לקחת אשה מפלשתים הערלים ויאמר שמשון אל אביו אותה קח לי כי היא ישרה בעיני׃
4 ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।
ואביו ואמו לא ידעו כי מיהוה היא כי תאנה הוא מבקש מפלשתים ובעת ההיא פלשתים משלים בישראל׃
5 ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।
וירד שמשון ואביו ואמו תמנתה ויבאו עד כרמי תמנתה והנה כפיר אריות שאג לקראתו׃
6 ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍‍ଶୋନ୍‍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।
ותצלח עליו רוח יהוה וישסעהו כשסע הגדי ומאומה אין בידו ולא הגיד לאביו ולאמו את אשר עשה׃
7 ଏଥିଉତ୍ତାରେ ଶାମ୍‍ଶୋନ୍‍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା।
וירד וידבר לאשה ותישר בעיני שמשון׃
8 ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି।
וישב מימים לקחתה ויסר לראות את מפלת האריה והנה עדת דבורים בגוית האריה ודבש׃
9 ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।
וירדהו אל כפיו וילך הלוך ואכל וילך אל אביו ואל אמו ויתן להם ויאכלו ולא הגיד להם כי מגוית האריה רדה הדבש׃
10 ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।
וירד אביהו אל האשה ויעש שם שמשון משתה כי כן יעשו הבחורים׃
11 ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।
ויהי כראותם אותו ויקחו שלשים מרעים ויהיו אתו׃
12 ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।
ויאמר להם שמשון אחודה נא לכם חידה אם הגד תגידו אותה לי שבעת ימי המשתה ומצאתם ונתתי לכם שלשים סדינים ושלשים חלפת בגדים׃
13 ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”
ואם לא תוכלו להגיד לי ונתתם אתם לי שלשים סדינים ושלשים חליפות בגדים ויאמרו לו חודה חידתך ונשמענה׃
14 ତହିଁରେ ସେ ସେମାନଙ୍କୁ କହିଲା, “ଖାଦକଠାରୁ ଖାଦ୍ୟ ଓ ବଳବାନ‍ଠାରୁ ମିଷ୍ଟତା ନିର୍ଗତ ହେଲା।” ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ।
ויאמר להם מהאכל יצא מאכל ומעז יצא מתוק ולא יכלו להגיד החידה שלשת ימים׃
15 ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, “ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକୁ ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?”
ויהי ביום השביעי ויאמרו לאשת שמשון פתי את אישך ויגד לנו את החידה פן נשרף אותך ואת בית אביך באש הלירשנו קראתם לנו הלא׃
16 ତହିଁରେ ଶାମ୍‍ଶୋନ୍‍ର ଭାର୍ଯ୍ୟା ତାହାକୁ ଧରି କାନ୍ଦି କହିଲା, “ତୁମ୍ଭେ କେବଳ ମୋତେ ଘୃଣା କରୁଅଛ, କିଛି ପ୍ରେମ କରୁ ନାହଁ; ତୁମ୍ଭେ ମୋʼ ଲୋକଙ୍କ ସନ୍ତାନମାନଙ୍କୁ ଗୋଟିଏ ପ୍ରହେଳିକା କହିଅଛ, ମାତ୍ର ତାହା ମୋତେ ବୁଝାଇ ଦେଇ ନାହଁ।” ତହିଁରେ ସେ ତାହାକୁ କହିଲା, “ଦେଖ, ମୁଁ ଆପଣା ପିତା କି ମାତାକୁ ବୁଝାଇ ଦେଇ ନାହିଁ, ଆଉ କି ତୁମ୍ଭକୁ ବୁଝାଇଦେବି?”
ותבך אשת שמשון עליו ותאמר רק שנאתני ולא אהבתני החידה חדת לבני עמי ולי לא הגדתה ויאמר לה הנה לאבי ולאמי לא הגדתי ולך אגיד׃
17 ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍‍ଶୋନ୍‍ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।
ותבך עליו שבעת הימים אשר היה להם המשתה ויהי ביום השביעי ויגד לה כי הציקתהו ותגד החידה לבני עמה׃
18 ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”
ויאמרו לו אנשי העיר ביום השביעי בטרם יבא החרסה מה מתוק מדבש ומה עז מארי ויאמר להם לולא חרשתם בעגלתי לא מצאתם חידתי׃
19 ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।
ותצלח עליו רוח יהוה וירד אשקלון ויך מהם שלשים איש ויקח את חליצותם ויתן החליפות למגידי החידה ויחר אפו ויעל בית אביהו׃
20 ମାତ୍ର ଶାମ୍‍ଶୋନ୍‍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।
ותהי אשת שמשון למרעהו אשר רעה לו׃

< ବିଚାରକର୍ତ୍ତା 14 >