< ବିଚାରକର୍ତ୍ତା 15 >
1 ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, “ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି।” ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।
Algún tiempo después, cuando se estaba cosechando el trigo, Sansón fue a visitar a su mujer, llevando consigo un cabrito de regalo. “Quiero ir a ver a mi mujer a su habitación”, le dijo al llegar, pero su padre no lo dejó entrar.
2 ପୁଣି ତାହାର ପିତା କହିଲା, “ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।”
“Pensé que la odiabas por completo y por eso se la di a tu padrino”, le dijo a Sansón. “Pero su hermana menor es aún más atractiva; ¿por qué no te casas con ella en su lugar?”.
3 ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।”
“Esta vez no se me puede culpar por los problemas que le voy a causar a los filisteos”, declaró Sansón.
4 ତହୁଁ ଶାମ୍ଶୋନ୍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।
Entonces fue y atrapó trescientas zorras y les ató las colas, de dos en dos.
5 ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇ ବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।
Ató una antorcha a cada una de las colas atadas y les prendió fuego. Luego las soltó en los campos de cereales de los filisteos y prendió fuego a todo el grano, cosechado y no cosechado, así como a los viñedos y olivares.
6 ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, “ଏହା କିଏ କରିଅଛି?” ତହିଁରେ ଲୋକମାନେ କହିଲେ, “ତିମ୍ନୀୟର ଜୁଆଁଇ ଶାମ୍ଶୋନ୍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା।” ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ।
“¿Quién ha hecho esto?”, preguntaron los filisteos. “Fue Sansón, el yerno del hombre de Timná”, les dijeron. “Ese hombre le dio la mujer de Sansón al padrino de Sansón”. Entonces los filisteos fueron y la quemaron a ella y a su padre hasta la muerte.
7 ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, “ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।”
Sansón les dijo: “¡Si así van a actuar, no pararé hasta vengarme de ustedes!”
8 ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା।
Entonces los atacó violentamente, matándolos, y luego se fue a vivir a una cueva en la roca de Etam.
9 ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ।
Entonces el ejército filisteo llegó y acampó en Judá, preparado para la batalla cerca de Lehi.
10 ତହିଁରେ ଯିହୁଦାର ଲୋକମାନେ ପଚାରିଲେ, “ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ?” ସେମାନେ କହିଲେ, “ଶାମ୍ଶୋନ୍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ।”
El pueblo de Judá preguntó: “¿Por qué nos han invadido?” “¡Hemos venido a capturar a Sansón, para hacerle lo mismo que nos ha hecho a nosotros!”, respondieron.
11 ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍ଶୋନ୍କୁ କହିଲେ, “ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ?” ପୁଣି ସେ ସେମାନଙ୍କୁ କହିଲା, “ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।”
Tres mil hombres de Judá fueron a la cueva de la roca de Etam y le preguntaron a Sansón: “¿No entiendes que los filisteos nos dominan? ¿Qué crees que estás haciendo con nosotros?” “Sólo hice lo que ellos me hicieron a mí”, respondió.
12 ତହିଁରେ ସେମାନେ ତାହାକୁ କହିଲେ, “ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ।” ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।”
“Pues bien, hemos venido a tomarte prisionero y a entregarte a los filisteos”, le dijeron. “Sólo júrenme que no me van a matar ustedes”, respondió Sansón.
13 ପୁଣି ସେମାନେ ତାହାକୁ କହିଲେ, “ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ।” ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ।
“No, no lo haremos”, le aseguraron. “Sólo te ataremos y te entregaremos a los filisteos. Desde luego, no te vamos a matar”. Lo ataron con dos cuerdas nuevas y lo sacaron de la roca.
14 ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ୱନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ଶକ୍ତିର ସହ ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା।
Cuando Sansón se acercó a Lejí, los filisteos corrieron hacia él, gritándole. Pero el Espíritu del Señor lo invadió, y las cuerdas que le ataban los brazos se debilitaron como el lino quemado, y sus manos se soltaron.
15 ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା।
Agarró la mandíbula fresca de un asno y con ella mató a mil filisteos.
16 ତହୁଁ ଶାମ୍ଶୋନ୍ କହିଲା: - “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।”
Entonces Sansón declaró: “Con la quijada de un asno he amontonado a los muertos. Con la quijada de un asno he matado a mil hombres”.
17 ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍-ଲିହୀ ହେଲା।
Cuando Sansón terminó su discurso, tiró la quijada y llamó al lugar Colina de la Quijada.
18 ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, “ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହା ଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।”
Ahora tenía mucha sed, y Sansón clamó al Señor diciendo: “Tú has logrado esta asombrosa victoria por medio de tu siervo, pero ¿ahora tengo que morir de sed y ser capturado por los paganos?”
19 ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।
Entonces Dios abrió una hondonada en Lejí, y salió agua de ella. Sansón bebió, recuperó las fuerzas y se sintió mucho mejor. Por eso le puso el nombre de Manantial del que clama, y hasta el día de hoy sigue allí en Lejí.
20 ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।
Sansón dirigió a Israel como juez por veinte años durante el tiempo de los filisteos.