< ବିଚାରକର୍ତ୍ତା 16 >
1 ଏଥିଉତ୍ତାରେ ଶାମ୍ଶୋନ୍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।
Potem szedł Samson do Gazy, a ujrzawszy tam niewiastę nierządną, wszedł do niej.
2 ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର-ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।
I powiedziano mieszczanom w Gazie: Przyszedł tu Samson; którzy obstąpiwszy go, strzegli nań całą noc w bramie miejskiej, a sprawując się cicho przez onę całą noc, mówili: Gdy się pocznie rozedniwać, zabijemy go.
3 ମାତ୍ର ଶାମ୍ଶୋନ୍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ ଶୃଙ୍ଗକୁ ଘେନିଗଲା।
Ale Samson spał aż do północy, a wstawszy o północy, ujął wrota bramy miejskiej ze dwiema podwojami, i wyrwał je z zaworą, i włożył na ramiona swoje, a zaniósł je na wierzch góry, która była przeciw Hebronowi.
4 ଏଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।
I stało się potem, że się rozmiłował niewiasty w dolinie Sorek, której imię Dalila.
5 ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
I przyszli do niej książęta Filistyńskie, i mówili jej: Oszukaj go, a wywiedz się, w czem jest moc jego wielka, a jako byśmy go przemóc i związawszy utrapić mogli? a dać każdy z nas tysiąc i sto srebrników.
6 ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?”
Tedy rzekła Dalila do Samsona: Powiedz mi proszę, w czem jest moc twoja wielka, a czem byś związany i utrapiony być mógł?
7 ତହିଁରେ ଶାମ୍ଶୋନ୍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।”
I odpowiedział jej Samson: Jeźliby mię związano siedmią wici surowych, które jeszcze nie uschły, tedy osłabieję, i będę jako inny człowiek.
8 ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।
I przyniosły jej książęta Filistyńskie siedem wici surowych, które jeszcze nie były uschły, i związała go niemi.
9 ସେସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।
A oni się byli nań zasadzili w komorze, i rzekła mu: Filistynowie nad tobą, Samsonie; ale on zerwał wici, jakoby kto zerwał nić zgrzebną, ogniem napaloną; i nie poznano, w czem była moc jego.
10 ଏଥିଉତ୍ତାରେ ଦଲୀଲା ଶାମ୍ଶୋନ୍କୁ କହିଲା, “ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?”
Rzekła potem Dalila do Samsona: Otoś mię oszukał, i skłamałeś przede mną; teraz powiedz mi proszę, czem by cię związać?
11 ତହିଁରେ ସେ ତାହାକୁ କହିଲା, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।”
A on jej odpowiedział: Jeźliby mię związano powrozami nowemi, których jeszcze nie używano, tedy osłabieję, i będę jako inny człowiek.
12 ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, “ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ସେସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।
A tak wzięła Dalila powrozy nowe, i związała go niemi, i rzekła do niego: Filistynowie nad tobą, Samsonie; (a oni się byli nań zasadzili w komorze, ) ale porwał je na ramionach swych jako nici.
13 ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, “ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ।” ତହିଁରେ ସେ ତାହାକୁ କହିଲା, “ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତ ବେଣୀ ବୁଣିବ, ତେବେ ହୋଇପାରେ।”
Rzekła zatem Dalila do Samsona: Pókiż ze mnie szydzić będziesz, i kłamać przede mną? powiedzże mi, czem byś mógł być związany? I powiedział jej? Gdybyś przywiła siedem kędzierzy głowy mojej do wału tkackiego.
14 ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା।
Ona tedy przybiwszy gwoździem do wału tkackiego rzekła do niego: Filistynowie nad tobą, Samsonie; ale on ocuciwszy się ze snu swego, wyrwał gwóźdź z osnową i z wałem.
15 ଏଣୁ ସେ ତାହାକୁ କହିଲା, “ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ‘ତୁମ୍ଭେ ମୋତେ ପ୍ରେମ କରୁଅଛ’ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।”
Znowu rzekła do niego: Jakoż mówisz, miłuję cię? a serce twoje nie jest ze mną. Jużeś mię po trzy kroć oszukał, i nie powiedziałeś mi, w czem jest twoja moc wielka.
16 ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା।
A gdy mu się uprzykrzała słowy swemi na każdy dzień, i trapiła go, aż zemdlała dusza jego na śmierć,
17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”
Tedy jej otworzył cale serce swoje, i powiedział jej: Brzytwa nigdy nie postała na głowie mojej, gdyżem jest Nazarejczykiem Bożym zaraz z żywota matki mojej; gdyby mię ogolono, odejdzie ode mnie moc moja, i osłabieję, i będę jako inny człowiek.
18 ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ “ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି,” ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;
Widząc tedy Dalila, że jej otworzył cale serce swoje, posłała i wezwała książąt Filistyńskich, mówiąc: Pójdźcież jeszcze raz, boć mi otworzył cale serce swoje; i przyszły do niej książęta Filistyńskie, niosąc srebro w rękach swych.
19 ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
Tedy go uśpiła na łonie swojem, a przyzwawszy niektórego człowieka, dała ogolić siedem kędzierzy głowy jego; potem go jęła draźnić, gdy odeszła moc jego od niego,
20 ତହୁଁ ସେ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।
I rzekła: Filistynowie nad tobą, Samsonie. A ocuciwszy się ze snu swego, rzekł: Wynijdę jako i pierwej, a wybiję się; a nie wiedział, że Pan odstąpił od niego.
21 ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।
Tedy pojmawszy go Filistynowie, wyłupili mu oczy, i wiedli go do Gazy, związawszy go dwoma miedzianymi łańcuchami, i musiał mleć w domu więźniów.
22 ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।
Potem poczęły włosy na głowie jego odrastać po onem goleniu.
23 ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
A książęta Filistyńskie zebrali się sprawować ofiary wielkie Dagonowi, bogu swemu, weselili się, i mówili: Podał bóg nasz w ręce nasze Samsona, nieprzyjaciela naszego.
24 ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, “ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Którego też ujrzawszy lud chwalili boga swego, bo mówili: Podał bóg nasz w ręce nasze nieprzyjaciela naszego, a tego, który pustoszył ziemię naszę, i który wiele z naszych pozabijał.
25 ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।
I stało się, gdy byli dobrej myśli, że rzekli: Zawołajcie Samsona, aby błaznował przed nami. A tak zawołano Samsona z domu więźniów, aby błaznował przed nimi; i postawili go między dwoma słupami.
26 ତହୁଁ ଶାମ୍ଶୋନ୍ ଆପଣା ହସ୍ତଧାରୀ ବାଳକକୁ କହିଲା, “ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ିଦିଅ, ମୁଁ ତହିଁ ଉପରେ ଆଉଜିବି।”
Zatem rzekł Samson do chłopca, który go trzymał za rękę jego. Przywiedź mię, abym pomacał słupów, na których dom stoi, i podparł się na nich.
27 ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ।
A dom pełen był mężów i niewiast; tamże były wszystkie książęta Filistyńskie, a na dachu około trzech tysięcy mężów i niewiast, którzy się przypatrowali, gdy błaznował Samson.
28 ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”
Wzywał tedy Samson Pana, i rzekł: Panie Boże, wspomnij na mię, proszę, a zmocnij mię proszę tylko ten raz; Boże, abym się raz pomścił obu oczu moich nad Filistynami.
29 ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା।
A ująwszy Samson oba słupy pośrednie, na których dom stał, wsparł się o nie, o jeden prawą ręką swoją a o drugi lewą ręką swoją.
30 ପୁଣି ଶାମ୍ଶୋନ୍ କହିଲା, “ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ।” ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ।
Zatem rzekł Samson: Niech umrze dusza moja z Filistynami; a gdy się o nie mocno oparł, upadł dom na książęta, i na wszystek lud, który w nim był, i było umarłych, które on pobił umierając, więcej niż onych, które pobił za żywota swego.
31 ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।
A przyszedłszy bracia jego, i wszystek dom ojca jego, wzięli go, a wróciwszy się pogrzebli go między Saraa, i między Estaol, w grobie Manue, ojca jego. A on sądził Izraela przez dwadzieścia lat.