< ବିଚାରକର୍ତ୍ତା 18 >

1 ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।
In those days there was no king in Israel. And in those days the tribe of the Danites sought for them an inheritance to dwell in, for to that day their inheritance had not fallen to them among the tribes of Israel.
2 ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, “ଯାଇ ଦେଶ ଅନୁସନ୍ଧାନ କର;” ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।
And the sons of Dan sent of their family five men from their whole number, men of valor, from Zorah, and from Eshtaol, to spy out the land, and to search it. And they said to them, Go, search the land. And they came to the hill-country of Ephraim to the house of Micah, and lodged there.
3 ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”
When they were by the house of Micah, they recognized the voice of the young man the Levite. And they turned aside there, and said to him, Who brought thee here? And what are thou doing in this place? And what have thou here?
4 ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”
And he said to them, Thus and thus has Micah dealt with me, and he has hired me, and I have become his priest.
5 ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”
And they said to him, Ask counsel, we pray thee, of God, that we may know whether our way which we go shall be prosperous.
6 ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”
And the priest said to them, Go in peace. Your way is before Jehovah in which ye go.
7 ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍‍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
Then the five men departed, and came to Laish, and saw the people that were in it, how they dwelt in security, according to the manner of the Sidonians, quiet and secure, for there was none in the land possessing authority, that might put them to shame in anything. And they were far from the Sidonians, and had no dealings with any man.
8 ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?”
And they came to their brothers to Zorah and Eshtaol. And their brothers said to them, What say ye?
9 ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।
And they said, Arise, and let us go up against them, for we have seen the land, and, behold, it is very good, and are ye idle? Be not slothful to go and to enter in to possess the land.
10 ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”
When ye go, ye shall come to a people secure. And the land is large, for God has given it into your hand, a place where there is no want of anything that is on the earth.
11 ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।
And there set forth from there of the family of the Danites, out of Zorah and out of Eshtaol, six hundred men girded with weapons of war.
12 ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍‍-ଯିୟାରୀମ୍‍ର ପଛରେ ଅଛି।
And they went up, and encamped in Kiriath-jearim, in Judah. Therefore they called that place Mahaneh-dan, to this day. Behold, it is behind Kiriath-jearim.
13 ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।
And they passed from there to the hill-country of Ephraim, and came to the house of Micah.
14 ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍‍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, “ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।”
Then the five men who went to spy out the country of Laish, answered and said to their brothers, Do ye know that there is in these houses an ephod, and teraphim, and a graven image, and a molten image? Now therefore consider what ye have to do.
15 ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳ ବାର୍ତ୍ତା ପଚାରିଲେ।
And they turned aside there, and came to the house of the young man the Levite, even to the house of Micah, and asked him of his welfare.
16 ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର-ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ।
And the six hundred men girded with their weapons of war, who were of the sons of Dan, stood by the entrance of the gate.
17 ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେସମୟରେ ଯାଜକ ଦ୍ୱାର-ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।
And the five men who went to spy out the land went up, and came in there, and took the graven image, and the ephod, and the teraphim, and the molten image. And the priest stood by the entrance of the gate with the six hundred men girded with weapons of war.
18 ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଦିତ ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, “ତୁମ୍ଭେମାନେ କଅଣ କରୁଅଛ?”
And when these went into Micah's house, and fetched the graven image, the ephod, and the teraphim, and the molten image, the priest said to them, What do ye?
19 ତହିଁରେ ସେମାନେ ତାହାକୁ କହିଲେ, “ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?”
And they said to him, Hold thy peace, lay thy hand upon thy mouth, and go with us, and be to us a father and a priest. Is it better for thee to be priest to the house of one man, or to be priest to a tribe and a family in Israel?
20 ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଦିତ ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା।
And the priest's heart was glad, and he took the ephod, and the teraphim, and the graven image, and went in the midst of the people.
21 ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।
So they turned and departed, and put the little ones and the cattle and the goods before them.
22 ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।
When they were a good way from the house of Micah, the men who were in the houses near to Micah's house were gathered together, and overtook the sons of Dan.
23 ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, “ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?”
And they cried out to the sons of Dan. And they turned their faces, and said to Micah, What troubles thee that thou come with such a company?
24 ତହିଁରେ ସେ କହିଲା, “ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଅଛ, ‘ତୁମ୍ଭର କଅଣ ହେଲା?’”
And he said, ye have taken away my gods which I made, and the priest, and have gone away, and what have I more? And how do ye then say to me, What troubles thee?
25 ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, “ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।”
And the sons of Dan said to him, Let not thy voice be heard among us, lest angry fellows fall upon you, and thou lose thy life, with the lives of thy household.
26 ଏଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା।
And the sons of Dan went their way. And when Micah saw that they were too strong for him, he turned and went back to his house.
27 ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍‍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
And they took that which Micah had made, and the priest whom he had, and came to Laish, to a people quiet and secure, and smote them with the edge of the sword, and they burnt the city with fire.
28 ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।
And there was no deliverer because it was far from Sidon, and they had no dealings with any man, and it was in the valley that lies by Beth-rehob. And they built the city, and dwelt in it.
29 ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍‍ ଥିଲା।
And they called the name of the city Dan, after the name of Dan their father who was born to Israel. However the name of the city was Laish at first.
30 ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।
And the sons of Dan set up for themselves the graven image. And Jonathan, the son of Gershom, the son of Moses, he and his sons were priests to the tribe of the Danites until the day of the captivity of the land.
31 ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।
So they set up for them Micah's graven image which he made, all the time that the house of God was in Shiloh.

< ବିଚାରକର୍ତ୍ତା 18 >