< ବିଚାରକର୍ତ୍ତା 4 >
1 ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।
Poslije smrti Ehudove Izraelci su opet stali činiti što Jahvi nije po volji
2 ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା।
i Jahve ih predade u ruke Jabinu, kanaanskom kralju koji je vladao u Hasoru. Vojskovođa vojsci njegovoj bijaše Sisera, koji je živio u Harošetu Poganskom.
3 ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।
Tad Izraelci zavapiše Jahvi. Jer Jabin imaše devet stotina željeznih bojnih kola i teško je tlačio Izraelce dvadeset godina.
4 ସେସମୟରେ ଲପ୍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।
U to vrijeme Izraelu je sudila proročica Debora, žena Lapidotova.
5 ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁର ବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।
Živjela je pod Deborinom palmom između Rame i Betela u Efrajimovoj gori i k njoj su dolazili Izraelci da presuđuje u njihovim sporovima.
6 ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?
Ona dozva Baraka, sina Abinoamova, iz Naftalijeva Kedeša i reče mu: “Evo što ti Jahve, Bog Izraelov, zapovijeda: 'Idi, kreni na goru Tabor i uzmi sa sobom deset tisuća ljudi između Naftalijevih i Zebulunovih sinova.
7 ତହିଁରେ ଆମ୍ଭେ ଯାବୀନ୍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
Ja ću k tebi na Kišonski potok privući Siseru, vojskovođu Jabinove vojske, s njegovim bojnim kolima i svim ratnicima te ću ga predati u tvoje ruke.'”
8 ତହୁଁ ବାରକ୍ ଦବୋରାଙ୍କୁ କହିଲା, “ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।”
Barak joj odgovori: “Ako ti pođeš sa mnom, ići ću; ako li ne pođeš sa mnom, ne idem.”
9 ତେବେ ସେ କହିଲେ, “ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ।” ଏଉତ୍ତାରେ ଦବୋରା ଉଠି ବାରକ୍ ସଙ୍ଗରେ କେଦଶକୁ ଗଲେ।
“Idem s tobom”, reče mu ona, “ali na putu kojim ćeš poći slava neće tebi pripasti jer će Jahve ženi predati u ruke Siseru.” Tada Debora ustane i pođe s Barakom u Kedeš.
10 ପୁଣି ବାରକ୍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।
Onamo je Barak pozvao Zebuluna i Naftalija. Deset tisuća ljudi pođe za njim, a išla je s njim i Debora.
11 ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍ର ସନ୍ତାନମାନଙ୍କଠାରୁ ପୃଥକ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।
Heber Kenijac bijaše se odvojio od Kajina, jednoga od sinova Hababa, tasta Mojsijeva; razapeo je svoj šator kod Hrasta u Saananimu, nedaleko od Kedeša.
12 ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।
Javiše Siseri da je Barak, sin Abinoamov, izašao na goru Tabor.
13 ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।
Nato Sisera sabra sva svoja kola, devet stotina željeznih kola, i sve ljude koje je doveo od Harošeta Poganskog do Kišonskog potoka.
14 ସେତେବେଳେ ଦବୋରା ବାରକ୍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।
Debora reče Baraku: “Ustani, evo dana kada će Jahve predati Siseru u tvoje ruke! Sam Jahve ide pred tobom!” I Barak siđe s gore Tabora sa deset tisuća ljudi za sobom.
15 ତହୁଁ ସଦାପ୍ରଭୁ ବାରକ୍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।
Jahve zastraši Siseru, sva njegova kola i čitavu njegovu vojsku, koja naže u bijeg pred mačem Barakovim. Sisera siđe sa svojih kola i pobježe pješice.
16 ମାତ୍ର ବାରକ୍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।
Barak je gonio kola i vojsku sve do Harošeta Poganskog. Sva je Siserina vojska pala od oštrog mača i nijedan čovjek nije umakao.
17 ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ବୁ ଆଡ଼କୁ ଗଲା; କାରଣ ସେସମୟରେ ହାସୋରର ରାଜା ଯାବୀନ୍ ଓ କେନୀୟ ହେବର-ବଂଶ ମଧ୍ୟରେ ଶାନ୍ତିଚୁକ୍ତି ଥିଲା।
Sisera je dotle bježao pješice prema šatoru Jaele, žene Hebera Kenijca, jer između Jabina, kralja hasorskog, i kuće Hebera Kenijca bijaše mir.
18 ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, “ହେ ମୋହର ପ୍ରଭୋ, ଭିତରକୁ ଆସନ୍ତୁ, ମୋହର ନିକଟକୁ ଆସନ୍ତୁ, ଭୟ ନ କରନ୍ତୁ;” ତହିଁରେ ସେ ତାହା ଆଡ଼କୁ ଫେରି ତମ୍ବୁ ଭିତରକୁ ଯାଆନ୍ତେ, ସେ ଏକ କମ୍ବଳରେ ତାହାକୁ ଘୋଡ଼ାଇ ରଖିଲା;
Jaela iziđe Siseri u susret i reče mu: “Zaustavi se, gospodaru, svrati se k meni. Ne boj se ničega!” On svrati k njoj pod šator, a ona ga pokri pokrivačem.
19 ସେତେବେଳେ ସୀଷରା ତାହାକୁ କହିଲା, “ମୋତେ ଟିକିଏ ଜଳ ପିଆଅନା;” ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।
On joj reče: “Daj mi malo vode jer sam žedan.” Ona otvori mijeh s mlijekom, napoji ga i opet ga pokri.
20 ଏଉତ୍ତାରେ ସୀଷରା ତାହାକୁ କହିଲା, “ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ‘ଏଠାରେ କୌଣସି ମନୁଷ୍ୟ ଅଛି କି?’ ତେବେ ତୁମ୍ଭେ କହିବ, ‘କେହି ନାହିଁ।’”
“Stani na ulazu u šator”, reče joj on, “pa ako tko naiđe i zapita te: 'Ima li tu koga?' ti odgovori: 'Nema!'”
21 ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।
A Jaela, žena Heberova, uze šatorski klin i čekić u ruke, tiho mu se približi i zabi mu klin kroza sljepoočice tako da se zario u zemlju. On od iscrpljenosti bijaše tvrdo zaspao i tako umrije.
22 ଆଉ ଦେଖ, ବାରକ୍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, “ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି।” ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।
I gle, dođe Barak progoneći Siseru. Jaela iziđe preda nj i reče mu: “Dođi da ti pokažem čovjeka koga tražiš.” On uđe k njoj, i gle - Sisera ležaše mrtav, s klinom u sljepoočici.
23 ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ।
Tako je Bog u onaj dan ponizio Jabina, kralja kanaanskog, pred Izraelcima.
24 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା।
Ruka Izraelaca postajaše sve teža Jabinu, kralju kanaanskom, dok ga nije napokon zatrla.