< ବିଚାରକର୍ତ୍ତା 16 >

1 ଏଥିଉତ୍ତାରେ ଶାମ୍‍ଶୋନ୍‍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।
E foi Sansão a Gaza, e viu ali uma mulher prostituta, e se deitou com ela.
2 ତହିଁରେ ଶାମ୍‍ଶୋନ୍‍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର-ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।
E foi dito aos de Gaza: Sansão veio aqui. E cercaram-no, e puseram-lhe espias toda aquela noite à porta da cidade: e estiveram calados toda aquela noite, dizendo: Até a luz da manhã; então o mataremos.
3 ମାତ୍ର ଶାମ୍‍ଶୋନ୍‍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ ଶୃଙ୍ଗକୁ ଘେନିଗଲା।
Mas Sansão dormiu até a meia noite; e à meia noite se levantou, e tomando as portas da cidade com seus dois pilares e seu ferrolho, lançou-as ao ombro, e foi-se, e subiu-se com elas ao cume do monte que está diante de Hebrom.
4 ଏଉତ୍ତାରେ ସେ ସୋରେକ୍‍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।
Depois disto aconteceu que se apaixonou por uma mulher no vale de Soreque, a qual se chamava Dalila.
5 ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
E vieram a ela os príncipes dos filisteus, e disseram-lhe: Engana-o e sabe em que consiste sua grande força, e como o poderíamos vencer, para que o amarremos e o atormentemos; e cada um de nós te dará mil e cem siclos de prata.
6 ତହୁଁ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?”
E Dalila disse a Sansão: Eu te rogo que me declares em que consiste tua grande força, e como poderás ser acorrentado para ser atormentado.
7 ତହିଁରେ ଶାମ୍‍ଶୋନ୍‍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।”
E respondeu-lhe Sansão: Se me atarem com sete vimes verdes que ainda não estejam secos, então me debilitarei, e serei como qualquer um dos homens.
8 ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।
E os príncipes dos filisteus lhe trouxeram sete vimes verdes que ainda não se haviam secado, e atou-lhe com eles.
9 ସେସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।
E estavam espias em casa dela em uma câmara. Então ela lhe disse: Sansão, os filisteus sobre ti! E ele rompeu os vimes, como se rompe uma corda de estopa quando sente o fogo: e não se soube sua força.
10 ଏଥିଉତ୍ତାରେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?”
Então Dalila disse a Sansão: Eis que tu me enganaste, e me disseste mentiras: revela-me pois agora, eu te rogo, como poderás ser acorrentado.
11 ତହିଁରେ ସେ ତାହାକୁ କହିଲା, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।”
E ele lhe disse: Se me atarem fortemente com cordas novas, com as quais nenhuma coisa se tenha feito, eu me debilitarei, e serei como qualquer um dos homens.
12 ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, “ଶାମ୍‍ଶୋନ୍‍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ସେସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।
E Dalila tomou cordas novas, e atou-lhe com elas, e disse-lhe: Sansão, os filisteus sobre ti! E os espias estavam em uma câmara. Mas ele as rompeu de seus braços como um fio.
13 ତେବେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ।” ତହିଁରେ ସେ ତାହାକୁ କହିଲା, “ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତ ବେଣୀ ବୁଣିବ, ତେବେ ହୋଇପାରେ।”
E Dalila disse a Sansão: Até agora me enganas, e tratas comigo com mentiras. Revela-me pois agora como poderás ser acorrentado. Ele então lhe disse: Se teceres sete tranças de minha cabeça com a teia.
14 ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା।
E ela fincou a estaca, e disse-lhe: Sansão, os filisteus sobre ti! Mas despertando ele de seu sonho, arrancou a estaca do tear com a teia.
15 ଏଣୁ ସେ ତାହାକୁ କହିଲା, “ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ‘ତୁମ୍ଭେ ମୋତେ ପ୍ରେମ କରୁଅଛ’ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।”
E ela lhe disse: Como dizes, Eu te amo, pois que teu coração não está comigo? Já me enganaste três vezes, e não me hás ainda descoberto em que está tua grande força.
16 ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା।
E aconteceu que, pressionando-lhe ela cada dia com suas palavras e importunando-lhe, sua alma foi reduzida à mortal angústia.
17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”
Revelou-lhe, pois, todo seu coração, e disse-lhe: Nunca a minha cabeça chegou navalha; porque sou nazireu de Deus desde o ventre de minha mãe. Se for rapado, minha força se apartará de mim, e serei debilitado, e como todos os homens.
18 ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ “ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି,” ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;
E vendo Dalila que ele lhe havia revelado todo seu coração, mandou chamar aos príncipes dos filisteus, dizendo: Vinde esta vez, porque ele me revelou todo seu coração. E os príncipes dos filisteus vieram a ela, trazendo em sua mão o dinheiro.
19 ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
E ela fez que ele dormisse sobre seus joelhos; e chamado um homem, rapou-lhe sete tranças de sua cabeça, e começou a afligi-lo, pois sua força se apartou dele.
20 ତହୁଁ ସେ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।
E disse-lhe: Sansão, os filisteus sobre ti! E logo que despertou ele de seu sonho, se disse: Esta vez sairei como as outras, e me escaparei: não sabendo que o SENHOR já se havia dele apartado.
21 ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।
Mas os filisteus lançaram mão dele, e tiraram-lhe os olhos, e o levaram a Gaza; e o ataram com correntes, para que moesse no cárcere.
22 ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।
E o cabelo de sua cabeça começou a crescer, depois que foi rapado.
23 ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍‍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍‍ଶୋନ୍‍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Então os príncipes dos filisteus se juntaram para oferecer sacrifício a Dagom seu deus, e para alegrar-se; e disseram: Nosso deus entregou em nossas mãos a Sansão nosso inimigo.
24 ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, “ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
E vendo-o o povo, louvaram a seu deus, dizendo: Nosso deus entregou em nossas mãos a nosso inimigo, e ao destruidor de nossa terra, o qual havia matado a muitos de nós.
25 ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍‍ଶୋନ୍‍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍‍ଶୋନ୍‍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।
E aconteceu que, indo-se alegrando o coração deles, disseram: Chamai a Sansão, para que divirta diante de nós. E chamaram a Sansão do cárcere, e fazia de joguete diante deles; e puseram-no entre as colunas.
26 ତହୁଁ ଶାମ୍‍ଶୋନ୍‍ ଆପଣା ହସ୍ତଧାରୀ ବାଳକକୁ କହିଲା, “ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ିଦିଅ, ମୁଁ ତହିଁ ଉପରେ ଆଉଜିବି।”
E Sansão disse ao jovem que o guiava pela mão: Aproxima-me, e faze-me segurar as colunas sobre que se sustenta a casa, para que me apoie sobre elas.
27 ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍‍ଶୋନ୍‍ର କୌତୁକ ଦେଖୁଥିଲେ।
E a casa estava cheia de homens e mulheres: e todos os príncipes dos filisteus estavam ali; e no alto piso havia como três mil homens e mulheres, que estavam olhando o escárnio de Sansão.
28 ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”
Então clamou Sansão ao SENHOR, e disse: Senhor DEUS, lembra-te agora de mim, e esforça-me, te rogo, somente esta vez, ó Deus, para que de uma vez tome vingança dos filisteus, por meus dois olhos.
29 ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍‍ଶୋନ୍‍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା।
Agarrou logo Sansão as duas colunas do meio sobre as quais se sustentava a casa, e apoiou-se nelas, a uma com a direita, e a outra com a esquerda;
30 ପୁଣି ଶାମ୍‍ଶୋନ୍‍ କହିଲା, “ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ।” ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ।
E disse Sansão: Morra eu com os filisteus. E apoiando com força, caiu a casa sobre os príncipes, e sobre todo aquele povo que estava nela. E foram muitos mais os que deles matou morrendo, que os que havia matado em sua vida.
31 ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।
E desceram seus irmãos e toda a casa de seu pai, e tomaram-no, e levaram-no, e o sepultaram entre Zorá e Estaol, no sepulcro de seu pai Manoá. E ele julgou a Israel vinte anos.

< ବିଚାରକର୍ତ୍ତା 16 >