< ବିଚାରକର୍ତ୍ତା 15 >

1 ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍‍ଶୋନ୍‍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, “ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି।” ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।
Di lì a qualche tempo, verso la mietitura del grano, Sansone andò a visitare sua moglie, le portò un capretto, e disse: “Voglio entrare in camera da mia moglie”. Ma il padre di lei non gli permise d’entrare,
2 ପୁଣି ତାହାର ପିତା କହିଲା, “ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।”
e gli disse: “Io credevo sicuramente che tu l’avessi presa in odio, e però l’ho data al tuo compagno; la sua sorella minore non e più bella di lei? Prendila dunque in sua vece”.
3 ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।”
Sansone rispose loro: “Questa volta, non avrò colpa verso i Filistei, quando farò loro del male”.
4 ତହୁଁ ଶାମ୍‍ଶୋନ୍‍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।
E Sansone se ne andò e acchiappò trecento sciacalli; prese pure delle fiaccole, volse coda contro coda, e mise una fiaccola in mezzo, fra le due code.
5 ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇ ବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।
Poi accese le fiaccole, dette la via agli sciacalli per i campi di grano de’ Filistei, e brucio i covoni ammassati, il grano tuttora in piedi, e perfino gli uliveti.
6 ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, “ଏହା କିଏ କରିଅଛି?” ତହିଁରେ ଲୋକମାନେ କହିଲେ, “ତିମ୍ନୀୟର ଜୁଆଁଇ ଶାମ୍‍ଶୋନ୍‍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା।” ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ।
E i Filistei chiesero: “Chi ha fatto questo?” Fu risposto: “Sansone, il genero del Thimneo, perché questi gli ha preso la moglie, e l’ha data al compagno di lui”. E i Filistei salirono e diedero alle fiamme lei e suo padre.
7 ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।”
E Sansone disse loro: “Giacché agite a questo modo, siate certi che non avrò posa finché non mi sia vendicato di voi”.
8 ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍‍ ଶୈଳର ସୁଡ଼ଙ୍ଗରେ ବାସ କଲା।
E li sbaragliò interamente, facendone un gran macello. Poi discese, e si ritirò nella caverna della roccia d’Etam.
9 ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ।
Allora i Filistei salirono, si accamparono in Giuda, e si distesero fino a Lehi.
10 ତହିଁରେ ଯିହୁଦାର ଲୋକମାନେ ପଚାରିଲେ, “ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ?” ସେମାନେ କହିଲେ, “ଶାମ୍‍ଶୋନ୍‍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ।”
Gli uomini di Giuda dissero loro: “Perché siete saliti contro di noi?” Quelli risposero: “Siam saliti per legare Sansone; per fare a lui quello che ha fatto a noi”.
11 ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍‍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍‍ଶୋନ୍‍କୁ କହିଲେ, “ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ?” ପୁଣି ସେ ସେମାନଙ୍କୁ କହିଲା, “ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।”
E tremila uomini di Giuda scesero alla caverna della roccia d’Etam, e dissero a Sansone: “Non sai tu che i Filistei sono nostri dominatori? Che è dunque questo che ci hai fatto?” Ed egli rispose loro: “Quello che hanno fatto a me, l’ho fatto a loro”.
12 ତହିଁରେ ସେମାନେ ତାହାକୁ କହିଲେ, “ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ।” ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।”
E quelli a lui: “Noi siam discesi per legarti e darti nelle mani de’ Filistei”. Sansone replicò loro: “Giuratemi che voi stessi non mi ucciderete”.
13 ପୁଣି ସେମାନେ ତାହାକୁ କହିଲେ, “ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ।” ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ।
Quelli risposero: “No, ti legheremo soltanto, e ti daremo nelle loro mani; ma certamente non ti metteremo a morte”. E lo legarono con due funi nuove, e lo fecero uscire dalla caverna.
14 ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ୱନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ଶକ୍ତିର ସହ ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା।
Quando giunse a Lehi, i Filistei gli si fecero incontro con grida di gioia; ma lo spirito dell’Eterno lo investì, e le funi che aveva alle braccia divennero come fili di lino a cui si appicchi il fuoco; e i legami gli caddero dalle mani.
15 ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା।
E, trovata una mascella d’asino ancor fresca, stese la mano, l’afferrò, e uccise con essa mille uomini.
16 ତହୁଁ ଶାମ୍‍ଶୋନ୍‍ କହିଲା: - “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।”
E Sansone disse: “Con una mascella d’asino, un mucchio! due mucchi! Con una mascella d’asino ho ucciso mille uomini!”
17 ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍‍-ଲିହୀ ହେଲା।
Quand’ebbe finito di parlare, gettò via di mano la mascella, e chiamò quel luogo Ramath-Lehi.
18 ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, “ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହା ଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।”
Poi ebbe gran sete; e invocò l’Eterno, dicendo: “Tu hai concesso questa gran liberazione per mano del tuo servo; e ora, dovrò io morir di sete e cader nelle mani degli incirconcisi?”
19 ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍‍-ହକ୍‍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।
Allora Iddio fendé la roccia concava ch’è a Lehi, e ne uscì dell’acqua. Sansone bevve, il suo spirito si rianimò, ed egli riprese vita. Donde il nome di En-Hakkore dato a quella fonte, che esiste anche al dì d’oggi a Lehi.
20 ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।
Sansone fu giudice d’Israele, al tempo de’ Filistei, per vent’anni.

< ବିଚାରକର୍ତ୍ତା 15 >