< ବିଚାରକର୍ତ୍ତା 21 >
1 ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, “ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।”
Mutanen Isra’ila sun riga sun yi rantsuwa a Mizfa cewa, “Ba ɗayanmu da zai ba da’yarsa aure ga mutumin Benyamin.”
2 ତେଣୁ ଲୋକମାନେ ବେଥେଲ୍କୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟନ୍ତ ରୋଦନ କଲେ।
Sai mutanen suka tafi Betel, inda suka zauna a gaban Allah har yamma, suna tā da muryoyinsu suna kuka mai zafi.
3 ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?”
Suka ce, ya Ubangiji, Allah na Isra’ila, “Me ya sa wannan abu ya faru da Isra’ila? Don me kabila ɗaya daga Isra’ila za tă ɓace a yau?”
4 ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Kashegari da sassafe mutane suka gina bagade suka miƙa hadaya ta ƙonawa da hadaya ta salama.
5 ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, “ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି?” କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, “ସେ ଅବଶ୍ୟ ହତ ହେବ,” ଏହା କହି ସେମାନେ ମହା ଶପଥ କରିଥିଲେ।
Sa’an nan Isra’ilawa suka ce, “Wace kabila ce cikin kabilan Isra’ila ba tă zo taro a gaban Ubangiji ba?” Gama an yi rantsuwa cewa duk wanda ya kāsa zuwa taro a gaban Ubangiji a Mizfa lalle a kashe shi.
6 ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, “ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।
To, Isra’ilawa suka yi juyayin’yan’uwansu, mutanen Benyamin. “Yau an hallaka kabila daga cikin Isra’ila.
7 ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।”
Yaya za mu ba wa waɗanda suka rage mata, da yake mun riga mun yi rantsuwa a gaban Ubangiji, ba za mu ba su ɗaya daga’ya’yanmu su aura ba?”
8 ପୁଣି ସେମାନେ କହିଲେ, “ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି?” ତହିଁରେ ଦେଖ, ଯାବେଶ-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।
Sa’an nan suka ce, “Wace kabila ce cikin kabilan Isra’ila ba tă zo taro a gaban Ubangiji a Mizfa ba?” Sai su gane cewa babu wani daga Yabesh Gileyad da ya zo sansani don taron.
9 କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।
Gama da aka yi ƙidaya mutane, sai aka gane cewa babu wani daga mutanen Yabesh Gileyad da yake a can.
10 ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ-ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।
Saboda haka sai taron ya umarci jarumai dubu goma sha biyu su je Yabesh Gileyad su karkashe waɗanda suke zaune a can, duk da mata da yara.
11 ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।”
Suka ce musu, “Ga abin da za ku yi. Ku karkashe duk namiji da kowace macen da ta riga ta san namiji.”
12 ତହୁଁ ସେମାନେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।
Suka samu a cikin mutanen da suke zaune a Yabesh Gileyad mata ɗari huɗu da ba su taɓa kwana da namiji ba, suka kwashe su zuwa sansani a Shilo a Kan’ana.
13 ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ୍-ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।
Sa’an nan dukan taro suka aika wa mutanen Benyamin da suke a Dutsen Rimmon cewa yaƙi ya ƙare, yanzu sai salama.
14 ସେସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ।
Saboda haka mutanen Benyamin suka komo a lokacin aka kuma ba su matan Yabesh Gileyad nan da aka bari da rai. Amma matan ba su ishe su duka ba.
15 ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।
Mutanen kuwa suka yi juyayi saboda mutanen Benyamin, domin Ubangiji ya yi gibi a cikin kabilan Isra’ila.
16 ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, “ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?”
Shugabannin taron suka ce, “Da matan Benyamin da aka hallaka, yaya za mu yi da mazan da suka ragu da ba su sami mata ba?”
17 ଆହୁରି ସେମାନେ କହିଲେ, “ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।
Suka ce, “Dole mutanen Benyamin da suka ragu su sami gādo, domin kada wata kabila a Isra’ila ta ɓace.
18 ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେକେହି ବିନ୍ୟାମୀନ୍କୁ କନ୍ୟା ଦେବ, ‘ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି।’”
Ba za mu iya ba su’yan matanmu su zama matansu ba, da yake mu Isra’ilawa mun riga mun yi wannan rantsuwa cewa, ‘La’ananne ne wanda ya ba da’yarsa aure ga mutum Benyamin.’
19 ଆହୁରି ସେମାନେ କହିଲେ, “ଦେଖ, ବେଥେଲ୍ର ଉତ୍ତର ଦିଗରେ, ବେଥେଲ୍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।”
Sai suka tuna, akwai bikin Ubangiji da sukan yi shekara-shekara a Shilo ya yi kusa. Shilo yana arewancin Betel, kudu da Lebona, gabas da hanyar da take tsakanin Betel da Shekem.”
20 ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;
Saboda haka suka cewa mutanen Benyamin, “Ku je ku ɓuya a gonakin inabi
21 ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲିଯାଅ।
ku lura. Sa’ad da’yan matan Shilo suka fito waje don su yi rawa, ku fito a guje daga gonakin inabi, kowannenku yă kama wa kansa mata daga cikin’yan matan Shilo, ku tafi ƙasar Benyamin.
22 ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ‘ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ିଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।’”
Sa’ad da iyayensu maza ko’yan’uwansu suka kawo mana ƙara, za mu ce musu, ‘Ku yi mana alheri ku bar su, domin ba mu samo musu mata ba lokacin yaƙi, ku kuma marasa laifi ne, tun da yake ba ku ba da’ya’yan matanku gare su ba.’”
23 ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରିଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।
Haka mutanen Benyamin suka yi. Yayinda’yan matan suke rawa, kowane mutum ya kama ɗaya ya yi gaba da ita ta zama matarsa. Sa’an nan suka komo ƙasar gādonsu suka sāke giggina garuruwan suka kuwa zauna a cikinsu.
24 ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।
A lokacin, Isra’ilawa sun bar wurin suka tafi gida zuwa ga kabilansu da zuriyoyinsu, kowane zuwa gādonsa.
25 ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।
A kwanakin Isra’ila ba ta da sarki; kowa ya yi abin da ya ga dama.