< ବିଚାରକର୍ତ୍ତା 3 >
1 ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
The following are the nations the Lord left and used to test all those Israelites who had not known what it was like to be part of any of the wars in Canaan.
2 ଓ ଇସ୍ରାଏଲ-ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
(He did so to teach warfare to the later generations of Israel, particularly to those who had not previously experienced it.)
3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍-ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।
They are: the five rulers of the Philistines, all the Canaanites, the Sidonians, and the Hivites living in the mountains of Lebanon from Mount Baal-hermon to Lebo-hamath.
4 ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।
They were left there be to a test for the Israelites, to find out whether the Israelites would keep the Lord's commandments which he had given their forefathers through Moses.
5 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
They lived among the Canaanites, Hittites, Amorites, Perizzites, Hivites, and Jebusites.
6 ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
The Israelites intermarried with them, marrying their daughters, giving their own daughters to their sons, and worshiped their gods.
7 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।
The Israelites did what was evil in the Lord's sight. They ignored the Lord their God and worshiped the images of Baals and Asherahs.
8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ।
The Lord became angry with Israel, so he sold them to Cushan-Rishathaim, king of Aram Naharaim. The Israelites were subject to Cushan-Rishathaim for eight years.
9 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।
But when the Israelites cried out to the Lord to help them, he provided someone to rescue them, Othniel, son of Kenaz, Caleb's younger brother, and he saved them.
10 ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା।
The Spirit of the Lord came on him, and he became Israel's judge. He went to war with Cushan-Rishathaim, king of Aram, and the Lord handed the king over to Othniel, who was victorious.
11 ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।
As a result, the country was a peace for forty years until Othniel, son of Kenaz, died.
12 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।
But once again the Israelites did what was evil in the Lord's sight, and because they did this the Lord gave power to Eglon, king of Moab, to conquer Israel.
13 ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।
Eglon had the Ammonites and the Amalekite join him, and then attacked and defeated Israel, taking possession of the City of Palms.
14 ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ।
The Israelites were subject to Eglon, king of Moab, for eighteen years.
15 ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।
Again the Israelites cried out to the Lord to help them, and he provided someone to rescue them, Ehud, son of Gera the Benjamite, a left-handed man. The Israelites sent him to pay the tribute to Eglon, king of Moab.
16 ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।
Ehud had made for himself a cubit long double-edged sword, and he strapped it to his right thigh under his clothes.
17 ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।
He came and presented the tribute to Eglon, king of Moab, who was a very fat man.
18 ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।
Then after delivering the tribute he sent home those who had helped carry it.
19 ମାତ୍ର ସେ ଆପେ ଗିଲ୍ଗଲ୍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ।
But when he reached the stone idols near Gilgal, he turned back. He went to see Eglon, and told him, “Your Majesty, I have a secret message for you.” The king told his attendants, “Silence!” and they all left.
20 ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।
Ehud then went over to where Eglon was sitting alone in his cool upstairs room, and told him, “I have a message from God for you.” As the king got up from his seat,
21 ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;
Ehud grabbed his sword with his left hand from his right thigh and drove it into Eglon's belly.
22 ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।
The handle went in with the blade and the fat closed over it. So Ehud didn't pull the sword out, and the king defecated.
23 ଏଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।
Then Ehud closed and locked the doors, and escaped through the toilet.
24 ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, “ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।”
After he had left, the servants came and saw that the doors of the room were locked. “He must be using the toilet,” they concluded.
25 ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।
So they waited until they couldn't stand it any more, and since he still hadn't opened the doors of the room, they went and found the key and opened the doors. There was their lord, lying dead on the floor.
26 ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।
While the servants delayed acting, Ehud escaped, passing the stone idols and on to Seirah.
27 ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।
When he got there, he blew a trumpet in the hill country of Ephraim, and the Israelites joined him. They went down from the hills, with Ehud leading them.
28 ପୁଣି ସେ ସେମାନଙ୍କୁ କହିଲେ, “ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।
He told them, “Follow me, for the Lord has handed Moab, your enemy, over to you.” So they followed him down and took control of the fords of the Jordan leading to Moab. They didn't let anyone cross.
29 ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ।
Then they attacked the Moabites and killed around 10,000 of their best and strongest fighting men. Not a single one escaped.
30 ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା।
Moab was conquered that day and made subject to Israel, and the country was at peace for eighty years.
31 ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।
After Ehud was Shamgar, son of Anath, who killed six hundred Philistines with an oxgoad. He also rescued Israel.