< ବିଚାରକର୍ତ୍ତା 17 >

1 ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।
وَكَانَ رَجُلٌ مِنْ جَبَلِ أَفْرَايِمَ ٱسْمُهُ مِيخَا.١
2 ସେ ଆପଣା ମାତାକୁ କହିଲା, “ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି;” ତହିଁରେ ତାହାର ମାତା କହିଲା, “ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ହେଉ।”
فَقَالَ لِأُمِّهِ: «إِنَّ ٱلْأَلْفَ وَٱلْمِئَةَ شَاقِلِ ٱلْفِضَّةِ ٱلَّتِي أُخِذَتْ مِنْكِ، وَأَنْتِ لَعَنْتِ وَقُلْتِ أَيْضًا فِي أُذُنَيَّ. هُوَذَا ٱلْفِضَّةُ مَعِي. أَنَا أَخَذْتُهَا». فَقَالَتْ أُمُّهُ: «مُبَارَكٌ أَنْتَ مِنَ ٱلرَّبِّ يَا ٱبْنِي».٢
3 ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, “ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।”
فَرَدَّ ٱلْأَلْفَ وَٱلْمِئَةَ شَاقِلِ ٱلْفِضَّةِ لِأُمِّهِ. فَقَالَتْ أُمُّهُ: «تَقْدِيسًا قَدَّسْتُ ٱلْفِضَّةَ لِلرَّبِّ مِنْ يَدِي لِٱبْنِي لِعَمَلِ تِمْثَالٍ مَنْحُوتٍ وَتِمْثَالٍ مَسْبُوكٍ. فَٱلْآنَ أَرُدُّهَا لَكَ».٣
4 ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।
فَرَدَّ ٱلْفِضَّةَ لِأُمِّهِ، فَأَخَذَتْ أُمُّهُ مِئَتَيْ شَاقِلِ فِضَّةٍ وَأَعْطَتْهَا لِلصَّائِغِ فَعَمِلَهَا تِمْثَالًا مَنْحُوتًا وَتِمْثَالًا مَسْبُوكًا. وَكَانَا فِي بَيْتِ مِيخَا.٤
5 ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।
وَكَانَ لِلرَّجُلِ مِيخَا بَيْتٌ لِلْآلِهَةِ، فَعَمِلَ أَفُودًا وَتَرَافِيمَ وَمَلَأَ يَدَ وَاحِدٍ مِنْ بَنِيهِ فَصَارَ لَهُ كَاهِنًا.٥
6 ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।
وَفِي تِلْكَ ٱلْأَيَّامِ لَمْ يَكُنْ مَلِكٌ فِي إِسْرَائِيلَ. كَانَ كُلُّ وَاحِدٍ يَعْمَلُ مَا يَحْسُنُ فِي عَيْنَيْهِ.٦
7 ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।
وَكَانَ غُلَامٌ مِنْ بَيْتِ لَحْمِ يَهُوذَا مِنْ عَشِيرَةِ يَهُوذَا، وَهُوَ لَاوِيٌّ مُتَغَرِّبٌ هُنَاكَ.٧
8 ପୁଣି ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍‍, ବେଥଲିହିମ-ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।
فَذَهَبَ ٱلرَّجُلُ مِنَ ٱلْمَدِينَةِ مِنْ بَيْتِ لَحْمِ يَهُوذَا لِكَيْ يَتَغَرَّبَ حَيْثُمَا ٱتَّفَقَ. فَأَتَى إِلَى جَبَلِ أَفْرَايِمَ إِلَى بَيْتِ مِيخَا وَهُوَ آخِذٌ فِي طَرِيقِهِ.٨
9 ତହିଁରେ ମୀଖା ତାହାକୁ ପଚାରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କଲା, “ମୁଁ ବେଥଲିହିମ-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି।”
فَقَالَ لَهُ مِيخَا: «مِنْ أَيْنَ أَتَيْتَ؟» فَقَالَ لَهُ: «أَنَا لَاوِيٌّ مِنْ بَيْتِ لَحْمِ يَهُوذَا، وَأَنَا ذَاهِبٌ لِكَيْ أَتَغَرَّبَ حَيْثُمَا ٱتَّفَقَ».٩
10 ତହିଁରେ ମୀଖା ତାହାକୁ କହିଲା, “ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି।” ତହିଁରେ ସେ ଲେବୀୟ ଲୋକ ଗଲା।
فَقَالَ لَهُ مِيخَا: «أَقِمْ عِنْدِي وَكُنْ لِي أَبًا وَكَاهِنًا، وَأَنَا أُعْطِيكَ عَشَرَةَ شَوَاقِلِ فِضَّةٍ فِي ٱلسَّنَةِ، وَحُلَّةَ ثِيَابٍ، وَقُوتَكَ». فَذَهَبَ مَعَهُ ٱللَّاوِيُّ.١٠
11 ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା।
فَرَضِيَ ٱللَّاوِيُّ بِٱلْإِقَامَةِ مَعَ ٱلرَّجُلِ، وَكَانَ ٱلْغُلَامُ لَهُ كَأَحَدِ بَنِيهِ.١١
12 ଏଥିଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା।
فَمَلَأَ مِيخَا يَدَ ٱللَّاوِيِّ، وَكَانَ ٱلْغُلَامُ لَهُ كَاهِنًا، وَكَانَ فِي بَيْتِ مِيخَا.١٢
13 ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି।
فَقَالَ مِيخَا: «ٱلْآنَ عَلِمْتُ أَنَّ ٱلرَّبَّ يُحْسِنُ إِلَيَّ، لِأَنَّهُ صَارَ لِيَ ٱللَّاوِيُّ كَاهِنًا».١٣

< ବିଚାରକର୍ତ୍ତା 17 >