< ବିଚାରକର୍ତ୍ତା 20 >

1 ଏଥିଉତ୍ତାରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।
И вышли все сыны Израилевы, и собралось все общество, как один человек, от Дана до Вирсавии, и земля Галаадская пред Господа в Массифу.
2 ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।
И собрались пред Господа начальники всего народа, все колена Израилевы, в собрание народа Божия, четыреста тысяч пеших, обнажающих меч.
3 (ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, “ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।”
И сыны Вениаминовы услышали, что сыны Израилевы пришли в Массифу. И сказали сыны Израилевы: скажите, как происходило это зло?
4 ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, “ମୁଁ ଓ ମୋର ଉପପତ୍ନୀ ରାତ୍ରି କ୍ଷେପଣ ନିମନ୍ତେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।
Левит, муж оной убитой женщины, отвечал и сказал: я с наложницею моею пришел ночевать в Гиву Вениаминову;
5 ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।
и восстали на меня жители Гивы и окружили из-за меня дом ночью; меня намеревались убить, и наложницу мою замучили, надругавшись над нею, так, что она умерла;
6 ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।
я взял наложницу мою, разрезал ее и послал ее во все области владения Израилева, ибо они сделали беззаконное и срамное дело в Израиле;
7 ଦେଖ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।”
вот все вы, сыны Израилевы, рассмотрите это дело и решите здесь.
8 ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, “ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।
И восстал весь народ, как один человек, и сказал: не пойдем никто в шатер свой и не возвратимся никто в дом свой;
9 ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;
и вот что мы сделаем ныне с Гивою: пойдем на нее по жребию;
10 ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।”
и возьмем по десяти человек из ста от всех колен Израилевых, по сто от тысячи и по тысяче от тьмы, чтоб они принесли съестных припасов для народа, который пойдет против Гивы Вениаминовой, наказать ее за срамное дело, которое она сделала в Израиле.
11 ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।
И собрались все Израильтяне против города единодушно, как один человек.
12 ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍‍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି?
И послали колена Израилевы во все колено Вениаминово сказать: какое это гнусное дело сделано у вас!
13 ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା।” ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।
Выдайте развращенных оных людей, которые в Гиве; мы умертвим их и искореним зло из Израиля. Но сыны Вениаминовы не хотели послушать голоса братьев своих, сынов Израилевых;
14 ପୁଣି ଇସ୍ରାଏଲ-ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।
а собрались сыны Вениаминовы из городов в Гиву, чтобы пойти войною против сынов Израилевых.
15 ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।
И насчиталось в тот день сынов Вениаминовых, собравшихся из городов, двадцать шесть тысяч человек, обнажающих меч; кроме того, из жителей Гивы насчитано семьсот отборных;
16 ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନ ହୋଇ ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।
из всего народа сего было семьсот человек отборных, которые были левши, и все сии, бросая из пращей камни в волос, не бросали мимо.
17 ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।
Израильтян же, кроме сынов Вениаминовых, насчиталось четыреста тысяч человек, обнажающих меч; все они были способны к войне.
18 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; “ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ?” ସଦାପ୍ରଭୁ କହିଲେ, “ଯିହୁଦା ପ୍ରଥମେ ଯିବ।”
И встали и пошли в дом Божий, и вопрошали Бога и сказали сыны Израилевы: кто из нас прежде пойдет на войну с сынами Вениамина? И сказал Господь: Иуда пойдет впереди.
19 ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।
И встали сыны Израилевы поутру и расположились станом подле Гивы;
20 ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ।
и выступили Израильтяне на войну против Вениамина, и стали сыны Израилевы в боевой порядок близ Гивы.
21 ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହି ଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।
И вышли сыны Вениаминовы из Гивы и положили в тот день двадцать две тысячи Израильтян на землю.
22 ତହିଁ ଉତ୍ତାରେ ଇସ୍ରାଏଲୀୟ ଲୋକମାନେ ଆପଣାମାନଙ୍କୁ ଆଶ୍ୱାସ ଦେଇ ପ୍ରଥମ ଦିନ ଯେଉଁ ସ୍ଥାନରେ ଆପଣାମାନଙ୍କୁ ସଜାଇଥିଲେ, ପୁନର୍ବାର ସେହି ସ୍ଥାନରେ ଯୁଦ୍ଧ ସଜାଇଲେ।
Но народ Израильский ободрился, и опять стали в боевой порядок на том месте, где стояли в прежний день.
23 ପୁଣି ଇସ୍ରାଏଲ-ସନ୍ତାନଗଣ ଉଠିଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା?” ତହିଁରେ ସଦାପ୍ରଭୁ କହିଲେ, “ତାହା ବିରୁଦ୍ଧରେ ଯାଅ।”
И пошли сыны Израилевы, и плакали пред Господом до вечера, и вопрошали Господа: вступать ли мне еще в сражение с сынами Вениамина, брата моего? Господь сказал: идите против него.
24 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଦ୍ୱିତୀୟ ଦିନ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ।
И подступили сыны Израилевы к сынам Вениамина во второй день.
25 ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ-ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
Вениамин вышел против них из Гивы во второй день, и еще положили на землю из сынов Израилевых восемнадцать тысяч человек, обнажающих меч.
26 ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Тогда все сыны Израилевы и весь народ пошли и пришли в дом Божий и, сидя там, плакали пред Господом, и постились в тот день до вечера, и вознесли всесожжения и мирные жертвы пред Господом.
27 ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।
И вопрошали сыны Израилевы Господа (в то время ковчег завета Божия находился там,
28 ଏହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେ ହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା?” ସଦାପ୍ରଭୁ କହିଲେ, ଯାଅ; “ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।”
и Финеес, сын Елеазара, сына Ааронова, предстоял пред ним): выходить ли мне еще на сражение с сынами Вениамина, брата моего, или нет? Господь сказал: идите; Я завтра предам его в руки ваши.
29 ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା।
И поставил Израиль засаду вокруг Гивы.
30 ଏଥିଉତ୍ତାରେ ତୃତୀୟ ଦିନ ଇସ୍ରାଏଲ-ସନ୍ତାନଗଣ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଉଠିଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ।
И пошли сыны Израилевы на сынов Вениамина в третий день и стали в боевой порядок пред Гивою, как прежде.
31 ତହୁଁ ବିନ୍ୟାମୀନ୍-ସନ୍ତାନଗଣ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନଗରଠାରୁ ଦୂରକୁ ଆକର୍ଷିତ ହେଲେ; ପୁଣି ପୂର୍ବ ସମୟ ପରି ଲୋକମାନଙ୍କୁ ଆଘାତ ଓ ବଧ କରିବାକୁ ଲାଗିଲେ; ଆଉ ବେଥେଲ୍‍ ଆଡ଼େ ଓ କ୍ଷେତ୍ର ଦେଇ ଗିବୀୟା ଆଡ଼େ ଯିବା ଦୁଇ ସଡ଼କରେ ସେମାନେ ଊଣାଧିକ ଇସ୍ରାଏଲୀୟ ତିରିଶ ଲୋକଙ୍କୁ ବଧ କଲେ।
Сыны Вениаминовы выступили против народа и отдалились от города, и начали, как прежде, убивать из народа на дорогах, из которых одна идет к Вефилю, а другая к Гиве полем, и убили до тридцати человек из Израильтян.
32 ତହୁଁ ବିନ୍ୟାମୀନ୍-ସନ୍ତାନମାନେ କହିଲେ, “ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।” ମାତ୍ର ଇସ୍ରାଏଲ-ସନ୍ତାନଗଣ କହିଲେ, “ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।”
И сказали сыны Вениаминовы: они падают пред нами, как и прежде. А сыны Израилевы сказали: побежим от них и отвлечем их от города на дороги. И сделали так.
33 ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍‍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।
И все Израильтяне встали с своего места и выстроились в Ваал-Фамаре. И засада Израилева устремилась из своего места, с западной стороны Гивы.
34 ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ।
И пришли пред Гиву десять тысяч человек отборных из всего Израиля, и началось жестокое сражение; но сыны Вениамина не знали, что предстоит им беда.
35 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍‍କୁ ଆଘାତ କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି ଦିନ ବିନ୍ୟାମୀନ୍‍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
И поразил Господь Вениамина пред Израильтянами, и положили в тот день Израильтяне из сынов Вениамина двадцать пять тысяч сто человек, обнажавших меч.
36 ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍‍କୁ ସ୍ଥାନ ଛାଡ଼ିଦେଲେ।
Когда сыны Вениамина увидели, что они поражены, тогда Израильтяне уступили место сынам Вениамина, ибо надеялись на засаду, которую они поставили близ Гивы.
37 ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।
Засада же поспешила и устремилась к Гиве, и вступила и поразила весь город мечом.
38 ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।
Израильтяне поставили с засадою условленным знаком к нападению поднимающийся дым из города.
39 ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ୍ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।
Итак, когда Израильтяне отступили с места сражения, и Вениамин начал поражать и поверг Израильтян до тридцати человек и говорил: “опять падают они пред нами, как и в прежние сражения”,
40 ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ-ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି।
тогда начал подниматься из города дым столбом. Вениамин оглянулся назад, и вот, дым от всего города восходит к небу.
41 ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।
Израильтяне воротились, а Вениамин оробел, ибо увидел, что постигла его беда.
42 ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।
И побежали они от Израильтян по дороге к пустыне; но сеча преследовала их, и выходившие из городов побивали их там;
43 ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।
окружили Вениамина, и преследовали его до Менухи и поражали до самой восточной стороны Гивы.
44 ତହିଁରେ ବିନ୍ୟାମୀନ୍‍ର ଅଠର ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
И пало из сынов Вениамина восемнадцать тысяч человек, людей сильных.
45 ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍‍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ।
Оставшиеся оборотились и побежали к пустыне, к скале Риммону, и побили еще Израильтяне на дорогах пять тысяч человек; и гнались за ними до Гидома и еще убили из них две тысячи человек.
46 ଏହିରୂପେ ସେହି ଦିନ ବିନ୍ୟାମୀନ୍‍ର ଖଡ୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
Всех же сынов Вениаминовых, павших в тот день, было двадцать пять тысяч человек, обнажавших меч, и все они были мужи сильные.
47 ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ ଓ ରିମ୍ମୋନ୍‍ ଶୈଳରେ ଚାରି ମାସ ରହିଲେ।
И обратились оставшиеся и убежали в пустыню, к скале Риммону, шестьсот человек, и оставались там в каменной горе Риммоне четыре месяца.
48 ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍-ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ।
Израильтяне же опять пошли к сынам Вениаминовым и поразили их мечом, и людей в городе, и скот, и все, что ни встречалось во всех городах, и все находившиеся на пути города сожгли огнем.

< ବିଚାରକର୍ତ୍ତା 20 >