< ବିଚାରକର୍ତ୍ତା 18 >
1 ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।
೧ಆ ಕಾಲದಲ್ಲಿ ಇಸ್ರಾಯೇಲರೊಳಗೆ ಅರಸನಿರಲಿಲ್ಲ. ದಾನ್ ಕುಲದವರಿಗೆ ಆ ವರೆಗೂ ಇಸ್ರಾಯೇಲರಲ್ಲಿ ಸ್ವತ್ತು ದೊರಕಿರಲಿಲ್ಲ, ಅವರು ತಮಗೋಸ್ಕರ ವಾಸಸ್ಥಳವನ್ನು ಹುಡುಕುತ್ತಿದ್ದರು.
2 ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, “ଯାଇ ଦେଶ ଅନୁସନ୍ଧାନ କର;” ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।
೨ಅವರು ಚೊರ್ಗಾ, ಎಷ್ಟಾವೋಲ್ ಎಂಬ ಊರುಗಳಿಂದ ತಮ್ಮ ಕುಲದಲ್ಲಿ ಐದು ಮಂದಿ ಪರಾಕ್ರಮಶಾಲಿಗಳಾದ ಗೂಢಚಾರರನ್ನು ಆರಿಸಿ ಅವರಿಗೆ, “ನೀವು ಹೋಗಿ ಲಯಿಷ್ ದೇಶವನ್ನು ಸಂಚರಿಸಿ ನೋಡಿರಿ” ಎಂದು ಆಜ್ಞಾಪಿಸಿ ಕಳುಹಿಸಿದರು. ಇವರು ಪ್ರಯಾಣಮಾಡುತ್ತಾ ಎಫ್ರಾಯೀಮ್ ಬೆಟ್ಟದ ಸೀಮೆಯಲ್ಲಿದ್ದ ಮೀಕನ ಮನೆಗೆ ಬಂದು ಇಳಿದುಕೊಂಡರು.
3 ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”
೩ಇವರು ಮೀಕನ ಮನೆಯ ಹತ್ತಿರದಲ್ಲಿ ಆ ಯೌವನಸ್ಥನಾದ ಲೇವಿಯನು ಮಾತನಾಡುವುದನ್ನು ಕೇಳಿ, ಗುರುತುಹಿಡಿದು, ಅವನ ಬಳಿಗೆ ಹೋಗಿ, “ನಿನ್ನನ್ನು ಇಲ್ಲಿಗೆ ಕರೆತಂದವರಾರು? ಇಲ್ಲಿ ಏನು ಕೆಲಸ ಮಾಡುತ್ತೀ? ಏನು ಸಿಕ್ಕುತ್ತದೆ” ಎಂದು ಅವನನ್ನು ಕೇಳಲು ಅವನು,
4 ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”
೪ಮೀಕನು ತನಗೆ ಇಂಥಿಂಥವುಗಳನ್ನು ಸಂಬಳವಾಗಿ ಕೊಡುತ್ತಾನೆಂದೂ, ತಾನು ಅವನ ಯಾಜಕನಾಗಿದ್ದೇನೆಂದೂ ಹೇಳಿದನು.
5 ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”
೫ಆಗ ಅವರು ಅವನಿಗೆ, “ದಯವಿಟ್ಟು ನಮ್ಮ ಪ್ರಯಾಣವು ಸಫಲವಾಗುವುದೋ ಇಲ್ಲವೋ ಎಂಬುದನ್ನು ದೇವರ ಸನ್ನಿಧಿಯಲ್ಲಿ ವಿಚಾರಿಸು” ಎಂದು ಬೇಡಿಕೊಳ್ಳಲು
6 ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”
೬ಅವನು, “ಸಮಾಧಾನದಿಂದ ಹೋಗಿರಿ; ಯೆಹೋವನು ನಿಮ್ಮ ಪ್ರಯಾಣವನ್ನು ಕಟಾಕ್ಷಿಸುವನು” ಅಂದನು.
7 ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
೭ಆ ಐದು ಮಂದಿ ಹೊರಟು ಲಯಿಷಿಗೆ ಬಂದು, ಅಲ್ಲಿನ ಜನರು ನಿರ್ಭೀತರಾಗಿ ಚೀದೋನ್ಯರಂತೆ ಸುಖ ಸಮಾಧಾನಗಳಿಂದ ಜೀವಿಸುತ್ತಾರೆ; ಅವರನ್ನು ಅಡಗಿಸುವ ಅಧಿಕಾರಿಗಳು ದೇಶದಲ್ಲಿಲ್ಲ; ಅವರು ಚೀದೋನ್ಯರಿಗೆ ದೂರವಾಗಿದ್ದು ಯಾರೊಡನೆಯೂ ಒಡನಾಟವಿಲ್ಲದವರು ಎಂಬುದನ್ನು ತಿಳಿದುಕೊಂಡು
8 ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?”
೮ಹಿಂದಿರುಗಿ ಚೊರ್ಗಾ, ಎಷ್ಟಾವೋಲ್ ಎಂಬ ಊರುಗಳಲ್ಲಿರುವ ತಮ್ಮ ಬಂಧುಗಳ ಬಳಿಗೆ ಬಂದರು. ಅವರ ಬಂಧುಗಳು, “ನೀವು ಯಾವ ವರ್ತಮಾನ ತಂದಿದ್ದೀರಿ” ಎಂದು ಅವರನ್ನು ಕೇಳಲು
9 ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।
೯ಅವರು, “ಏಳಿರಿ, ಅವರಿಗೆ ವಿರೋಧವಾಗಿ ಯುದ್ಧಕ್ಕೆ ಹೋಗೋಣ. ನಾವು ಆ ದೇಶವನ್ನು ನೋಡಿದೆವು; ಅದು ಬಹು ಉತ್ತಮದೇಶ. ನೀವು ಸುಮ್ಮನೆ ಕುಳಿತುಕೊಳ್ಳುವುದೇಕೆ? ತಡಮಾಡದೆ ಹೊರಡಿರಿ; ಆ ದೇಶವನ್ನು ಸ್ವಾಧೀನಪಡಿಸಿಕೊಳ್ಳೋಣ.
10 ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”
೧೦ನೀವು ಅಲ್ಲಿಗೆ ಹೋಗುವುದಾದರೆ ಅಲ್ಲಿನ ಜನರು ನಿರ್ಭಯದಿಂದ ಜೀವಿಸುವವರೆಂದೂ, ಅವರ ದೇಶವು ಬಹು ವಿಸ್ತಾರವಾಗಿದೆ ಎಂದೂ ತಿಳಿದುಕೊಳ್ಳುವಿರಿ. ದೇವರು ಅದನ್ನು ನಿಮ್ಮ ಕೈಗೆ ಒಪ್ಪಿಸಿದ್ದಾನೆ; ಅದರಲ್ಲಿ ದೊರಕದಿರುವ ಪದಾರ್ಥಗಳು ಲೋಕದಲ್ಲಿ ಸಿಕ್ಕುವುದಿಲ್ಲ” ಅಂದರು.
11 ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।
೧೧ಆಗ ಚೊರ್ಗಾ ಎಷ್ಟಾವೋಲ್ ಊರುಗಳಿಂದ ಆರುನೂರು ಮಂದಿ ದಾನ್ ಕುಲದವರು ಯುದ್ಧ ಸನ್ನದ್ಧರಾಗಿ ಹೊರಟು,
12 ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍-ଯିୟାରୀମ୍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍-ଯିୟାରୀମ୍ର ପଛରେ ଅଛି।
೧೨ಗಟ್ಟಾಹತ್ತಿ ಯೆಹೂದದ ಕಿರ್ಯತ್ಯಾರೀಮಿನ ಬಳಿಯಲ್ಲಿ ಇಳಿದುಕೊಂಡರು. ಆದುದರಿಂದ ಆ ಸ್ಥಳಕ್ಕೆ ಇಂದಿನವರೆಗೂ ದಾನ್ಯರ ಪಾಳೆಯವೆಂಬ ಹೆಸರಿದೆ; ಅದು ಕಿರ್ಯತ್ಯಾರೀಮಿನ ಪಶ್ಚಿಮದಲ್ಲಿರುತ್ತದೆ.
13 ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।
೧೩ಅವರು ಅಲ್ಲಿಂದ ಮುಂದೆ ಪ್ರಯಾಣಮಾಡಿ ಎಫ್ರಾಯೀಮ್ ಪರ್ವತಪ್ರದೇಶದಲ್ಲಿದ್ದ ಮೀಕನ ಮನೆಯ ಹತ್ತಿರ ಬಂದರು.
14 ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, “ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।”
೧೪ಆಗ ಲಯಿಷ್ ದೇಶವನ್ನು ಸಂಚರಿಸಿ ನೋಡುವುದಕ್ಕೆ ಹೋಗಿದ್ದ ಐದು ಮಂದಿ ತಮ್ಮ ಬಂಧುಗಳಿಗೆ, “ಈ ಗ್ರಾಮದಲ್ಲಿ ಒಂದು ಏಫೋದೂ, ದೇವತಾಪ್ರತಿಮೆಗಳೂ, ಕೆತ್ತನೆಯ ಮತ್ತು ಎರಕದ ವಿಗ್ರಹಗಳೂ ಇರುತ್ತವೆಂಬುದು ನಿಮಗೆ ಗೊತ್ತುಂಟೋ?
15 ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳ ବାର୍ତ୍ତା ପଚାରିଲେ।
೧೫ಈ ವಿಷಯದಲ್ಲಿ ಏನು ಮಾಡಬೇಕೆಂಬುದನ್ನು ಆಲೋಚಿಸಿರಿ” ಎಂದು ಹೇಳಿ ತಾವು ಅಲ್ಲಿಂದ ಮೀಕನ ಮನೆಯಲ್ಲಿದ್ದ ಆ ಯೌವನಸ್ಥನಾದ ಲೇವಿಯನ ಬಳಿಗೆ ಬಂದು ಅವನ ಕ್ಷೇಮಸಮಾಚಾರವನ್ನು ವಿಚಾರಿಸ ತೊಡಗಿದರು.
16 ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର-ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ।
೧೬ಇಷ್ಟರಲ್ಲಿ ಯುದ್ಧಸನ್ನದ್ಧರಾದ ಆರುನೂರು ಮಂದಿ ದಾನ್ಯರು ಬಂದು ಬಾಗಿಲಲ್ಲಿ ನಿಂತರು.
17 ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେସମୟରେ ଯାଜକ ଦ୍ୱାର-ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।
೧೭ಯಾಜಕನೂ ಬಂದು ಇವರೊಡನೆ ಬಾಗಿಲಲ್ಲಿ ನಿಂತಿದ್ದಾಗ, ಆ ಐದು ಮಂದಿ ಮನೆಯನ್ನು ಹೊಕ್ಕು, ಕೆತ್ತನೆಯ ಮತ್ತು ಎರಕದ ವಿಗ್ರಹಗಳನ್ನೂ, ಏಫೋದನ್ನೂ, ದೇವತಾಪ್ರತಿಮೆಗಳನ್ನೂ ತೆಗೆದುಕೊಂಡರು.
18 ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଦିତ ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, “ତୁମ୍ଭେମାନେ କଅଣ କରୁଅଛ?”
೧೮ಅವರು ಮೀಕನ ಮನೆಯನ್ನು ಹೊಕ್ಕು ಅವುಗಳನ್ನು ತೆಗೆದುಕೊಂಡು ಬರುವಾಗ ಯಾಜಕನು ಅದನ್ನು ಕಂಡು ಅವರಿಗೆ, “ನೀವು ಮಾಡಿದ್ದೇನು” ಅಂದನು.
19 ତହିଁରେ ସେମାନେ ତାହାକୁ କହିଲେ, “ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?”
೧೯ಅವರು ಅವನಿಗೆ, “ಸುಮ್ಮನಿರು; ಬಾಯಿ ಮುಚ್ಚಿಕೊಂಡು; ನಮ್ಮ ಜೊತೆಯಲ್ಲಿ ಬಂದು ನಮಗೆ ತಂದೆಯೂ, ಯಾಜಕನೂ ಆಗಿರು. ಒಂದು ಮನೆಗೆ ಯಾಜಕನಾಗಿರುವುದು ಉತ್ತಮವೋ ಅಥವಾ ಇಸ್ರಾಯೇಲ್ಯರ ಒಂದು ಕುಲಕ್ಕೂ, ಗೋತ್ರಕ್ಕೂ ಯಾಜಕನಾಗಿರುವುದು ಉತ್ತಮವೋ?” ಎಂದು ಕೇಳಿದರು.
20 ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଦିତ ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା।
೨೦ಯಾಜಕನು ಈ ಮಾತನ್ನು ಕೇಳಿ ಸಂತೋಷಪಟ್ಟು ಏಫೋದನ್ನೂ ದೇವತಾಪ್ರತಿಮೆಗಳನ್ನೂ, ಕೆತ್ತನೆಯ ವಿಗ್ರಹವನ್ನೂ, ತೆಗೆದುಕೊಂಡು ಅವರ ಬಳಿಗೆ ಬಂದನು.
21 ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।
೨೧ತರುವಾಯ ಅವರು ತಮ್ಮ ಹೆಂಡತಿ ಮಕ್ಕಳನ್ನೂ, ಕುರಿದನ ಮೊದಲಾದ ಸೊತ್ತನ್ನೂ ಮುಂದಾಗಿ ಕಳುಹಿಸಿ ತಾವು ಹಿಂದಿನಿಂದ ಹೊರಟರು.
22 ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।
೨೨ಅವರು ಮೀಕನ ಮನೆಯಿಂದ ದೂರವಾದ ಮೇಲೆ ಮೀಕನೂ ಅವನ ನೆರೆಹೊರೆಯವರೆಲ್ಲರೂ ದಾನ್ಯರನ್ನು ಹಿಂದಟ್ಟಿ
23 ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, “ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?”
೨೩ಅವರ ಸಮೀಪಕ್ಕೆ ಹೋಗಿ ಅವರನ್ನು ಕೂಗಿದರು. ದಾನ್ಯರು ಹಿಂದಿರುಗಿ ನೋಡಿ ಮೀಕನಿಗೆ, “ನಿನಗೇನಾಯಿತು? ಗುಂಪನ್ನು ಕೂಡಿಸಿಕೊಂಡು ಬಂದದ್ದೇಕೆ” ಎಂದು ಕೇಳಲು
24 ତହିଁରେ ସେ କହିଲା, “ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଅଛ, ‘ତୁମ୍ଭର କଅଣ ହେଲା?’”
೨೪ಅವನು, “ನೀವು ಯಾಜಕನನ್ನೂ ನಾವು ಮಾಡಿಸಿಕೊಂಡ ದೇವರುಗಳನ್ನೂ ಅಪಹರಿಸಿಕೊಂಡಿದ್ದೀರಿ, ನನಗೆ ಇನ್ನೇನಿದೆ; ಹೀಗಿರಲಾಗಿ ನಿನಗೇನಾಯಿತೆಂದು ನೀವು ನನ್ನನ್ನು ಕೇಳುವುದು ಹೇಗೆ?” ಅಂದನು.
25 ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, “ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।”
೨೫ದಾನ್ಯರು ಅವನಿಗೆ, “ನಮ್ಮಲ್ಲಿ ಕೆಲವರು ತುಂಬಾ ಕೋಪಿಸಿಕೊಳ್ಳುವವರಿದ್ದಾರೆ; ಅವರು ನಿಮ್ಮ ಮೇಲೆ ಬಿದ್ದರೆ ನೀನೂ, ನಿನ್ನ ಮನೆಯವರೂ ಪ್ರಾಣವನ್ನು ಕಳೆದುಕೊಳ್ಳಬೇಕಾಗುತ್ತದೆ. ಆದ್ದರಿಂದ ಬಾಯಿಮುಚ್ಚಿಕೊಂಡು ಹೋಗು” ಎಂದು ಹೇಳಿ ಮುಂದೆ ನಡೆದರು.
26 ଏଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା।
೨೬ಅವರು ತನಗಿಂತ ಬಲಿಷ್ಠರೆಂದು ತಿಳಿದುಕೊಂಡು ಮೀಕನು ಹಿಂದಿರುಗಿ ಮನೆಗೆ ಹೋದನು.
27 ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
೨೭ದಾನ್ಯರು ಮೀಕನು ಮಾಡಿಸಿದ್ದ ವಿಗ್ರಹಗಳನ್ನೂ ಅವನ ಯಾಜಕನನ್ನೂ ಅಪಹರಿಸಿಕೊಂಡು ಲಯಿಷಿಗೆ ಹೋಗಿ ಸುಖದಿಂದಲೂ, ನಿರ್ಭಯದಿಂದಲೂ ವಾಸವಾಗಿದ್ದ ಅಲ್ಲಿನ ಜನರ ಮೇಲೆ ಬಿದ್ದು, ಅವರನ್ನು ಕತ್ತಿಯಿಂದ ಸಂಹರಿಸಿ, ಅವರ ಪಟ್ಟಣವನ್ನು ಸುಟ್ಟುಬಿಟ್ಟರು.
28 ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।
೨೮ಆ ಪಟ್ಟಣವು ಚೀದೋನಿಗೆ ದೂರವಾಗಿದ್ದುದರಿಂದಲೂ, ಸಮೀಪದಲ್ಲಿ ಪರಿಚಯಸ್ಥರು ಯಾರು ಇಲ್ಲದೆ ಇದ್ದುದರಿಂದಲೂ, ಅವರಿಗೆ ಸಹಾಯದೊರಕಲಿಲ್ಲ. ಬೇತ್ರೆಹೋಬಿನ ತಗ್ಗಿನಲ್ಲಿದ್ದ ಈ ಪಟ್ಟಣವನ್ನು ದಾನ್ಯರು ಪುನಃ ಕಟ್ಟಿಸಿ ಅದರಲ್ಲಿ ವಾಸಿಸಿದರು.
29 ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା।
೨೯ಮೊದಲು ಲಯಿಷ್ ಎಂಬ ಹೆಸರಿದ್ದ ಆ ಪಟ್ಟಣಕ್ಕೆ ಈಗ ದಾನ್ ಎಂದು ಹೆಸರಿಟ್ಟರು. ದಾನ್ ಎಂಬುದು ಇವರ ಮೂಲಪುರುಷನೂ ಇಸ್ರಾಯೇಲನ ಮಗನೂ ಆದ ದಾನನ ಹೆಸರು.
30 ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।
೩೦ಇದಲ್ಲದೆ ದಾನ್ಯರು ಆ ವಿಗ್ರಹವನ್ನು ತಮ್ಮ ಪಟ್ಟಣದಲ್ಲಿಟ್ಟರು. ಇಸ್ರಾಯೇಲರು ಸೆರೆಗೆ ಹೋಗುವವರೆಗೆ ಮೋಶೆಯ ಮೊಮ್ಮಗನೂ, ಗೇರ್ಷೋಮನ ಮಗನೂ ಆದ ಯೋನಾತಾನನೂ ಅವನ ವಂಶದವರೂ ದಾನ್ಯರಿಗೆ ಯಾಜಕರಾಗಿದ್ದರು.
31 ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।
೩೧ಶೀಲೋವಿನಲ್ಲಿ ದೇವದರ್ಶನ ಗುಡಾರವಿದ್ದ ಕಾಲದಲ್ಲೆಲ್ಲಾ ದಾನ್ಯರಲ್ಲಿ ಮೀಕನು ಮಾಡಿಸಿದ ವಿಗ್ರಹವಿತ್ತು.