< ବିଚାରକର୍ତ୍ତା 20 >
1 ଏଥିଉତ୍ତାରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।
All the Israelites from Dan to Beersheba, including the land of Gilead, went and gathered at Mizpah before the Lord. The assembly was united in purpose.
2 ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।
The leaders of all the people of every Israelite tribe took their assigned positions in the assembled army of God's people, four hundred thousand soldiers armed with swords.
3 (ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, “ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।”
The tribe of Benjamin found out that the Israelites had assembled at Mizpah. The Israelites asked, “Tell us, how could such an evil act have happened?”
4 ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, “ମୁଁ ଓ ମୋର ଉପପତ୍ନୀ ରାତ୍ରି କ୍ଷେପଣ ନିମନ୍ତେ ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।
The Levite, the husband of the woman who had been murdered, explained, “I and my concubine came to spend the night at the town of Gibeah in the territory of Benjamin.
5 ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।
The leaders of Gibeah came to attack me at night. They surrounded the house, intending to kill me. They raped my concubine and she died.
6 ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।
I took my concubine and cut her into pieces, and I sent these pieces of her to every part of the country that had been given to Israel, because those men had done something shameful and disgusting in Israel.
7 ଦେଖ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।”
So all of you Israelites have to decide here and now what you're going to do about it!”
8 ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, “ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।
Everyone stood up and unitedly declared, “None of us are going home to our tents! None of us are going home to our houses!
9 ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;
This is what we're going to do to Gilboah: we will attack it with our forces chosen by lot.
10 ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।”
We'll take ten men from a hundred from all the Israelite tribes, then a hundred from a thousand, then a thousand from ten thousand, to arrange food for the army, so when the troops reach Gibeah in Benjamin, they can pay them back for all these disgusting things they've done in Israel.”
11 ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।
All the men of Israel were in agreement and gathered to attack the town.
12 ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି?
The Israelite tribes also sent men throughout the territory of Benjamin, asking the people, “What are you doing about this terrible evil that has taken place among you?
13 ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା।” ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।
Hand over these wicked men so we can execute them and get rid of this evil from Israel!” But the Benjamites refused to listen to what their fellow Israelites had to say.
14 ପୁଣି ଇସ୍ରାଏଲ-ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।
They left their towns and assembled at Gibeah to go and fight the other Israelites.
15 ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।
That day a total of twenty-six thousand men armed with swords were called up from the towns of Benjamin, in addition to the seven hundred seasoned warriors from Gibeah.
16 ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନ ହୋଇ ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।
Making up part of this army were seven hundred experienced soldiers who used their left hands. All of them could fire a slingshot and not miss by even a hair's breadth.
17 ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।
The Israelite army (excluding Benjamin) numbered four hundred thousand seasoned warriors, all armed with swords.
18 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବେଥେଲ୍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; “ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ?” ସଦାପ୍ରଭୁ କହିଲେ, “ଯିହୁଦା ପ୍ରଥମେ ଯିବ।”
The Israelites went to Bethel and asked God, “Which ones of us should be the first to go and fight the Benjamites?” “Judah is to go first,” the Lord replied.
19 ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।
The next morning the Israelites left and set up their camp near Gibeah.
20 ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ।
Then they marched out for battle with the army of Benjamin, taking up their positions to attack Gibeah.
21 ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହି ଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।
But the Benjamites came out of Gibeah and slaughtered twenty-two thousand Israelites on the battlefield that day.
22 ତହିଁ ଉତ୍ତାରେ ଇସ୍ରାଏଲୀୟ ଲୋକମାନେ ଆପଣାମାନଙ୍କୁ ଆଶ୍ୱାସ ଦେଇ ପ୍ରଥମ ଦିନ ଯେଉଁ ସ୍ଥାନରେ ଆପଣାମାନଙ୍କୁ ସଜାଇଥିଲେ, ପୁନର୍ବାର ସେହି ସ୍ଥାନରେ ଯୁଦ୍ଧ ସଜାଇଲେ।
But the Israelites encouraged one other to be confident, and they took up the same positions they had on the first day.
23 ପୁଣି ଇସ୍ରାଏଲ-ସନ୍ତାନଗଣ ଉଠିଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା?” ତହିଁରେ ସଦାପ୍ରଭୁ କହିଲେ, “ତାହା ବିରୁଦ୍ଧରେ ଯାଅ।”
The Israelites went and cried before the Lord until the evening and asked, “Should we go and attack the Benjamites again, our relatives?” “Go and attack them,” the Lord replied.
24 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଦ୍ୱିତୀୟ ଦିନ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ।
So the second day they advanced to attack the army of Benjamin.
25 ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ-ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
However, Benjamites came out of Gibeah once more and slaughtered eighteen thousand Israelites, all armed with swords.
26 ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Then all the Israelites and all their army went to Bethel, and sat crying there before the Lord. That day they fasted until evening and gave burnt offerings and friendship offerings to the Lord.
27 ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।
The Israelites asked the Lord what to do. At that time the Ark of God's Agreement was kept there.
28 ଏହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେ ହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା?” ସଦାପ୍ରଭୁ କହିଲେ, ଯାଅ; “ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।”
Phinehas, son of Eleazar and grandson of Aaron, was the priest. The Israelites asked the Lord, “Should go and we fight again against our relatives from Benjamin, or not?” “Yes, go! Tomorrow I will hand them over to you,” the Lord replied.
29 ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା।
Then the Israelites set up an ambush around Gibeah.
30 ଏଥିଉତ୍ତାରେ ତୃତୀୟ ଦିନ ଇସ୍ରାଏଲ-ସନ୍ତାନଗଣ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଉଠିଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ।
On the third day they took up the same positions they had as before.
31 ତହୁଁ ବିନ୍ୟାମୀନ୍-ସନ୍ତାନଗଣ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନଗରଠାରୁ ଦୂରକୁ ଆକର୍ଷିତ ହେଲେ; ପୁଣି ପୂର୍ବ ସମୟ ପରି ଲୋକମାନଙ୍କୁ ଆଘାତ ଓ ବଧ କରିବାକୁ ଲାଗିଲେ; ଆଉ ବେଥେଲ୍ ଆଡ଼େ ଓ କ୍ଷେତ୍ର ଦେଇ ଗିବୀୟା ଆଡ଼େ ଯିବା ଦୁଇ ସଡ଼କରେ ସେମାନେ ଊଣାଧିକ ଇସ୍ରାଏଲୀୟ ତିରିଶ ଲୋକଙ୍କୁ ବଧ କଲେ।
The Benjamites came out to attack them and were lured away from the town as they began to kill Israelites as they had before. Some thirty Israelites died on the battlefield and along the roads, the one that goes towards Bethel and the other that goes back towards Gibeah.
32 ତହୁଁ ବିନ୍ୟାମୀନ୍-ସନ୍ତାନମାନେ କହିଲେ, “ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।” ମାତ୍ର ଇସ୍ରାଏଲ-ସନ୍ତାନଗଣ କହିଲେ, “ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।”
“We're defeating them, just like before,” the Benjamites shouted. But the Israelites said, “Let's run away from them and lure them away from the town towards the roads.”
33 ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।
The main army of Israelites left where they were and took up positions at Baal-tamar, while those in the ambush west of Gibeah charged out to attack from where they had been hiding.
34 ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ।
Ten thousand seasoned Israelite warriors attacked Gibeah, and the fighting was so intense the Benjamites didn't realize they were on the brink of disaster.
35 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍କୁ ଆଘାତ କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି ଦିନ ବିନ୍ୟାମୀନ୍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
So the Lord defeated Benjamin before Israel. That day the Israelites killed twenty-five thousand one hundred Benjamites, all armed with swords.
36 ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍କୁ ସ୍ଥାନ ଛାଡ଼ିଦେଲେ।
The Benjamites saw that they were defeated. The Israelites had fallen back before the Benjamites because they were confident the ambush they had put in place near Gibeah would be successful.
37 ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।
The men from the ambush raced to attack the town, and they killed everyone in it.
38 ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।
The agreement was that they would send up a great cloud of smoke to show the town had fallen.
39 ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ୍ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।
The Israelite army turned to attack the Benjamites, who had already killed about thirty Israelites. The Benjamites were saying, “We're completely defeating them, just like the first battle!”
40 ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ-ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି।
However, when the Israelites saw the columns of smoke rising heavenwards to form a great cloud over the whole of the town,
41 ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।
they turned on their enemies. The Benjamites were horrified when they saw it and realized they were doomed.
42 ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।
They turned and ran from the Israelites towards the desert, but the battle caught up with them, and the Israelites also killed those who left the towns on the way.
43 ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।
Chasing after the Benjamites, the Israelites surrounded them, easily overtaking them east of Gibeah.
44 ତହିଁରେ ବିନ୍ୟାମୀନ୍ର ଅଠର ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
Eighteen thousand Benjamites were killed, all of them courageous warriors.
45 ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ।
Some of the Benjamites that were left ran towards Pomegranate Rock in the desert, and the Israelites killed another five thousand men on the way. They chased another group of Benjamites as far as Gidom and killed another thousand.
46 ଏହିରୂପେ ସେହି ଦିନ ବିନ୍ୟାମୀନ୍ର ଖଡ୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
So that day twenty-five thousand Benjamite were killed, all armed with swords and all courageous warriors.
47 ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ ଓ ରିମ୍ମୋନ୍ ଶୈଳରେ ଚାରି ମାସ ରହିଲେ।
There were six hundred who ran away to Pomegranate Rock in the desert and they stayed there four months.
48 ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍-ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ।
The Israelites went back into the territory of the Benjamites, and going from town to town, they killed everything: people, animals, everything they found. Then they burned down every town on their way.