< ବିଚାରକର୍ତ୍ତା 3 >

1 ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
Ovo su narodi koje je Jahve pustio da ostanu kako bi njima iskušavao sinove Izraelove, sve one koji ne iskusiše ratova kanaanskih.
2 ଓ ଇସ୍ରାଏଲ-ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
Bijaše to samo na korist pokoljenjima sinova Izraelovih da nauče vještinu ratovanja - barem oni koji nisu iskusili prijašnjih ratova:
3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।
ostade pet knezova filistejskih i svi Kanaanci, Sidonci i Hivijci koji su živjeli na gori Libanonu od gore Baal-Hermona do ulaza u Hamat.
4 ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।
Oni su poslužili da se iskuša Izrael: da bi se vidjelo hoće li se držati zapovijedi što ih je Jahve preko Mojsija dao njihovim ocima.
5 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
Tako su Izraelci prebivali usred Kanaanaca, Hetita, Amorejaca, Perižana, Hivijaca i Jebusejaca;
6 ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
ženili se njihovim kćerima i davali svoje kćeri njihovim sinovima i služili njihovim bogovima.
7 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍‍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।
I činili su Izraelci ono što Jahvi nije bilo po volji. Zaboravili su Jahvu, svoga Boga, da bi služili baalima i aštartama.
8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍‍ର ରାଜା କୂଶନ୍-ରିଶୀୟାଥୟିମ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍‍-ରିଶୀୟାଥୟିମ୍‍ର ସେବା କଲେ।
Tada Jahve planu gnjevom na Izraela i dade ih u ruke Kušanu Rišatajimu, kralju edomskom; i služiše Kušanu Rišatajimu osam godina.
9 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।
Tad Izraelci zavapiše Jahvi i Jahve im podiže izbavitelja, Otniela, sina Kenaza, mlađega brata Kalebova, da ih oslobodi.
10 ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍‍-ରିଶୀୟାଥୟିମ୍‍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍‍-ରିଶୀୟାଥୟିମ୍‍ ଉପରେ ତାହାର ହସ୍ତ ପ୍ରବଳ ହେଲା।
Duh Jahvin siđe na nj i on posta sucem Izraelu. I povede Izraela u boj. Jahve mu preda u ruke Kušana Rišatajima, kralja edomskog, i on pobijedi Kušana Rišatajima.
11 ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।
Zemlja je otad bila u miru četrdeset godina. Poslije smrti Otniela, sina Kenazova,
12 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।
Izraelci su počeli opet činiti što je zlo u očima Jahvinim. Zato Jahve dade Eglonu, kralju moapskom, moć nad Izraelom, jer su činili što je zlo pred Jahvom.
13 ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।
Eglon se ujedini sa sinovima Amonovim i Amalekovim, pođe na Izraela, potuče ga i osvoji Palmov grad.
14 ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ।
Izraelci su služili moapskom kralju Eglonu osamnaest godina.
15 ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।
Tada Izraelci zavapiše Jahvi i Jahve im podiže izbavitelja - Ehuda, sina Gere iz Benjaminova plemena, čovjeka koji bijaše ljevak. I poslaše ga Izraelci da im odnese danak Eglonu, kralju moapskom.
16 ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।
A Ehud načini sebi bodež sa dvije oštrice, lakat dug, i pripasa ga pod haljine uz desno bedro.
17 ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।
I odnese danak Eglonu, kralju moapskom. Eglon bijaše vrlo debeo.
18 ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।
Predavši danak, Ehud ode s ljudima koji bijahu donijeli danak.
19 ମାତ୍ର ସେ ଆପେ ଗିଲ୍‍ଗଲ୍‍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍‍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ।
Ali kada je došao do idola u blizini Gilgala, vrati se i reče: “Imam ti, kralju, reći jednu tajnu!” Kralj mu odvrati: “Tiho!” I svi koji su uza nj bili izađu.
20 ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।
Ehud uđe. Kralj je sjedio u hladovitoj gornjoj sobi; bio je sam. Ehud mu reče: “Imam, kralju, za tebe riječ od Boga!” On odmah usta s prijestolja.
21 ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;
Tad Ehud lijevom rukom trgnu bodež s desnog bedra i satjera mu ga u trbuh.
22 ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।
Za oštricom uđe sav držak i salo se sklopi za oštricom, jer Ehud nije mogao izvući oštricu iz trbuha. Nečist je izlazila odande.
23 ଏଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।
Ehud je otišao kroz trijem; za sobom je zatvorio vrata gornje sobe i zaključao ih.
24 ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, “ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।”
Kada je on otišao, vrate se sluge da pogledaju. Kako vrata gornje sobe bijahu zaključana, rekoše: “Bit će da je otišao na stranu, u klijet do hladovite sobe.”
25 ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।
Čekali su ga dugo, u nedoumici, jer on nije otvarao vrata gornje sobe. Naposljetku uzeše ključ i otvoriše: gospodar im ležao na tlu, mrtav.
26 ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।
Dok su oni čekali, Ehud je pobjegao, prošao već idole i sklonio se u Seiru.
27 ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।
Čim dođe u zemlju Izraelovu, zasvira u rog na Efrajimovoj gori; i siđoše Izraelci s njim s gore, a on im stajaše na čelu.
28 ପୁଣି ସେ ସେମାନଙ୍କୁ କହିଲେ, “ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।
I reče im: “Pođite za mnom! Jahve vam je u ruke predao Moapce, vaše neprijatelje.” Oni krenuše za njim, zatvoriše Moapcima put preko gazova Jordana i ne dadoše nikome prijeko.
29 ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ।
Pobili su u to vrijeme oko deset tisuća Moabaca, sve kršnih i hrabrih ljudi, i nijedan im nije umakao.
30 ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା।
Toga su dana Moapci potpali pod ruku Izraelovu i zemlja bijaše mirna osamdeset godina.
31 ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍‍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।
Poslije njega bijaše Šamgar, sin Anatov. On je pobio šest stotina Filistejaca ostanom volujskim. Tako je i on spasio Izraela.

< ବିଚାରକର୍ତ୍ତା 3 >